John 7:37 in Oriya 37 ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ।
Other Translations King James Version (KJV) In the last day, that great day of the feast, Jesus stood and cried, saying, If any man thirst, let him come unto me, and drink.
American Standard Version (ASV) Now on the last day, the great `day' of the feast, Jesus stood and cried, saying, If any man thirst, let him come unto me and drink.
Bible in Basic English (BBE) On the last day, the great day of the feast, Jesus got up and said in a loud voice, If any man is in need of drink let him come to me and I will give it to him.
Darby English Bible (DBY) In the last, the great day of the feast, Jesus stood and cried saying, If any one thirst, let him come to me and drink.
World English Bible (WEB) Now on the last and greatest day of the feast, Jesus stood and cried out, "If anyone is thirsty, let him come to me and drink!
Young's Literal Translation (YLT) And in the last, the great day of the feast, Jesus stood and cried, saying, `If any one doth thirst, let him come unto me and drink;
Cross Reference Leviticus 23:36 in Oriya 36 ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ।
Numbers 29:35 in Oriya 35 ଆଉ ଅଷ୍ଟମ ଦିନରେ ତୁମ୍ଭମାନଙ୍କର ମହାସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
1 Kings 8:65 in Oriya 65 ସେସମୟରେ ଶଲୋମନ ଓ ତାଙ୍କ ସଙ୍ଗେ ହମାତ୍ର ପ୍ରବେଶ-ସ୍ଥାନଠାରୁ ମିସରର ନଦୀ ପର୍ଯ୍ୟନ୍ତ ସମଗ୍ର ଇସ୍ରାଏଲର ମହାସମାଜ ସାତ ଦିନ ଆଉ ସାତ ଦିନ, ଏପରି ଚଉଦ ଦିନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ସବ କଲେ।
Nehemiah 8:18 in Oriya 18 ଆହୁରି, ଏଜ୍ରା ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ପରମେଶ୍ୱରଙ୍କ ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବ୍ୟବସ୍ଥାନୁସାରେ ଅଷ୍ଟମ ଦିନ ମହାସଭା ହେଲା।
Psalm 36:8 in Oriya 8 ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।
Psalm 42:2 in Oriya 2 ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋ' ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ?
Psalm 63:1 in Oriya 1 ଦାଉଦଙ୍କର ଗୀତ, ସେ ଯିହୂଦା-ପ୍ରାନ୍ତରରେ ଥିବା ବେଳେ ରଚିତ। ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋ' ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ' ଶରୀର ତୁମ୍ଭ ପାଇଁ ଲାଳସା କରେ।
Psalm 143:6 in Oriya 6 ମୁଁ ତୁମ୍ଭଆଡ଼େ ହସ୍ତ ପ୍ରସାରୁ ଅଛି; ଶୁଷ୍କ ଭୂମି ତୁଲ୍ୟ ମୋ' ପ୍ରାଣ ତୁମ୍ଭ ପାଇଁ ତୃଷିତ ହେଉଅଛି। ସେଲା
Proverbs 8:3 in Oriya 3 ସେ ନଗରଦ୍ୱାର ନିକଟରେ, ନଗରର ପ୍ରବେଶ-ଦ୍ୱାରରେ, ଦ୍ୱାରର ପ୍ରବେଶ ସ୍ଥାନରେ ଥାଇ ଉଚ୍ଚସ୍ୱରେ ଡାକି କହେ,
Song of Solomon 5:1 in Oriya 1 ହେ ମୋହର ଭଗିନୀ, ମୋହର କନ୍ୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।
Isaiah 12:3 in Oriya 3 ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ।
Isaiah 40:6 in Oriya 6 ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା ?” “ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ;
Isaiah 41:17 in Oriya 17 ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।
Isaiah 44:3 in Oriya 3 କାରଣ ଆମ୍ଭେ ତୃଷିତ ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା; ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ଢାଳିବା;
Isaiah 55:1 in Oriya 1 “ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
Isaiah 58:1 in Oriya 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
Jeremiah 2:2 in Oriya 2 “ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ।
Jeremiah 16:19 in Oriya 19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।”
Amos 8:11 in Oriya 11 ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।
Micah 6:9 in Oriya 9 ସଦାପ୍ରଭୁ ଏହି ନଗର ପ୍ରତି ଘୋଷଣା କରୁଅଛି ଓ ଜ୍ଞାନବାନ ମନୁଷ୍ୟ ତୁମ୍ଭର ନାମ ଦେଖିବ। ତୁମ୍ଭେମାନେ ଦଣ୍ଡ ଓ ତନ୍ନିରୂପଣକାରୀଙ୍କୁ ମାନ।
Zechariah 9:15 in Oriya 15 ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।
Matthew 3:3 in Oriya 3 ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, “ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।”
Matthew 11:28 in Oriya 28 ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ, ମୋ' ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।
John 1:23 in Oriya 23 ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।
John 4:10 in Oriya 10 ଯୀଶୁ ତାହାକୁ ଉତ୍ତର ଦେଲେ, ଇଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।
John 4:14 in Oriya 14 କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।
John 5:40 in Oriya 40 କିନ୍ତୁ ତୁମ୍ଭେମାନେ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୋ' ନିକଟକୁ ଆସିବାକୁ ଇଚ୍ଛା କରୁ ନାହଁ।
John 6:35 in Oriya 35 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୁଁ ସେହି ଜୀବନଦାୟକ ଆହାର; ଯେ ମୋ' ନିକଟକୁ ଆସେ, ସେ କଦାପି କ୍ଷୁଧିତ ହେବ ନାହିଁ, ଆଉ ଯେ ମୋ'ଠାରେ ବିଶ୍ୱାସ କରେ, ସେ କଦାପି ତୃଷିତ ହେବ ନାହିଁ।
John 6:37 in Oriya 37 ପିତା ଯେସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋ' ନିକଟକୁ ଆସିବେ; ଆଉ, ଯେ ମୋ' ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
John 6:55 in Oriya 55 କାରଣ ମୋହର ମାଂସ ପ୍ରକୃତ ଖାଦ୍ୟ ଓ ମୋହର ରକ୍ତ ପ୍ରକୃତ ପେୟ।
John 7:28 in Oriya 28 ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ।
John 14:6 in Oriya 6 ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
1 Corinthians 10:4 in Oriya 4 ଓ ସମସ୍ତେ ଏକ ପାରମାର୍ଥିକ ପେୟ ପାନ କଲେ (ଯେଣୁ ସେମାନେ ସେମାନଙ୍କ ଅନୁବର୍ତ୍ତୀ ପାରମାର୍ଥିକ ଶୈଳରୁ ପାନ କରୁଥିଲେ, ଆଉ ସେହି ଶୈଳ ଖ୍ରୀଷ୍ଟ),
1 Corinthians 10:21 in Oriya 21 ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ।
1 Corinthians 11:25 in Oriya 25 ସେହିପରି ଭୋଜନ ଉତ୍ତାରେ ସେ ପାନପାତ୍ର ମଧ୍ୟ ଘେନି କହିଲେ, ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ; ତୁମ୍ଭେମାନେ ଯେତେ ଥର ଏଥିରୁ ପାନ କର, ସେତେ ଥର ମୋତେ ସ୍ମରଣ କରିବା ନିମନ୍ତେ ଏହା କର।
1 Corinthians 12:13 in Oriya 13 ଯେଣୁ ଆମ୍ଭେମାନେ ଯିହୂଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛ।
Ephesians 5:18 in Oriya 18 ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
Revelation 21:6 in Oriya 6 ସେ ମୋତେ ଆହୁରି କହିଲେ, ସମସ୍ତ ସମାପ୍ତ ହୋଇଅଛି। ଆମ୍ଭେ ଆଲଫା ଏବଂ ଓମେଗା, ଆରମ୍ଭ ଓ ଶେଷ। ଯେ ତୃଷାର୍ତ୍ତ, ତାହାକୁ ଆମ୍ଭେ ଜୀବନରୂପ ନିର୍ଝରରୁ ବିନାମୁଲ୍ୟରେ ପାନ କରିବାକୁ ଦେବୁ।
Revelation 22:1 in Oriya 1 ପରେ ସେ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।
Revelation 22:17 in Oriya 17 ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।