John 8:6 in Oriya 6 ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥି ନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ। କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ।
Other Translations King James Version (KJV) This they said, tempting him, that they might have to accuse him. But Jesus stooped down, and with his finger wrote on the ground, as though he heard them not.
American Standard Version (ASV) And this they said, trying him, that they might have `whereof' to accuse him. But Jesus stooped down, and with his finger wrote on the ground.
Bible in Basic English (BBE) They said this, testing him, so that they might have something against him. But Jesus, with his head bent down, made letters on the floor with his finger.
Darby English Bible (DBY) But this they said proving him, that they might have [something] to accuse him [of]. But Jesus, having stooped down, wrote with his finger on the ground.
World English Bible (WEB) They said this testing him, that they might have something to accuse him of. But Jesus stooped down, and wrote on the ground with his finger.
Young's Literal Translation (YLT) and this they said, trying him, that they might have to accuse him. And Jesus, having stooped down, with the finger he was writing on the ground,
Cross Reference Genesis 49:9 in Oriya 9 ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ ?
Numbers 14:22 in Oriya 22 ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,
Psalm 38:12 in Oriya 12 ମଧ୍ୟ ଯେଉଁମାନେ ମୋ' ପ୍ରାଣ ଚାହାନ୍ତି, ସେମାନେ ମୋ' ପାଇଁ ଫାନ୍ଦ ପାତନ୍ତି; ପୁଣି, ଯେଉଁମାନେ ମୋହର ଅନିଷ୍ଟ ଇଚ୍ଛା କରନ୍ତି, ସେମାନେ ସର୍ବନାଶର କଥା କହନ୍ତି ଓ ସାରାଦିନ ଛଳର ଚିନ୍ତା କରନ୍ତି।
Psalm 39:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ ପାଇଁ ଦାଉଦଙ୍କର ଗୀତ। ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋ' ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”
Proverbs 26:17 in Oriya 17 ଯେଉଁ ଲୋକ ପଥରେ ଯାଉ ଯାଉ ଆପଣାର ଅସମ୍ପର୍କୀୟ ବିବାଦରେ ରାଗାନ୍ୱିତ ହୁଏ, ସେ କୁକ୍କୁର କାନ ଧରିବା ଲୋକ ତୁଲ୍ୟ।
Ecclesiastes 3:7 in Oriya 7 ଚିରିବାର ସମୟ ଓ ସିଲେଇ କରିବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;
Jeremiah 17:13 in Oriya 13 ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋ' ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝରସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।
Daniel 5:5 in Oriya 5 ସେହି ଦଣ୍ଡରେ ମନୁଷ୍ୟ ହସ୍ତର ଅଙ୍ଗୁଳି ଆସି ରାଜପ୍ରାସାଦର କାନ୍ଥର ଲେପନ ଉପରେ ଦୀପାଧାରର ନିକଟରେ ଲେଖିଲା, ଆଉ ହସ୍ତର ଯେଉଁ ଅଂଶ ଲେଖିଲା, ରାଜା ତାହା ଦେଖିଲା।
Amos 5:10 in Oriya 10 ଯେ ନଗର ଦ୍ୱାରରେ ଅନୁଯୋଗ କରେ, ଲୋକମାନେ ତାହାକୁ ହିଂସା କରନ୍ତି ଓ ଯେ ଯଥାର୍ଥ କଥା କହେ, ସେମାନେ ତାହାକୁ ଘୃଣା କରନ୍ତି।
Amos 5:13 in Oriya 13 ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ।
Matthew 10:16 in Oriya 16 ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।
Matthew 15:23 in Oriya 23 କିନ୍ତୁ ଯୀଶୁ ତାହାକୁ ପଦେ ହେଲେ ଉତ୍ତର ଦେଲେ ନାହିଁ। ଆଉ ତାହାଙ୍କ ଶିଷ୍ୟମାନେ ଆସି ତାହାଙ୍କୁ ଅନୁରୋଧ କରି କହିବାକୁ ଲାଗିଲେ, ଏହାକୁ ବିଦାୟ କରନ୍ତୁ, କାରଣ ଏ ଆମ୍ଭମାନଙ୍କ ପଛେ ପଛେ ଚିତ୍କାର କରୁଅଛି।
Matthew 16:1 in Oriya 1 ଫାରୂଶୀ ଓ ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ।
Matthew 19:3 in Oriya 3 ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କ'ଣ ନ୍ୟାୟସଙ୍ଗତ ?
Matthew 22:18 in Oriya 18 କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ ?
Matthew 22:35 in Oriya 35 ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ,
Matthew 26:63 in Oriya 63 କିନ୍ତୁ ଯୀଶୁ ମୌନ ହୋଇ ରହିଲେ। ସେଥିରେ ମହାଯାଜକ ତାହାଙ୍କୁ କହିଲେ, ଆମ୍ଭେ ତୁମ୍ଭକୁ ଜୀବନ୍ତ ଇଶ୍ବରଙ୍କ ନାମରେ ଶପଥ ଦେଉଅଛୁ, ଆମ୍ଭମାନଙ୍କୁ କୁହ, ତୁମ୍ଭେ କି ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ?
Mark 8:11 in Oriya 11 ପରେ ଫାରୂଶୀମାନେ ବାହାରି ଆସି ତାହାଙ୍କ ସାଙ୍ଗରେ ବାଦାନୁବାଦ କରିବାକୁ ଲାଗିଲେ ଓ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ଆକାଶରୁ ଗୋଟିଏ ଚିହ୍ନ ମାଗିଲେ।
Mark 10:2 in Oriya 2 ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀ ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ ?
Mark 12:15 in Oriya 15 ଆମ୍ଭେମାନେ ଦେବା କି ନାହିଁ ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, କାହିଁକି ମୋତେ ପରୀକ୍ଷା କରୁଅଛ ? ଗୋଟିଏ ମୁଦ୍ରା ମୋ' ପାଖକୁ ଆଣ, ମୁଁ ତାହା ଦେଖେ।
Luke 10:25 in Oriya 25 ଆଉ ଦେଖ, ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ହେ ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କ'ଣ କରିବି ?
Luke 11:16 in Oriya 16 ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ।
Luke 11:53 in Oriya 53 ଆଉ, ସେ ସେଠାରୁ ବାହାରିଗଲା ପରେ ଶାସ୍ତ୍ରୀ ଓ ଫାରୂଶୀମାନେ ଅତିଶୟ ଈର୍ଷା କରି
Luke 20:20 in Oriya 20 ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧିନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ।
John 8:2 in Oriya 2 ତହିଁ ଆରଦିନ ପ୍ରତ୍ୟୁଷରେ ସେ ପୁନର୍ବାର ମନ୍ଦିରକୁ ଆସିଲେ, ପୁଣି, ସମସ୍ତ ଲୋକ ତାହାଙ୍କ ନିକଟକୁ ଆସନ୍ତେ, ସେ ଉପବେଶନ କରି ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।
1 Corinthians 10:9 in Oriya 9 ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ।