John 3:29 in Oriya 29 ଯେ କନ୍ୟା ଗ୍ରହଣ କରନ୍ତି, ସେ ବର, କିନ୍ତୁ ବରଙ୍କ ଯେଉଁ ବନ୍ଧୁ ଠିଆ ହୋଇ ତାଙ୍କ କଥା ଶୁଣେ, ସେ ବରଙ୍କ ସ୍ୱର ସକାଶେ ଅତ୍ୟନ୍ତ ଆନନ୍ଦିତ ହୁଏ। ଅତଏବ, ମୋହର ଏହି ଆନନ୍ଦ ପୂର୍ଣ୍ଣ ହୋଇଅଛି।
Other Translations King James Version (KJV) He that hath the bride is the bridegroom: but the friend of the bridegroom, which standeth and heareth him, rejoiceth greatly because of the bridegroom's voice: this my joy therefore is fulfilled.
American Standard Version (ASV) He that hath the bride is the bridegroom: but the friend of the bridegroom, that standeth and heareth him, rejoiceth greatly because of the bridegroom's voice: this my joy therefore is made full.
Bible in Basic English (BBE) He who has the bride is the husband: but the husband's friend, whose place is by his side and whose ears are open to him, is full of joy because of the husband's voice: such is my joy, and it is complete.
Darby English Bible (DBY) He that has the bride is the bridegroom; but the friend of the bridegroom, who stands and hears him, rejoices in heart because of the voice of the bridegroom: this my joy then is fulfilled.
World English Bible (WEB) He who has the bride is the bridegroom; but the friend of the bridegroom, who stands and hears him, rejoices greatly because of the bridegroom's voice. This, my joy, therefore is made full.
Young's Literal Translation (YLT) he who is having the bride is bridegroom, and the friend of the bridegroom, who is standing and hearing him, with joy doth rejoice because of the voice of the bridegroom; this, then, my joy hath been fulfilled.
Cross Reference Judges 14:10 in Oriya 10 ଏଥି ଉତ୍ତାରେ ତାହାର ପିତା ସେହି ସ୍ତ୍ରୀ ନିକଟକୁ ଗଲା। ପୁଣି ଶାମ୍ଶୋନ୍ ତିମ୍ନାରେ ଗୋଟିଏ ଭୋଜି କଲା; କାରଣ ଯୁବାମାନଙ୍କର ସେପରି କରିବାର ରୀତି ଥିଲା।
Psalm 45:9 in Oriya 9 ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓ ଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।
Song of Solomon 3:11 in Oriya 11 ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇଅଛନ୍ତି।
Song of Solomon 4:8 in Oriya 8 ହେ ମୋହର କନ୍ୟେ, ମୋ' ସଙ୍ଗେ ଲିବାନୋନରୁ, ମୋ' ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ଶନୀର ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ଦୃଷ୍ଟିପାତ କର।
Song of Solomon 5:1 in Oriya 1 ହେ ମୋହର ଭଗିନୀ, ମୋହର କନ୍ୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।
Isaiah 54:5 in Oriya 5 କାରଣ ତୁମ୍ଭର ନିର୍ମାଣକର୍ତ୍ତା ତୁମ୍ଭର ସ୍ୱାମୀ ଅଟନ୍ତି; ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା; ସେ ସମୁଦାୟ ପୃଥିବୀର ପରମେଶ୍ୱର ବୋଲି ବିଖ୍ୟାତ ହେବେ।
Isaiah 62:4 in Oriya 4 ତୁମ୍ଭେ “ପରିତ୍ୟକ୍ତା” ବୋଲି ଆଉ ନାମ ପାଇବ ନାହିଁ, କିଅବା ତୁମ୍ଭର ଦେଶ “ଅନାଥା” ବୋଲି ଆଉ ଡକାଯିବ ନାହିଁ; ମାତ୍ର “ତୁମ୍ଭେ ହିପ୍ସୀବା (ସନ୍ତୋଷଜନିକା) ଓ ତୁମ୍ଭର ଦେଶ ବୀୟଲା (ବିବାହିତା)” ନାମରେ ଖ୍ୟାତ ହେବ; କାରଣ ସଦାପ୍ରଭୁ ତୁମ୍ଭଠାରେ ସନ୍ତୋଷ ପାଆନ୍ତି ଓ ତୁମ୍ଭ ଦେଶ ବିବାହିତା ହେବ।
Isaiah 66:11 in Oriya 11 ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ୱନାରୂପ ସ୍ତନ୍ୟ ପାନ କରି ତୃପ୍ତ ହେବ; ତୁମ୍ଭେମାନେ ଦୁଗ୍ଧ ଦୁହିଁ ତାହାର ଐଶ୍ଚର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ।
Jeremiah 2:2 in Oriya 2 “ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।
Ezekiel 16:8 in Oriya 8 ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।”
Hosea 2:19 in Oriya 19 ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍ଦାନ କରିବା।
Matthew 9:15 in Oriya 15 ଯୀଶୁ ସେମାନଙ୍କୁ କହିଲେ, ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରି ପାରନ୍ତି ? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ।
Matthew 22:2 in Oriya 2 ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ,
Matthew 25:1 in Oriya 1 ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ।
Luke 2:10 in Oriya 10 ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,
Luke 15:6 in Oriya 6 ପୁଣି, ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ମୋ’ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।
John 16:24 in Oriya 24 ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋ' ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।
John 17:13 in Oriya 13 କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି।
2 Corinthians 11:2 in Oriya 2 କାରଣ ଇଶ୍ବରଙ୍କ ବିଷୟକ ଉଦ୍ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍ଦାନ କରିଅଛି।
Ephesians 5:25 in Oriya 25 ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ସେ ତ ତାହା ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ,
Philippians 2:2 in Oriya 2 ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,
1 John 1:4 in Oriya 4 ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ସବୁ ଲେଖୁଅଛୁ।
2 John 1:12 in Oriya 12 ତୁମ୍ଭମାନଙ୍କର ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ।
Revelation 19:7 in Oriya 7 ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି।
Revelation 21:9 in Oriya 9 ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି।