John 21:17 in Oriya 17 ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ।
Other Translations King James Version (KJV) He saith unto him the third time, Simon, son of Jonas, lovest thou me? Peter was grieved because he said unto him the third time, Lovest thou me? And he said unto him, Lord, thou knowest all things; thou knowest that I love thee. Jesus saith unto him, Feed my sheep.
American Standard Version (ASV) He saith unto him the third time, Simon, `son' of John, lovest thou me? Peter was grieved because he said unto him the third time, Lovest thou me? And he said unto him, Lord, thou knowest all things; thou knowest that I love thee. Jesus saith unto him, Feed my sheep.
Bible in Basic English (BBE) He said to him a third time, Simon, son of John, am I dear to you? Now Peter was troubled in his heart because he put the question a third time, Am I dear to you? And he said to him, Lord, you have knowledge of all things; you see that you are dear to me. Jesus said to him, Then give my sheep food.
Darby English Bible (DBY) He says to him the third time, Simon, [son] of Jonas, art thou attached to me? Peter was grieved because he said to him the third time, Art thou attached to me? and said to him, Lord, thou knowest all things; thou knowest that I am attached to thee. Jesus says to him, Feed my sheep.
World English Bible (WEB) He said to him the third time, "Simon, son of Jonah, do you have affection for me?" Peter was grieved because he asked him the third time, "Do you have affection for me?" He said to him, "Lord, you know everything. You know that I have affection for you." Jesus said to him, "Feed my sheep.
Young's Literal Translation (YLT) He saith to him the third time, `Simon, `son' of Jonas, dost thou dearly love me?' Peter was grieved that he said to him the third time, `Dost thou dearly love me?' and he said to him, `Lord, thou hast known all things; thou dost know that I dearly love thee.' Jesus saith to him, `Feed my sheep;
Cross Reference Joshua 22:22 in Oriya 22 “ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର, ସେ ଜାଣନ୍ତି ଓ ଇସ୍ରାଏଲ ମଧ୍ୟ ଜାଣିବ; ଯେବେ ଏହା ବିଦ୍ରୋହ ଭାବରେ, ଅବା ଯେବେ ସଦାପ୍ରଭୁଙ୍କ ନିକଟରେ ସତ୍ୟ ଲଘଂନ ଭାବରେ ହୋଇଥାଏ, ତେବେ ତୁମ୍ଭେ ଆଜି ଆମ୍ଭମାନଙ୍କୁ ରକ୍ଷା ନ କର;
1 Kings 17:18 in Oriya 18 ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି ? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋ' ପୁତ୍ରକୁ ବଧ କରିବାକୁ ଆସିଅଛ !”
1 Chronicles 29:17 in Oriya 17 ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।
Job 31:4 in Oriya 4 ସେ କି ମୋହର ମାର୍ଗସବୁ ଦେଖନ୍ତି ନାହିଁ ଓ ମୋହର ପାଦଗତି ଗଣନ୍ତି ନାହିଁ ?
Psalm 7:8 in Oriya 8 ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୁ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର।
Psalm 17:3 in Oriya 3 ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।
Jeremiah 17:10 in Oriya 10 ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।
Lamentations 3:33 in Oriya 33 କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ୱେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ।
Matthew 25:40 in Oriya 40 ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
Matthew 26:73 in Oriya 73 ଅଳ୍ପ କ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ, କାରଣ ତୁମ୍ଭ କଥାରୁ ତ ଜଣାପଡ଼ୁଅଛି।
Mark 14:72 in Oriya 72 ସେହିକ୍ଷଣି କୁକୁଡ଼ା ଦ୍ୱିତୀୟ ଥର ଡାକିଲା। ଏଥିରେ, କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ଯୀଶୁ ପିତରଙ୍କୁ କହିଥିଲେ, ତାହା ତାହାଙ୍କ ମନରେ ପଡ଼ିଲା, ଆଉ ସେ ସେହି କଥା ଭାବି ରୋଦନ କରିବାକୁ ଲାଗିଲେ।
Luke 22:61 in Oriya 61 ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା,
John 2:24 in Oriya 24 କିନ୍ତୁ ଯୀଶୁ ସେମାନଙ୍କୁ ବିଶ୍ୱାସ ନ କରି ସେମାନଙ୍କଠାରୁ ଆପଣାକୁ ପୃଥକ୍ ରଖିଲେ, କାରଣ ସେ ସମସ୍ତଙ୍କୁ ଜାଣୁଥିଲେ,
John 12:8 in Oriya 8 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।
John 13:38 in Oriya 38 ଯୀଶୁ ଉତ୍ତର ଦେଲେ, ତୁମ୍ଭେ କ'ଣ ମୋ' ନିମନ୍ତେ ନିଜ ପ୍ରାଣ ଦେବ ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।
John 14:15 in Oriya 15 ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ।
John 15:10 in Oriya 10 ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ।
John 16:30 in Oriya 30 ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଇଶ୍ବରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ।
John 18:4 in Oriya 4 ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହି ସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହାକୁ ଖୋଜୁଅଛ ?
John 18:27 in Oriya 27 ସେଥିରେ ପିତର ପୁନର୍ବାର ଅସ୍ୱୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା।
John 21:15 in Oriya 15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ।
Acts 1:24 in Oriya 24 “ହେ ପ୍ରତ୍ୟେକ ହୃଦୟକୁ ଜାଣିବାର ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,
Acts 15:8 in Oriya 8 ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି।
2 Corinthians 1:12 in Oriya 12 ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଇଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
2 Corinthians 2:4 in Oriya 4 କାରଣ ବହୁତ କ୍ଳେଶ ଓ ହୃଦୟର ବେଦନାରେ ବହୁଅଶ୍ରୁପାତ ସହିତ ମୁଁ ତୁମ୍ଭମାନଙ୍କୁ ଲେଖିଥିଲି ଯେପରି ତୁମ୍ଭେମାନେ ଦୁଃଖିତ ହୁଅ, ଏପରି ନୁହେଁ, ମାତ୍ର ତୁମ୍ଭମାନଙ୍କ ପ୍ରତି ମୋହର ଯେ ଅଧିକ ପ୍ରଚୁର ପ୍ରେମ ଅଛି, ଏହା ଯେପରି ତୁମ୍ଭେମାନେ ଜ୍ଞାତ ହୁଅ।
2 Corinthians 7:8 in Oriya 8 ଯେଣୁ ମୋହର ପତ୍ର ଦ୍ୱାରା ଯଦ୍ୟପି ମୁଁ ତୁମ୍ଭମାନଙ୍କୁ ଦୁଃଖ ଦେଲି, ତଥାପି ମୁଁ ସେଥିସକାଶେ ଦୁଃଖିତ ନୁହେଁ; ସେହି ପତ୍ର ତୁମ୍ଭମାନଙ୍କୁ ଅଳ୍ପ କାଳ ନିମନ୍ତେ ସୁଦ୍ଧା ଦୁଃଖ ଦେଇଥିବାର ଦେଖି ମୁଁ ଦୁଃଖିତ ହୋଇଥିଲେ ସୁଦ୍ଧା
2 Corinthians 8:8 in Oriya 8 ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି।
Ephesians 4:30 in Oriya 30 ଆଉ ଇଶ୍ବରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ , ତାହାଙ୍କୁ ଦୁଃଖ ଦିଅ ନାହିଁ।
1 Peter 1:6 in Oriya 6 ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,
2 Peter 1:12 in Oriya 12 ଅତଏବ, ତୁମ୍ଭେମାନେ ଯଦ୍ୟପି ଏହି ସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହି ସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।
2 Peter 3:1 in Oriya 1 ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି।
1 John 3:16 in Oriya 16 ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ୍।
3 John 1:7 in Oriya 7 ଯେଣୁ ସେମାନେ ଅଣଯିହୂଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି।
Revelation 2:23 in Oriya 23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।
Revelation 3:19 in Oriya 19 ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍ଯୋଗୀ ହୋଇ ମନପରିବର୍ତ୍ତନ କର।