John 3:5 in Oriya 5 ଯୀଶୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଜଳ ଓ ଆତ୍ମାରୁ ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରି ପାରେ ନାହିଁ।
Other Translations King James Version (KJV) Jesus answered, Verily, verily, I say unto thee, Except a man be born of water and of the Spirit, he cannot enter into the kingdom of God.
American Standard Version (ASV) Jesus answered, Verily, verily, I say unto thee, Except one be born of water and the Spirit, he cannot enter into the kingdom of God!
Bible in Basic English (BBE) Jesus said in answer, Truly, I say to you, If a man's birth is not from water and from the Spirit, it is not possible for him to go into the kingdom of God.
Darby English Bible (DBY) Jesus answered, Verily, verily, I say unto thee, Except any one be born of water and of Spirit, he cannot enter into the kingdom of God.
World English Bible (WEB) Jesus answered, "Most assuredly I tell you, unless one is born of water and spirit, he can't enter into the Kingdom of God!
Young's Literal Translation (YLT) Jesus answered, `Verily, verily, I say to thee, If any one may not be born of water, and the Spirit, he is not able to enter into the reign of God;
Cross Reference Isaiah 44:3 in Oriya 3 କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
Ezekiel 36:25 in Oriya 25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Matthew 3:11 in Oriya 11 ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ ପରେ ଯେ ଆସୁଅଛନ୍ତି, ସେ ମୋଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ।
Matthew 5:20 in Oriya 20 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
Matthew 18:3 in Oriya 3 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
Matthew 28:19 in Oriya 19 ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
Mark 16:16 in Oriya 16 ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।
Luke 13:3 in Oriya 3 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ।
Luke 13:5 in Oriya 5 ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।
John 1:13 in Oriya 13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ।
John 3:3 in Oriya 3 ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।
Acts 2:38 in Oriya 38 ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।
Acts 3:19 in Oriya 19 ଅତଏବ, ଯେପରି ଆପଣମାନଙ୍କର ପାପମୋଚନ ହୋଇ ପାରେ, ଏଥିନିମନ୍ତେ ମନ ପରିବର୍ତ୍ତନ କରି ଫେରି ଆସନ୍ତୁ,
Romans 8:2 in Oriya 2 କାରଣ ଜୀବନଦାୟକ ଆତ୍ମାଙ୍କ ମୋଶାଙ୍କ ବ୍ୟବସ୍ଥା ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ତୁମ୍ଭକୁ ପାପ ଓ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାରୁ ମୁକ୍ତ କରିଅଛି।
Romans 14:17 in Oriya 17 କାରଣ ଇଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
1 Corinthians 2:12 in Oriya 12 ଯେପରି ଇଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଇଶ୍ବରଙ୍କ ଆତ୍ମା ପାଇଅଛୁ।
1 Corinthians 6:11 in Oriya 11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଇଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।
2 Corinthians 5:17 in Oriya 17 ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
Galatians 6:15 in Oriya 15 କାରଣ ସୁନ୍ନତ କିମ୍ବା ଅସୁନ୍ନତ କିଛି ନୁହେଁ, କିନ୍ତୁ ନୂତନ ସୃଷ୍ଟି ହିଁ ସାର।
Ephesians 2:4 in Oriya 4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ୱର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
Ephesians 5:26 in Oriya 26 ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,
2 Thessalonians 2:13 in Oriya 13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;
Titus 3:4 in Oriya 4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଇଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,
1 Peter 1:2 in Oriya 2 ପିତା ଇଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।
1 Peter 3:21 in Oriya 21 ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଇଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;
1 John 2:29 in Oriya 29 ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ।
1 John 5:1 in Oriya 1 ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
1 John 5:6 in Oriya 6 ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ; ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ।