John 3:2 in Oriya 2 ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ।
Other Translations King James Version (KJV) The same came to Jesus by night, and said unto him, Rabbi, we know that thou art a teacher come from God: for no man can do these miracles that thou doest, except God be with him.
American Standard Version (ASV) the same came unto him by night, and said to him, Rabbi, we know that thou art a teacher come from God; for no one can do these signs that thou doest, except God be with him.
Bible in Basic English (BBE) He came to Jesus by night and said to him, Rabbi, we are certain that you have come from God as a teacher, because no man would be able to do these signs which you do if God was not with him.
Darby English Bible (DBY) he came to him by night, and said to him, Rabbi, we know that thou art come a teacher from God, for none can do these signs that thou doest unless God be with him.
World English Bible (WEB) The same came to him by night, and said to him, "Rabbi, we know that you are a teacher come from God, for no one can do these signs that you do, unless God is with him."
Young's Literal Translation (YLT) this one came unto him by night, and said to him, `Rabbi, we have known that from God thou hast come -- a teacher, for no one these signs is able to do that thou dost, if God may not be with him.'
Cross Reference Judges 6:27 in Oriya 27 ତହିଁରେ ଗିଦିୟୋନ୍ ଆପଣା ଦାସମାନଙ୍କ ମଧ୍ୟରୁ ଦଶଜଣଙ୍କୁ ସଙ୍ଗରେ ନେଲେ ଓ ସଦାପ୍ରଭୁ ଯେପରି କହିଥିଲେ, ସେପରି କଲେ, ମାତ୍ର ଆପଣା ପିତୃପରିବାର ଓ ନଗରସ୍ଥ ଲୋକମାନଙ୍କୁ ଭୟ କରିବାରୁ ସେ ଦିନ ବେଳେ ତାହା କରି ନ ପାରି ରାତ୍ରି ବେଳେ ତାହା କଲେ।
Isaiah 51:7 in Oriya 7 ହେ ଧର୍ମଜ୍ଞ ଲୋକମାନେ, ତୁମ୍ଭମାନଙ୍କ ହୃଦୟରେ ଆମ୍ଭର ବ୍ୟବସ୍ଥା ଅଛି, ତୁମ୍ଭେମାନେ ଆମ୍ଭର କଥା ଶୁଣ; ତୁମ୍ଭେମାନେ ମର୍ତ୍ତ୍ୟର ଅପମାନରେ ଭୀତ ହୁଅ ନାହିଁ, ଅଥବା ସେମାନଙ୍କ ନିନ୍ଦାରେ ଉଦ୍ବିଗ୍ନ ହୁଅ ନାହିଁ।
Matthew 22:16 in Oriya 16 ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଇଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।
Mark 12:14 in Oriya 14 ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାକୁ ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଇଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ ?
John 1:38 in Oriya 38 ଯୀଶୁ ବୁଲିପଡ଼ି ସେମାନଙ୍କୁ ପଛେ ପଛେ ଆସୁଥିବା ଦେଖି ପଚାରିଲେ, ତୁମ୍ଭେମାନେ କ'ଣ ଖୋଜୁଅଛ ? ସେମାନେ ତାହାଙ୍କୁ ପଚାରିଲେ, ରାବ୍ବୀ (ଅନୁବାଦ କଲେ ଏହାର ଅର୍ଥ ଗୁରୁ), ଆପଣ କେଉଁଠାରେ ରୁହନ୍ତି ?
John 3:26 in Oriya 26 ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦନର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ବନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି।
John 5:36 in Oriya 36 କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି।
John 7:31 in Oriya 31 କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କ'ଣ ଅଧିକ କରିବେ ?
John 7:50 in Oriya 50 ଯେଉଁ ନୀକଦୀମ ଏଥିପୂର୍ବେ ତାହାଙ୍କ ନିକଟକୁ ଆସିଥିଲେ ଓ ଯେ ସେମାନଙ୍କ ମଧ୍ୟରେ ଜଣେ, ସେ ସେମାନଙ୍କୁ ପଚାରିଲେ,
John 9:16 in Oriya 16 ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଇଶ୍ବରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ। ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟ କର୍ମସବୁ କରି ପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା।
John 9:30 in Oriya 30 ସେହି ଲୋକଟି ସେମାନଙ୍କୁ ଉତ୍ତର ଦେଲା, ସେ ମୋହର ଆଖି ଫିଟାଇଦେଲେ, ଆଉ ସେ କେଉଁଠାରୁ ଆସିଅଛନ୍ତି, ତାହା ଆପଣମାନେ ଜାଣନ୍ତି ନାହିଁ, ଏ ତ ଆଶ୍ଚର୍ଯ୍ୟ କଥା।
John 11:47 in Oriya 47 ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କ'ଣ କରୁଅଛୁ ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି।
John 12:37 in Oriya 37 କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ,
John 12:42 in Oriya 42 ତଥାପି ଯିହୂଦୀ ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ,
John 15:24 in Oriya 24 ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହି ସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି।
John 19:38 in Oriya 38 ଏହି ସମସ୍ତ ଘଟଣା ପରେ, ଯେଉଁ ହାରାମାଥୀୟାର ଯୋଷେଫ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ, କିନ୍ତୁ ଯିହୂଦୀମାନଙ୍କ ଭୟରେ ଗୁପ୍ତ ଭାବରେ ଥିଲେ, ସେ ଯୀଶୁଙ୍କ ଶରୀର ଘେନିଯିବା ନିମନ୍ତେ ପୀଲାତଙ୍କୁ ଅନୁରୋଧ କଲେ। ସେଥିରେ ପୀଲାତ ଅନୁମତି ଦେଲେ। ତେଣୁ ସେ ଆସି ତାହାଙ୍କ ଶରୀର ଘେନିଗଲେ।
John 20:16 in Oriya 16 ଯୀଶୁ ତାଙ୍କୁ କହିଲେ, ମରିୟମ। ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍, ହେ ଗୁରୁ।
Acts 2:22 in Oriya 22 ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଇଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି,ଏହା ଅାପଣମାନେ ନିଜେ ଜାଣନ୍ତି;
Acts 4:16 in Oriya 16 କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂୂଶାଲମ ନିବାସୀ ସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ;
Acts 10:38 in Oriya 38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ।
Philippians 1:14 in Oriya 14 ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଇଶ୍ବରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି।