John 3:16 in Oriya 16 କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
Other Translations King James Version (KJV) For God so loved the world, that he gave his only begotten Son, that whosoever believeth in him should not perish, but have everlasting life.
American Standard Version (ASV) For God so loved the world, that he gave his only begotten Son, that whosoever believeth on him should not perish, but have eternal life.
Bible in Basic English (BBE) For God had such love for the world that he gave his only Son, so that whoever has faith in him may not come to destruction but have eternal life.
Darby English Bible (DBY) For God so loved the world, that he gave his only-begotten Son, that whosoever believes on him may not perish, but have life eternal.
World English Bible (WEB) For God so loved the world, that he gave his one and only Son, that whoever believes in him should not perish, but have eternal life.
Young's Literal Translation (YLT) for God did so love the world, that His Son -- the only begotten -- He gave, that every one who is believing in him may not perish, but may have life age-during.
Cross Reference Genesis 22:12 in Oriya 12 ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”
Matthew 9:13 in Oriya 13 କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।
Mark 12:6 in Oriya 6 ତାଙ୍କ ନିକଟରେ ଜଣେ ମାତ୍ର ରହିଲେ, ସେ ତାଙ୍କ ପ୍ରିୟ ପୁତ୍ର। ମୋର ପୁଅକୁ ସେମାନେ ମାନ୍ୟ କରିବେ, ଏହା କହି ସେ ଅବଶେଷରେ ତାଙ୍କୁ କୃଷକମାନଙ୍କ ନିକଟକୁ ପଠାଇଲେ।
Luke 2:14 in Oriya 14 ଊର୍ଦ୍ଧ୍ୱଲୋକରେ ଇଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 1:18 in Oriya 18 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
John 1:29 in Oriya 29 ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଇଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।
John 3:15 in Oriya 15 ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
John 3:36 in Oriya 36 ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଇଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।
John 6:40 in Oriya 40 କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।
John 10:28 in Oriya 28 ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
John 11:25 in Oriya 25 ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋ'ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
Romans 5:8 in Oriya 8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
Romans 5:10 in Oriya 10 କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଇଶ୍ବରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ ଏହା ଅଧିକ ସୁନିଶ୍ଚିତ ଯେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ପରିତ୍ରାଣ ପାଇବା।
Romans 8:32 in Oriya 32 ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ ?
2 Corinthians 5:19 in Oriya 19 ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।
Ephesians 2:4 in Oriya 4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ୱର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
2 Thessalonians 2:16 in Oriya 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
1 Timothy 1:15 in Oriya 15 ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।
Titus 3:4 in Oriya 4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଇଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,
1 John 4:9 in Oriya 9 ଏଥିରେ ହିଁ ଇଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।
1 John 4:19 in Oriya 19 ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,