John 6:40 in Oriya 40 କାରଣ ଯେ କେହି ପୁତ୍ରଙ୍କୁ ଦର୍ଶନ କରି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେପରି ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଏହା ହିଁ ମୋହର ପିତାଙ୍କର ଇଚ୍ଛା; ଆଉ, ମୁଁ ତାହାକୁ ଶେଷ ଦିନରେ ଉତ୍ଥାପନ କରିବି।
Other Translations King James Version (KJV) And this is the will of him that sent me, that every one which seeth the Son, and believeth on him, may have everlasting life: and I will raise him up at the last day.
American Standard Version (ASV) For this is the will of my Father, that every one that beholdeth the Son, and believeth on him, should have eternal life; and I will raise him up at the last day.
Bible in Basic English (BBE) This, I say, is my Father's pleasure, that everyone who sees the Son and has faith in him may have eternal life: and I will take him up on the last day.
Darby English Bible (DBY) For this is the will of my Father, that every one who sees the Son, and believes on him, should have life eternal; and I will raise him up at the last day.
World English Bible (WEB) This is the will of the one who sent me, that everyone who sees the Son, and believes in him, should have eternal life; and I will raise him up at the last day."
Young's Literal Translation (YLT) and this is the will of Him who sent me, that every one who is beholding the Son, and is believing in him, may have life age-during, and I will raise him up in the last day.'
Cross Reference Isaiah 45:21 in Oriya 21 ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
Isaiah 52:10 in Oriya 10 ସଦାପ୍ରଭୁ ସର୍ବଦେଶୀୟମାନଙ୍କ ଦୃଷ୍ଟିରେ ଆପଣା ପବିତ୍ର ବାହୁ ଅନାବୃତ କରିଅଛନ୍ତି ଓ ପୃଥିବୀର ଆଦ୍ୟନ୍ତସ୍ଥିତ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିବେ।
Isaiah 53:2 in Oriya 2 କାରଣ ସେ ତାହାଙ୍କ ଦୃଷ୍ଟିରେ ଚାରା ତୁଲ୍ୟ ଓ ଶୁଷ୍କ ଭୂମିରୁ ଉତ୍ପନ୍ନ ମୂଳ ତୁଲ୍ୟ ବଢ଼ିଲେ; ତାହାଙ୍କର ରୂପ କି ଶୋଭା ନାହିଁ; ପୁଣି, ତାହାଙ୍କୁ ଦେଖିଲେ, ଆମ୍ଭେମାନେ ଯେ ଶ୍ରଦ୍ଧା କରିବା, ତାହାଙ୍କର ଏପରି ସୌନ୍ଦର୍ଯ୍ୟ ନାହିଁ।
Mark 16:16 in Oriya 16 ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ।
Luke 2:30 in Oriya 30 କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି,
John 1:14 in Oriya 14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ।
John 3:15 in Oriya 15 ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
John 3:36 in Oriya 36 ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଇଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।
John 4:14 in Oriya 14 କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।
John 5:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
John 6:27 in Oriya 27 କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍, ଈଶ୍ୱର ମୁଦ୍ରାଙ୍କିତ କଲେ।
John 6:35 in Oriya 35 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ସେହି ଜୀବନଦାୟକ ଆହାର; ଯେ ମୋ' ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋ'ଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ।
John 6:54 in Oriya 54 ଯେ ମୋହର ମାଂସ ଭୋଜନ କରେ ଓ ମୋହର ରକ୍ତ ପାନ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୁଏ, ଆଉ ମୁଁ ଶେଷ ଦିନରେ ତାହାକୁ ଉତ୍ଥାପନ କରିବି।
John 8:56 in Oriya 56 ତୁମ୍ଭମାନଙ୍କର ପିତା ଅବ୍ରାହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ।
John 10:28 in Oriya 28 ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
John 11:25 in Oriya 25 ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋ'ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
John 12:45 in Oriya 45 ଆଉ, ଯେ ମୋତେ ଦର୍ଶନ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଦର୍ଶନ କରେ।
John 12:50 in Oriya 50 ପୁଣି, ତାହାଙ୍କ ଆଜ୍ଞା ଯେ ଅନନ୍ତ ଜୀବନ, ଏହା ମୁଁ ଜାଣେ। ଅତଏବ, ମୁଁ ଯେ ଯେ କଥା କହେ, ପିତା ମୋତେ ଯେପରି କହିଅଛନ୍ତି, ସେହିପରି କହେ।
John 14:17 in Oriya 17 ଅର୍ଥାତ୍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରି ପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।
John 14:19 in Oriya 19 ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ।
John 17:2 in Oriya 2 ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମର୍ତ୍ତ୍ୟ ଉପରେ ଅଧିକାର ଦେଲ।
Romans 5:21 in Oriya 21 ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ।
Romans 6:23 in Oriya 23 କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଇଶ୍ବରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ।
2 Corinthians 4:6 in Oriya 6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଇଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
Hebrews 11:1 in Oriya 1 ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।
Hebrews 11:27 in Oriya 27 ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲାପରି ସୁସ୍ଥିର ରହିଲେ।
1 Peter 1:8 in Oriya 8 ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ
1 John 1:1 in Oriya 1 ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
1 John 2:25 in Oriya 25 ଆଉ ସେ ଆମ୍ଭମାନଙ୍କୁ ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଅନନ୍ତ ଜୀବନ।
1 John 5:11 in Oriya 11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି।
Jude 1:21 in Oriya 21 ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଇଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ।