John 5:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
Other Translations King James Version (KJV) Verily, verily, I say unto you, He that heareth my word, and believeth on him that sent me, hath everlasting life, and shall not come into condemnation; but is passed from death unto life.
American Standard Version (ASV) Verily, verily, I say unto you, He that heareth my word, and believeth him that sent me, hath eternal life, and cometh not into judgment, but hath passed out of death into life.
Bible in Basic English (BBE) Truly I say to you, The man whose ears are open to my word and who has faith in him who sent me, has eternal life; he will not be judged, but has come from death into life.
Darby English Bible (DBY) Verily, verily, I say unto you, that he that hears my word, and believes him that has sent me, has life eternal, and does not come into judgment, but is passed out of death into life.
World English Bible (WEB) "Most assuredly I tell you, he who hears my word, and believes him who sent me, has eternal life, and doesn't come into judgment, but has passed out of death into life.
Young's Literal Translation (YLT) `Verily, verily, I say to you -- He who is hearing my word, and is believing Him who sent me, hath life age-during, and to judgment he doth not come, but hath passed out of the death to the life.
Cross Reference Mark 16:16 in Oriya 16 ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।
John 3:16 in Oriya 16 କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
John 3:18 in Oriya 18 ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଇଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ।
John 3:36 in Oriya 36 ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଇଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।
John 6:40 in Oriya 40 କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।
John 6:47 in Oriya 47 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି।
John 8:51 in Oriya 51 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।
John 10:27 in Oriya 27 ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
John 11:26 in Oriya 26 ପୁଣି, ଯେ କେହି ବଞ୍ଚେ ଓ ମୋ'ଠାରେ ବିଶ୍ୱାସ କରେ, ସେ କଦାପି ମରିବ ନାହିଁ; ଏହା କ'ଣ ବିଶ୍ୱାସ କରୁଅଛ ?
John 12:44 in Oriya 44 ଯୀଶୁ ଉଚ୍ଚସ୍ୱରରେ କହିଲେ, ଯେ ମୋ'ଠାରେ ବିଶ୍ୱାସ କରେ, ସେ ମୋ'ଠାରେ ବିଶ୍ୱାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ୱାସ କରେ;
John 20:31 in Oriya 31 କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି।
Romans 8:1 in Oriya 1 ଅତଏବ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନଙ୍କ ପ୍ରତି ବର୍ତ୍ତମାନ କୌଣସି ଦଣ୍ଡାଜ୍ଞା ନାହିଁ।
Romans 8:16 in Oriya 16 ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନ ବୋଲି ସେହି ଆତ୍ମା ସ୍ୱୟଂ ଆମ୍ଭମାନଙ୍କ ଆତ୍ମା ସହିତ ସାକ୍ଷ୍ୟ ପ୍ରଦାନ କରନ୍ତି,
Romans 8:28 in Oriya 28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
Romans 8:33 in Oriya 33 ଇଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ ? ଈଶ୍ୱର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।
Romans 10:11 in Oriya 11 ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।
1 Thessalonians 5:9 in Oriya 9 କାରଣ ଈଶ୍ୱର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି।
2 Thessalonians 2:13 in Oriya 13 କିନ୍ତୁ, ହେ ପ୍ରଭୁଙ୍କ ପ୍ରିୟପାତ୍ର ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ସବୁବେଳେ ଈଶ୍ୱରଙ୍କୁ ଧନ୍ୟବାଦ ଦେବା ଆମ୍ଭମାନଙ୍କର କର୍ତ୍ତବ୍ୟ, କାରଣ ଈଶ୍ୱର, ଆତ୍ମାଙ୍କ ପବିତ୍ରତା ଓ ସତ୍ୟରେ ବିଶ୍ୱାସ ଦ୍ୱାରା ପରିତ୍ରାଣ ପାଇବା ନିମନ୍ତେ ତୁମ୍ଭମାନଙ୍କୁ ପ୍ରଥମ ଫଳଭାବେ ବାଛି ଅଛନ୍ତି;
1 Peter 1:5 in Oriya 5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଇଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।
1 Peter 1:21 in Oriya 21 ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।
1 John 3:14 in Oriya 14 ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧିନରେ ଥାଏ।
1 John 5:1 in Oriya 1 ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
1 John 5:11 in Oriya 11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି।