John 8:19 in Oriya 19 ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି ? ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ବା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣନ୍ତ।
Other Translations King James Version (KJV) Then said they unto him, Where is thy Father? Jesus answered, Ye neither know me, nor my Father: if ye had known me, ye should have known my Father also.
American Standard Version (ASV) They said therefore unto him, Where is thy Father? Jesus answered, Ye know neither me, nor my Father: if ye knew me, ye would know my Father also.
Bible in Basic English (BBE) Then they said to him, Where is your Father? Jesus said in answer, You have no knowledge of me or of my Father: if you had knowledge of me you would have knowledge of my Father.
Darby English Bible (DBY) They said to him therefore, Where is thy Father? Jesus answered, Ye know neither me nor my Father. If ye had known me, ye would have known also my Father.
World English Bible (WEB) They said therefore to him, "Where is your Father?" Jesus answered, "You know neither me, nor my Father. If you knew me, you would know my Father also."
Young's Literal Translation (YLT) They said, therefore, to him, `Where is thy father?' Jesus answered, `Ye have neither known me nor my Father: if me ye had known, my Father also ye had known.'
Cross Reference Jeremiah 22:16 in Oriya 16 ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, “ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ ?
Jeremiah 24:7 in Oriya 7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।'
Matthew 11:25 in Oriya 25 ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
Luke 10:21 in Oriya 21 ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ, ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏଥି ନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି; ହଁ, ପିତା, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା।
John 1:10 in Oriya 10 ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ।
John 1:18 in Oriya 18 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
John 7:28 in Oriya 28 ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ।
John 8:54 in Oriya 54 ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ୱର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି;
John 10:14 in Oriya 14 ମୁଁ ଉତ୍ତମ ମେଷପାଳକ। ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ,
John 14:6 in Oriya 6 ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
John 15:21 in Oriya 21 କିନ୍ତୁ ସେମାନେ ମୋହର ପ୍ରେରଣକର୍ତ୍ତାଙ୍କୁ ଜାଣି ନ ଥିବାରୁ ମୋହର ନାମ ସକାଶେ ତୁମ୍ଭମାନଙ୍କ ପ୍ରତି ଏହି ସମସ୍ତ କରିବେ।
John 16:3 in Oriya 3 ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାଁନ୍ତି।
John 17:3 in Oriya 3 ଆଉ, ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।
John 17:25 in Oriya 25 ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;
1 Corinthians 15:34 in Oriya 34 ଯଥାର୍ଥରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଇଶ୍ବରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
Galatians 4:9 in Oriya 9 କିନ୍ତୁ ଏବେ ଇଶ୍ବରଙ୍କ ପରିଚୟ ପାଇଅଛ; ବରଂ ଇଶ୍ବରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ ?
Ephesians 1:17 in Oriya 17 ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;
Colossians 1:10 in Oriya 10 ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍, ଇଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ
Colossians 1:15 in Oriya 15 ସେ ଅଦୃଶ୍ୟ ଇଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,
Hebrews 1:3 in Oriya 3 ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,
1 John 5:20 in Oriya 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଇଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି।
2 John 1:9 in Oriya 9 ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।