John 6:45 in Oriya 45 ଭାବବାଦୀମାନଙ୍କ ଧର୍ମଶାସ୍ତ୍ରରେ ଲିଖିତ ଅଛି, ସମସ୍ତେ ଇଶ୍ବରଙ୍କ ଦ୍ୱାରା ଶିକ୍ଷା ପ୍ରାପ୍ତ ହେବେ। ଯେ କେହି ପିତାଙ୍କଠାରୁ ଶ୍ରବଣ କରି ଶିକ୍ଷା ଲାଭ କରିଅଛି, ସେ ମୋ' ନିକଟକୁ ଆସେ।
Other Translations King James Version (KJV) It is written in the prophets, And they shall be all taught of God. Every man therefore that hath heard, and hath learned of the Father, cometh unto me.
American Standard Version (ASV) It is written in the prophets, And they shall all be taught of God. Every one that hath heard from the Father, and hath learned, cometh unto me.
Bible in Basic English (BBE) The writings of the prophets say, And they will all have teaching from God. Everyone whose ears have been open to the teaching of the Father comes to me.
Darby English Bible (DBY) It is written in the prophets, And they shall be all taught of God. Every one that has heard from the Father [himself], and has learned [of him], comes to me;
World English Bible (WEB) It is written in the prophets, 'They will all be taught by God.' Therefore everyone who hears from the Father, and has learned, comes to me.
Young's Literal Translation (YLT) it is having been written in the prophets, And they shall be all taught of God; every one therefore who heard from the Father, and learned, cometh to me;
Cross Reference Isaiah 2:3 in Oriya 3 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
Isaiah 54:13 in Oriya 13 ତୁମ୍ଭର ସନ୍ତାନଗଣ ସମସ୍ତେ ସଦାପ୍ରଭୁଙ୍କ ଦ୍ୱାରା ଶିକ୍ଷିତ ହେବେ ଓ ତୁମ୍ଭ ସନ୍ତାନଗଣର ମହାଶାନ୍ତି ହେବ।
Jeremiah 31:33 in Oriya 33 ମାତ୍ର ସଦାପ୍ରଭୁ କହନ୍ତି, “ସେହି ସକଳ ଦିନର ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା; ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ;
Micah 4:2 in Oriya 2 ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, ତୁମ୍ଭେମାନେ ଆସ, ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଆମ୍ଭେମାନେ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା। କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।
Matthew 11:27 in Oriya 27 ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।
Matthew 17:5 in Oriya 5 ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ” ଏହାଙ୍କ ବାକ୍ୟ ଶୁଣ।
Mark 1:2 in Oriya 2 ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;
Luke 1:70 in Oriya 70 ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ,
Luke 18:31 in Oriya 31 ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ, ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି, ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ;
John 5:38 in Oriya 38 ପୁଣି, ତାହାଙ୍କ ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ପାଇ ନାହିଁ, କାରଣ ସେ ଯାହାଙ୍କୁ ପ୍ରେରଣ କଲେ, ତାହାଙ୍କୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ।
John 6:37 in Oriya 37 ପିତା ଯେସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋ' ନିକଟକୁ ଆସିବେ; ଆଉ, ଯେ ମୋ' ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
John 6:65 in Oriya 65 ଆଉ ସେ କହିଲେ, ଏହି ହେତୁ ମୁଁ ତୁମ୍ଭମାନଙ୍କୁ କହିଅଛି, ପିତାଙ୍କଠାରୁ ଅନୁଗ୍ରହ ଦତ୍ତ ନ ହେଲେ କେହି ମୋ' ନିକଟକୁ ଆସି ପାରେ ନାହିଁ।
John 10:27 in Oriya 27 ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
John 16:14 in Oriya 14 ସେ ମୋତେ ଗୌରବାନ୍ୱିତ କରିବେ, କାରଣ ସେ ମୋ' ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।
Ephesians 1:17 in Oriya 17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
Ephesians 4:21 in Oriya 21 ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,
1 Thessalonians 4:9 in Oriya 9 ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଇଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,
Hebrews 8:10 in Oriya 10 କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହି ସବୁ ଲେଖିବା,
Hebrews 10:16 in Oriya 16 କାରଣ ପ୍ରଭୁ ଏହି କଥା କହନ୍ତି, ସେହି ସମୟ ଉତ୍ତାରେ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ହୃଦୟରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ପୁଣି, ସେମାନଙ୍କ ମନରେ ସେହି ସବୁ ଲେଖିବା, ଏହା କହିଲା ଉତ୍ତାରେ ସେ କହନ୍ତି,
1 John 4:1 in Oriya 1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।