John 7:35 in Oriya 35 ଏଥିରେ ଯିହୂଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ ? ଏ କ'ଣ ଗ୍ରୀକ୍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଯିହୂଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି ?
Other Translations King James Version (KJV) Then said the Jews among themselves, Whither will he go, that we shall not find him? will he go unto the dispersed among the Gentiles, and teach the Gentiles?
American Standard Version (ASV) The Jews therefore said among themselves, Whither will this man go that we shall not find him? will he go unto the Dispersion among the Greeks, and teach the Greeks?
Bible in Basic English (BBE) So the Jews said among themselves, To what place is he going where we will not see him? will he go to the Jews living among the Greeks and become the teacher of the Greeks?
Darby English Bible (DBY) The Jews therefore said to one another, Where is he about to go that we shall not find him? Is he about to go to the dispersion among the Greeks, and teach the Greeks?
World English Bible (WEB) The Jews therefore said among themselves, "Where will this man go that we won't find him? Will he go to the Dispersion among the Greeks, and teach the Greeks?
Young's Literal Translation (YLT) The Jews, therefore, said among themselves, `Whither is this one about to go that we shall not find him? -- to the dispersion of the Greeks is he about to go? and to teach the Greeks;
Cross Reference Psalm 67:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ। ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। ସେଲା
Psalm 98:2 in Oriya 2 ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି।
Isaiah 11:10 in Oriya 10 ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୟର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।
Isaiah 11:12 in Oriya 12 ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।
Isaiah 27:12 in Oriya 12 ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ।
Isaiah 49:6 in Oriya 6 ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”
Zephaniah 3:10 in Oriya 10 ଆମ୍ଭର ପ୍ରାର୍ଥନାକାରୀମାନେ ଓ ଆମ୍ଭ ଛିନ୍ନଭିନ୍ନ (ଲୋକଙ୍କର) କନ୍ୟା କୂଶ ଦେଶସ୍ଥ ନଦୀସବୁର ସେପାରିରୁ ଆମ୍ଭର ନୈବେଦ୍ୟ ଆଣିବେ।
Matthew 12:21 in Oriya 21 ଆଉ, ତାହାଙ୍କ ନାମରେ ଅଣଯିହୂଦୀମାନେ ଭରସା ରଖିବେ।
Luke 2:32 in Oriya 32 ଅଣଯିହୂଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୁପ କରିଅଛ।
John 8:22 in Oriya 22 ତେଣୁ ଯିହୂଦୀମାନେ କହିବାକୁ ଲାଗିଲେ, ଏ କ'ଣ ଆତ୍ମହତ୍ୟା କରିବ ବୋଲି କହୁଅଛି, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ ?
John 12:20 in Oriya 20 ପର୍ବ ସମୟରେ ଉପାସନା କରିବା ନିମନ୍ତେ ଆସିଥିବା ଯାତ୍ରୀମାନଙ୍କ ମଧ୍ୟରେ କେତେକ ଗ୍ରୀକ୍ ଲୋକ ଥିଲେ।
Acts 11:18 in Oriya 18 ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ୱରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ ପରିବର୍ତ୍ତନ ଦାନ କରିଅଛନ୍ତି।
Acts 13:46 in Oriya 46 ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଇଶ୍ବରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୂଦୀମାନଙ୍କ ନିକଟକୁ ଯାଉଅଛୁ,
Acts 21:21 in Oriya 21 ପୁଣି, ଅଣଯିହୂଦୀମାନଙ୍କ ମଧ୍ୟରେ ବାସକାରୀ ସମସ୍ତ ଯିହୂଦୀଙ୍କ ନିଜ ନିଜ ଶିଶୁମାନଙ୍କୁ ସୁନ୍ନତ ନ କରିବାକୁ ଓ ବିଧିବିଧାନ ଅନୁସାରେ ନ ଚଳିବାକୁ କହି, ମୋଶାଙ୍କ ବ୍ୟବସ୍ଥା ପରିତ୍ୟାଗ କରିବା ନିମନ୍ତେ ତୁମ୍ଭେ ଯେ ସେମାନଙ୍କୁ ଶିକ୍ଷା ଦେଇଥାଅ, ତୁମ୍ଭ ବିଷୟରେ ଏହି ସମ୍ବାଦ ସେମାନେ ଦେଇଅଛନ୍ତି।
Acts 22:21 in Oriya 21 ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ।
Ephesians 3:8 in Oriya 8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
Colossians 1:27 in Oriya 27 ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;
1 Timothy 2:7 in Oriya 7 ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।
2 Timothy 1:11 in Oriya 11 ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି
James 1:1 in Oriya 1 ଇଶ୍ବରଙ୍କ ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର।
1 Peter 1:1 in Oriya 1 ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,