John 3:3 in Oriya 3 ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।
Other Translations King James Version (KJV) Jesus answered and said unto him, Verily, verily, I say unto thee, Except a man be born again, he cannot see the kingdom of God.
American Standard Version (ASV) Jesus answered and said unto him, Verily, verily, I say unto thee, Except one be born anew, he cannot see the kingdom of God.
Bible in Basic English (BBE) Jesus said to him, Truly, I say to you, Without a new birth no man is able to see the kingdom of God.
Darby English Bible (DBY) Jesus answered and said to him, Verily, verily, I say unto thee, Except any one be born anew he cannot see the kingdom of God.
World English Bible (WEB) Jesus answered him, "Most assuredly, I tell you, unless one is born anew,{The word translated "anew" here and in John 3:7 (anothen) also means "again" and "from above".} he can't see the Kingdom of God."
Young's Literal Translation (YLT) Jesus answered and said to him, `Verily, verily, I say to thee, If any one may not be born from above, he is not able to see the reign of God;'
Cross Reference Deuteronomy 29:4 in Oriya 4 ମାତ୍ର ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ବୁଝିବା ପାଇଁ ହୃଦୟ ଓ ଦେଖିବା ପାଇଁ ଚକ୍ଷୁ ଓ ଶୁଣିବା ପାଇଁ କର୍ଣ୍ଣ ଦେଇ ନାହାନ୍ତି।”
Jeremiah 5:21 in Oriya 21 ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;
Matthew 5:18 in Oriya 18 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ମୋଶାଙ୍କ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ।
Matthew 13:11 in Oriya 11 ସେ ଉତ୍ତର ଦେଲେ, କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ।
Matthew 16:17 in Oriya 17 ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି।
John 1:5 in Oriya 5 ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ।
John 1:13 in Oriya 13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ।
John 1:51 in Oriya 51 ପୁଣି, ସେ ତାହାଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ସ୍ୱର୍ଗକୁ ଉନ୍ମୁକ୍ତ ଓ ଇଶ୍ବରଙ୍କ ଦୂତମାନଙ୍କୁ ମନୁଷ୍ୟପୁତ୍ରଙ୍କ ଉପରେ ଆରୋହଣ ଓ ଅବତରଣ କରିବା ଦେଖିବ।
John 3:5 in Oriya 5 ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ।
John 12:40 in Oriya 40 ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।
2 Corinthians 1:19 in Oriya 19 କାରଣ ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍, ମୋ' ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାଁନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି।
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
2 Corinthians 5:17 in Oriya 17 ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
Galatians 6:15 in Oriya 15 କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର।
Ephesians 2:1 in Oriya 1 ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,
Titus 3:5 in Oriya 5 ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
James 1:17 in Oriya 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
James 3:17 in Oriya 17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ।
1 Peter 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
1 Peter 1:23 in Oriya 23 ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଇଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ।
1 John 2:29 in Oriya 29 ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ।
1 John 3:9 in Oriya 9 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଇଶ୍ବରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ୱରଙ୍କଠାରୁ ଜାତ ହେବାରୁ ପାପ କରି ପାରେ ନାହିଁ।
1 John 5:1 in Oriya 1 ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
1 John 5:18 in Oriya 18 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।
Revelation 3:14 in Oriya 14 ଲାଅଦିକୀଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଇଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,