John 8:12 in Oriya 12 ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।
Other Translations King James Version (KJV) Then spake Jesus again unto them, saying, I am the light of the world: he that followeth me shall not walk in darkness, but shall have the light of life.
American Standard Version (ASV) Again therefore Jesus spake unto them, saying, I am the light of the world: he that followeth me shall not walk in the darkness, but shall have the light of life.
Bible in Basic English (BBE) Then again Jesus said to them, I am the light of the world; he who comes with me will not be walking in the dark but will have the light of life.
Darby English Bible (DBY) Again therefore Jesus spoke to them, saying, I am the light of the world; he that follows me shall not walk in darkness, but shall have the light of life.
World English Bible (WEB) Again, therefore, Jesus spoke to them, saying, "I am the light of the world. He who follows me will not walk in the darkness, but will have the light of life."
Young's Literal Translation (YLT) Again, therefore, Jesus spake to them, saying, `I am the light of the world; he who is following me shall not walk in the darkness, but he shall have the light of the life.'
Cross Reference Job 33:28 in Oriya 28 ସେ ମୋହର ପ୍ରାଣକୁ ଗର୍ତ୍ତଗମନରୁ ମୁକ୍ତ କରିଅଛନ୍ତି ଓ ମୋହର ଜୀବନ ଆଲୁଅ ଦେଖିବ।
Psalm 18:28 in Oriya 28 ଯେଣୁ ତୁମ୍ଭେ ମୋ' ପ୍ରଦୀପ ଜ୍ୱଳାଇବ; ସଦାପ୍ରଭୁ ମୋ' ପରମେଶ୍ୱର ମୋ' ଅନ୍ଧକାରକୁ ଆଲୁଅମୟ କରିବେ।
Psalm 49:19 in Oriya 19 ତଥାପି ସେ ଆପଣା ପିତୃପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ।
Psalm 97:11 in Oriya 11 ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।
Isaiah 9:2 in Oriya 2 ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।
Isaiah 42:6 in Oriya 6 “ଆମ୍ଭେ ସଦାପ୍ରଭୁ, ଧର୍ମରେ ତୁମ୍ଭକୁ ଆହ୍ୱାନ କରିଅଛୁ ଓ ତୁମ୍ଭର ହସ୍ତ ଧରି ତୁମ୍ଭକୁ ରକ୍ଷା କରିବୁ, ଆଉ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରିବା ପାଇଁ, ବନ୍ଦୀମାନଙ୍କୁ କାରାକୂପରୁ ଓ ଅନ୍ଧକାରରେ ବସିଥିବା ଲୋକମାନଙ୍କୁ ବନ୍ଦୀଗୃହରୁ ବାହାର କରି ଆଣିବା ପାଇଁ,
Isaiah 49:6 in Oriya 6 ଏଣୁ ସେ କହନ୍ତି, “ତୁମ୍ଭେ ଯେ ଯାକୁବର ଗୋଷ୍ଠୀବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇସ୍ରାଏଲର ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସେବକ ହେବ, ଏହା ଅତି କ୍ଷୁଦ୍ର ବିଷୟ; ତୁମ୍ଭେ ପୃଥିବୀର ସୀମା ପର୍ଯ୍ୟନ୍ତ ଯେପରି ଆମ୍ଭର କୃତ ପରିତ୍ରାଣ ସ୍ୱରୂପ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀୟମାନଙ୍କର ଦୀପ୍ତି ସ୍ୱରୂପ ମଧ୍ୟ କରିବା।”
Isaiah 50:10 in Oriya 10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।
Isaiah 60:1 in Oriya 1 ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
Hosea 6:3 in Oriya 3 ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।
Malachi 4:2 in Oriya 2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
Matthew 4:14 in Oriya 14 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,
Matthew 5:14 in Oriya 14 ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ;
Luke 1:78 in Oriya 78 ପୁଣି, ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ ସ୍ୱର୍ଗରୁ ଆମ୍ଭମାନଙ୍କ ପ୍ରତି ସୂର୍ଯ୍ୟ ଉଦୟ ହେଲା ପରି ହେବ,
Luke 2:32 in Oriya 32 ଅଣଯିହୂଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୁପ କରିଅଛ।
John 1:4 in Oriya 4 ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ।
John 3:19 in Oriya 19 ଆଉ, ସେହି ବିଚାର ଏହି, ଜଗତରେ ଜ୍ୟୋତିଃ ପ୍ରକାଶିତ ହୋଇଅଛି, ଆଉ ଲୋକମାନେ ଜ୍ୟୋତିଃ ଅପେକ୍ଷା ବରଂ ଅନ୍ଧକାରକୁ ଭଲ ପାଇଲେ, ଯେଣୁ ସେମାନଙ୍କର କର୍ମସବୁ ମନ୍ଦ।
John 7:17 in Oriya 17 କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ୱରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ।
John 9:5 in Oriya 5 ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।
John 12:35 in Oriya 35 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥି ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ।
John 12:46 in Oriya 46 ଯେ କେହି ମୋ'ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି।
John 14:6 in Oriya 6 ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
Acts 13:47 in Oriya 47 କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “ଆମ୍ଭେ ତୁମ୍ଭକୁ ଅଣଯିହୂଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।”
Acts 26:23 in Oriya 23 ଅର୍ଥାତ୍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୂଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।
2 Peter 2:4 in Oriya 4 କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି
2 Peter 2:17 in Oriya 17 ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।
Jude 1:6 in Oriya 6 ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି।
Jude 1:13 in Oriya 13 ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି।
Revelation 21:24 in Oriya 24 ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଏୗଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ।