John 3:36 in Oriya 36 ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଇଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।
Other Translations King James Version (KJV) He that believeth on the Son hath everlasting life: and he that believeth not the Son shall not see life; but the wrath of God abideth on him.
American Standard Version (ASV) He that believeth on the Son hath eternal life; but he that obeyeth not the Son shall not see life, but the wrath of God abideth on him.
Bible in Basic English (BBE) He who has faith in the Son has eternal life; but he who has not faith in the Son will not see life; God's wrath is resting on him.
Darby English Bible (DBY) He that believes on the Son has life eternal, and he that is not subject to the Son shall not see life, but the wrath of God abides upon him.
World English Bible (WEB) One who believes in the Son has eternal life, but one who disobeys{The same word can be translated "disobeys" or "disbelieves" in this context.} the Son won't see life, but the wrath of God remains on him."
Young's Literal Translation (YLT) he who is believing in the Son, hath life age-during; and he who is not believing the Son, shall not see life, but the wrath of God doth remain upon him.'
Cross Reference Numbers 32:11 in Oriya 11 “ଆମ୍ଭେ ଅବ୍ରହାମକୁ, ଇସହାକ୍କୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।”
Job 33:28 in Oriya 28 ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ।
Psalm 2:12 in Oriya 12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।
Psalm 36:9 in Oriya 9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।
Psalm 49:19 in Oriya 19 ତଥାପି ସେ ଆପଣା ପିତୃପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ।
Psalm 106:4 in Oriya 4 ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ବହିଥାଅ, ତଦନୁସାରେ ମୋତେ ସ୍ମରଣ କର; ତୁମ୍ଭେ ଆପଣା ପରିତ୍ରାଣ ଘେନି ମୋହର ତତ୍ତ୍ୱ ନିଅ;
Habakkuk 2:4 in Oriya 4 ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।
Luke 2:30 in Oriya 30 କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,
Luke 3:6 in Oriya 6 ପୁଣି, ସମସ୍ତ ମର୍ତ୍ତ୍ୟ ଇଶ୍ବରଙ୍କ ପରିତ୍ରାଣ ଦେଖିବେ।
John 1:12 in Oriya 12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଇଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
John 3:3 in Oriya 3 ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।
John 3:15 in Oriya 15 ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
John 5:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
John 6:47 in Oriya 47 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।
John 8:51 in Oriya 51 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।
John 10:28 in Oriya 28 ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
Romans 1:17 in Oriya 17 ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”
Romans 4:15 in Oriya 15 କାରଣ ମୋଶାଙ୍କ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ମୋଶାଙ୍କ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ।
Romans 5:9 in Oriya 9 ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଇଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା।
Romans 8:1 in Oriya 1 ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।
Romans 8:24 in Oriya 24 କାରଣ ଭରସାରେ ଆମ୍ଭେମାନେ ପରିତ୍ରାଣ ପାଇଅଛୁ; କିନ୍ତୁ ଦୃଷ୍ଟିଗୋଚର ଯେଉଁ ଭରସା, ତାହା ଭରସା ନୁହେଁ, ଯେଣୁ ଯାହା ଜଣେ ଦେଖୁଅଛି, ସେଥିନିମନ୍ତେ ସେ କାହିଁକି ଆଉ ଭରସା କରିବ ?
Galatians 3:10 in Oriya 10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”
Ephesians 5:6 in Oriya 6 କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଇଶ୍ବରଙ୍କ କ୍ରୋଧ ବର୍ତ୍ତେ।
1 Thessalonians 1:10 in Oriya 10 ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବା ନିମନ୍ତେ ସେହି ଯୀଶୁଙ୍କୁ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା।
1 Thessalonians 5:9 in Oriya 9 କାରଣ ଈଶ୍ୱର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି।
Hebrews 2:3 in Oriya 3 ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା ? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;
Hebrews 10:29 in Oriya 29 ତେବେ ଭାବି ଦେଖ, ଯେ ଇଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ !
1 John 3:14 in Oriya 14 ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧିନରେ ଥାଏ।
1 John 5:10 in Oriya 10 ଯେ ଇଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଇଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।
Revelation 6:16 in Oriya 16 ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।