Joshua 16 in Oriya

1 ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବୈଥେଲକୁ ଉର୍ଦ୍ଧଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା।

2 ତହୁଁ ସେ ସୀମା ବୈଥେଲଠାରୁ ଲୁସକୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତକୁ ଗଲା;

3 ପୁଣି ପଶ୍ଚିମ ଦିଗରେ ଯଫ୍‍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବୈଥୋରୋଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।

4 ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ।

5 ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବୈଥୋରୋଣ ପର୍ଯ୍ୟନ୍ତ ଅଟାରୋତ୍‍ ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।

6 ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍‍ମଥତ୍‍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍‍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା।

7 ପୁଣି ଯାନୋହଠାରୁ ଅଟାରୋତ୍‍ ଓ ନାରତ୍‍ ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।

8 ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।

9 ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା।

10 ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।