John 8:44 in Oriya 44 ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା।
Other Translations King James Version (KJV) Ye are of your father the devil, and the lusts of your father ye will do. He was a murderer from the beginning, and abode not in the truth, because there is no truth in him. When he speaketh a lie, he speaketh of his own: for he is a liar, and the father of it.
American Standard Version (ASV) Ye are of `your' father the devil, and the lusts of your father it is your will to do. He was a murderer from the beginning, and standeth not in the truth, because there is no truth in him. When he speaketh a lie, he speaketh of his own: for he is a liar, and the father thereof.
Bible in Basic English (BBE) You are the children of your father the Evil One and it is your pleasure to do his desires. From the first he was a taker of life; and he did not go in the true way because there is no true thing in him. When he says what is false, it is natural to him, for he is false and the father of what is false.
Darby English Bible (DBY) Ye are of the devil, as [your] father, and ye desire to do the lusts of your father. He was a murderer from the beginning, and has not stood in the truth, because there is no truth in him. When he speaks falsehood, he speaks of what is his own; for he is a liar and its father:
World English Bible (WEB) You are of your Father, the devil, and you want to do the desires of your father. He was a murderer from the beginning, and doesn't stand in the truth, because there is no truth in him. When he speaks a lie, he speaks on his own; for he is a liar, and the father of it.
Young's Literal Translation (YLT) `Ye are of a father -- the devil, and the desires of your father ye will to do; he was a man-slayer from the beginning, and in the truth he hath not stood, because there is no truth in him; when one may speak the falsehood, of his own he speaketh, because he is a liar -- also his father.
Cross Reference Genesis 3:3 in Oriya 3 କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।”
Genesis 3:15 in Oriya 15 ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
Genesis 4:8 in Oriya 8 ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
1 Kings 22:22 in Oriya 22 ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ ?” ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।
1 Chronicles 21:1 in Oriya 1 ଏଥିଉତ୍ତାରେ ଶୟତାନ ଇସ୍ରାଏଲ ପ୍ରତିକୂଳରେ ଠିଆ ହୋଇ ଇସ୍ରାଏଲକୁ ଗଣନା କରିବା ପାଇଁ ଦାଉଦଙ୍କୁ ପ୍ରବର୍ତ୍ତାଇଲା।
2 Chronicles 18:20 in Oriya 20 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, “ମୁଁ ତାହାକୁ ଫୁସୁଲାଇବି।” ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ ?”
Job 1:11 in Oriya 11 ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।
Job 2:4 in Oriya 4 ତହିଁରେ ଶୟତାନ ସଦାପ୍ରଭୁଙ୍କୁ ଉତ୍ତର କରି କହିଲା, “ଚର୍ମ ନିମନ୍ତେ ଚର୍ମ, ଆପଣା ପ୍ରାଣ ନିମନ୍ତେ ମନୁଷ୍ୟ ସର୍ବସ୍ୱ ଦେବ।”
Matthew 13:38 in Oriya 38 କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;
John 6:70 in Oriya 70 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ କ'ଣ ତୁମ୍ଭ ଦ୍ୱାଦଶଙ୍କୁ ମନୋନୀତ କରି ନାହିଁ ? ଆଉ, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ଶୟତାନ।
John 8:38 in Oriya 38 ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହି ସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହି ସବୁ କର।
John 8:41 in Oriya 41 ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ। ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ୱର।
Acts 5:3 in Oriya 3 ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ?
Acts 13:10 in Oriya 10 ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ ?
2 Corinthians 11:3 in Oriya 3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।
2 Corinthians 11:13 in Oriya 13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।
2 Thessalonians 2:9 in Oriya 9 ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି, ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ,
James 4:1 in Oriya 1 ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ ? କ'ଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ ?
1 Peter 5:8 in Oriya 8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
2 Peter 2:4 in Oriya 4 କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି
1 John 2:4 in Oriya 4 ତାହାଙ୍କ ଆଜ୍ଞା ପାଳନ ନ କରି ତାହାଙ୍କୁ ଜାଣେ ବୋଲି ଯେ କହେ, ସେ ମିଥ୍ୟାବାଦୀ ଓ ତାହାଠାରେ ସତ୍ୟ ନାହିଁ;
1 John 3:8 in Oriya 8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଇଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।
1 John 3:12 in Oriya 12 ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା ? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।
1 John 3:15 in Oriya 15 ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ।
Jude 1:6 in Oriya 6 ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି।
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
Revelation 9:11 in Oriya 11 ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍ ଭାଷାରେ ଅପଲ୍ଲିୟୋନ୍।
Revelation 12:9 in Oriya 9 ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା।
Revelation 13:6 in Oriya 6 ସେଥିରେ ସେଇ ପଶୁ ମୁଖ ଫିଟାଇ ଈଶ୍ୱରନିନ୍ଦାର କଥା କହି ତାହାଙ୍କ ନାମ ଓ ତାହାଙ୍କ ତମ୍ବୁ ପୁଣି, ସ୍ୱର୍ଗନିବାସୀମାନଙ୍କର ନିନ୍ଦା କଲା।
Revelation 13:14 in Oriya 14 ଆଉ ସେହି ପଶୁର ସାକ୍ଷାତରେ ଯେଉଁ ଆଶ୍ଚର୍ଯ୍ୟକର୍ମ କରିବାକୁ ସେ କ୍ଷମତା ପ୍ରାପ୍ତ ହୋଇଥିଲା, ତଦ୍ୱାରା ସେ ପୃଥିବୀନିବାସୀମାନଙ୍କୁ ଭ୍ରାନ୍ତ କରି, ଯେଉଁ ପଶୁ ଖଡ଼୍ଗ ଦ୍ୱାରା ଆହତ ହେଲେ ହେଁ ବଞ୍ଚିଥିଲା, ତାହାର ଏକ ପ୍ରତିମା ନିର୍ମାଣ କରିବାକୁ ସେମାନଙ୍କୁ କହେ।
Revelation 20:2 in Oriya 2 ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,
Revelation 20:7 in Oriya 7 ସେହି ଏକ ହଜାର ବର୍ଷ ଶେଷ ହୁଅନ୍ତେ ଶୟତାନ କାରାଗାରରୁ ମୁକ୍ତ ହେବ;
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
Revelation 22:15 in Oriya 15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।