Cross Reference Psalm 2:12 in Oriya 12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।
Psalm 146:3 in Oriya 3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ।
Isaiah 42:8 in Oriya 8 ଆମ୍ଭେ ସଦାପ୍ରଭୁ: ଏହି ଆମ୍ଭର ନାମ; ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ, କିଅବା ଆପଣା ପ୍ରଶଂସା ଖୋଦିତ ପ୍ରତିମାଗଣକୁ ଦେବୁ ନାହିଁ।
Isaiah 43:10 in Oriya 10 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ,” ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।
Isaiah 44:6 in Oriya 6 ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।
Isaiah 45:15 in Oriya 15 ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ୱର ଅଟ।
Isaiah 45:21 in Oriya 21 ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
Jeremiah 17:5 in Oriya 5 ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।
Zechariah 9:9 in Oriya 9 ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।
Matthew 10:37 in Oriya 37 ଯେ ପିତା କି ମାତାକୁ ମୋଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।
Matthew 11:27 in Oriya 27 ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।
Matthew 12:21 in Oriya 21 ଆଉ, ତାହାଙ୍କ ନାମରେ ଅଣଯିହୂଦୀମାନେ ଭରସା ରଖିବେ।
Matthew 22:37 in Oriya 37 ସେ ତାହାଙ୍କୁ କହିଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ୱରଙ୍କୁ ପ୍ରେମ କର।
Matthew 28:19 in Oriya 19 ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
Luke 10:16 in Oriya 16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।
Luke 12:8 in Oriya 8 ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଇଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ;
John 14:1 in Oriya 1 ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ୱରଙ୍କଠାରେ ବିଶ୍ୱାସ କର, ମୋ'ଠାରେ ମଧ୍ୟ ବିଶ୍ୱାସ କର।
John 15:23 in Oriya 23 ଯେ ମୋତେ ଘୃଣା କରେ, ସେ ମୋର ପିତାଙ୍କୁ ମଧ୍ୟ ଘୃଣା କରେ।
John 16:14 in Oriya 14 ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋ' ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।
John 17:10 in Oriya 10 ଯାହା ଯାହା ମୋହର, ସେହି ସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହି ସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି।
Romans 1:7 in Oriya 7 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Romans 6:22 in Oriya 22 କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଇଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।
Romans 8:9 in Oriya 9 କିନ୍ତୁ ଇଶ୍ବରଙ୍କ ଆତ୍ମା ଯଦି ତୁମ୍ଭମାନଙ୍କଠାରେ ବାସ କରନ୍ତି, ତାହାହେଲେ ତୁମ୍ଭେମାନେ ଶରୀରର ବଶରେ ନାହଁ, ମାତ୍ର ଆତ୍ମାଙ୍କ ବଶରେ ଅଛ। ଯଦି କେହି ଖ୍ରୀଷ୍ଟଙ୍କ ଆତ୍ମା ପାଇ ନ ଥାଏ, ତେବେ ସେ ତାହାଙ୍କର ନୁହେଁ।
Romans 14:7 in Oriya 7 କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ।
Romans 15:12 in Oriya 12 ପୁନର୍ବାର ଯିଶାଇୟ କହନ୍ତି, “ଯିଶାଇୟଙ୍କ ମୂଳ ରହିବ, ଆଉ, ଯେ ଅଣଯିହୂଦୀଙ୍କ ଉପରେ ଶାସନ କରିବାକୁ ଉଠିବେ, ଅଣଯିହୂଦୀମାନେ ତାହାଙ୍କ ଉପରେ ଭରସା ରଖିବେ।”
1 Corinthians 1:3 in Oriya 3 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।
1 Corinthians 6:19 in Oriya 19 ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
1 Corinthians 10:31 in Oriya 31 ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଇଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
1 Corinthians 16:22 in Oriya 22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।
2 Corinthians 1:9 in Oriya 9 ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ୱର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ;
2 Corinthians 5:14 in Oriya 14 କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
2 Corinthians 5:19 in Oriya 19 ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।
Ephesians 1:12 in Oriya 12 ଯେପରି ଖ୍ରୀଷ୍ଟଙ୍କଠାରେ ପୁର୍ବରୁ ଭରସା କରିଥିଲୁ ଯେ ଆମ୍ଭେମାନେ, ଆମ୍ଭେମାନେ ଇଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ।
Ephesians 6:24 in Oriya 24 ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।
1 Thessalonians 3:11 in Oriya 11 ଆମ୍ଭମାନଙ୍କ ଈଶ୍ୱର ଓ ପିତା ନିଜେ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଆଗମନର ପଥ ସୁଗମ କରନ୍ତୁ;
2 Thessalonians 2:16 in Oriya 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
2 Timothy 1:12 in Oriya 12 ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି।
Titus 2:13 in Oriya 13 ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି।
Titus 3:4 in Oriya 4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଇଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,
Hebrews 1:6 in Oriya 6 ପୁଣି, ଯେଉଁ ସମୟରେ ସେ ପ୍ରଥମଜାତଙ୍କୁ ପୁନର୍ବାର ଜଗତ ମଧ୍ୟରେ ପ୍ରବେଶ କରାଇବେ, ସେହି ସମୟକୁ ଲକ୍ଷ୍ୟ କରି ସେ କହନ୍ତି, ଈଶ୍ୱରଙ୍କର ସମସ୍ତ ଦୂତ ତାହାଙ୍କୁ ପ୍ରଣାମ କରନ୍ତୁ।
2 Peter 1:1 in Oriya 1 ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
2 Peter 3:18 in Oriya 18 ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।
1 John 2:23 in Oriya 23 ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି।
2 John 1:9 in Oriya 9 ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।
Revelation 5:8 in Oriya 8 ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।