Joshua 2:9 in Oriya 9 ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।
Other Translations King James Version (KJV) And she said unto the men, I know that the LORD hath given you the land, and that your terror is fallen upon us, and that all the inhabitants of the land faint because of you.
American Standard Version (ASV) and she said unto the men, I know that Jehovah hath given you the land, and that the fear of you is fallen upon us, and that all the inhabitants of the land melt away before you.
Bible in Basic English (BBE) And said to them, It is clear to me that the Lord has given you the land, and that the fear of you has come on us;
Darby English Bible (DBY) and said to the men, I know that Jehovah has given you the land, and that the dread of you has fallen on us, and that all the inhabitants of the land faint because of you.
Webster's Bible (WBT) And she said to the men, I know that the LORD hath given you the land, and that your terror hath fallen upon us, and that all the inhabitants of the land faint because of you.
World English Bible (WEB) and she said to the men, I know that Yahweh has given you the land, and that the fear of you is fallen on us, and that all the inhabitants of the land melt away before you.
Young's Literal Translation (YLT) and she saith unto the men, `I have known that Jehovah hath given to you the land, and that your terror hath fallen upon us, and that all the inhabitants of the land have melted at your presence.
Cross Reference Genesis 13:14 in Oriya 14 ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର;
Genesis 15:18 in Oriya 18 ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,
Genesis 35:5 in Oriya 5 ଏଉତ୍ତାରେ ସେମାନେ ଯାତ୍ରା କଲେ; ସେତେବେଳେ ଚତୁର୍ଦ୍ଦିଗସ୍ଥ ନଗରରେ ପରମେଶ୍ୱରଙ୍କଠାରୁ ଭୟ ଉପସ୍ଥିତ ହେବାରୁ ସେମାନେ ଯାକୁବଙ୍କର ପୁତ୍ରମାନଙ୍କୁ ଗୋଡ଼ାଇଲେ ନାହିଁ।
Exodus 3:6 in Oriya 6 ସେ ଆହୁରି କହିଲେ, “ଆମ୍ଭେ ତୁମ୍ଭର ପୈତୃକ ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର।” ତହିଁରେ ମୋଶା ଆପଣା ମୁଖ ଆଚ୍ଛାଦନ କଲେ, କାରଣ ସେ ପରମେଶ୍ୱରଙ୍କ ପ୍ରତି ଦୃଷ୍ଟି କରିବାକୁ ଭୀତ ହେଲେ।
Exodus 15:15 in Oriya 15 ସେତେବେଳେ ଇଦୋମର ରାଜଗଣ ବିହ୍ୱଳ ହେଲେ; କମ୍ପ ମୋୟାବର ବଳବାନ୍ ଲୋକଙ୍କୁ ଆକ୍ରମଣ କରୁଅଛି; କିଣାନ ନିବାସୀ ସମସ୍ତେ ତରଳି ଯାଇଅଛନ୍ତି।
Exodus 18:11 in Oriya 11 ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ୍, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ୍।”)
Exodus 23:27 in Oriya 27 ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।
Deuteronomy 2:25 in Oriya 25 ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”
Deuteronomy 11:25 in Oriya 25 ତୁମ୍ଭମାନଙ୍କ ସମ୍ମୁଖରେ କୌଣସି ମନୁଷ୍ୟ ଛିଡ଼ା ହେବାକୁ ସମର୍ଥ ହେବ ନାହିଁ; ତୁମ୍ଭେମାନେ ଯେଉଁ ଯେଉଁ ଦେଶରେ ପାଦ ପକାଇବ, ସେହି ସମସ୍ତ ଦେଶରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ବାକ୍ୟାନୁସାରେ ତୁମ୍ଭମାନଙ୍କ ବିଷୟକ ଆଶଙ୍କା ଓ ତୁମ୍ଭମାନଙ୍କ ବିଷୟକ ଭୟ ଉପସ୍ଥିତ କରାଇବେ।
Deuteronomy 28:10 in Oriya 10 ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ।
Deuteronomy 32:8 in Oriya 8 ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ୍ କଲେ, ସେତେବେଳେ ଇସ୍ରାଏଲ ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।
Joshua 2:11 in Oriya 11 ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ୱର ଅଟନ୍ତି।
Judges 7:14 in Oriya 14 ତହୁଁ ତାହାର ସଙ୍ଗୀ ଉତ୍ତର କରି କହିଲା, ଏହା ଇସ୍ରାଏଲୀୟ ଯୋୟାଶର ପୁତ୍ର ଗିଦିୟୋନ୍ଙ୍କର ଖଡ୍ଗ ଛଡ଼ା ଆଉ କିଛି ନୁହେଁ; ପରମେଶ୍ୱର ମିଦୀୟନକୁ ଓ ସମୁଦାୟ ସୈନ୍ୟଦଳକୁ ତାହା ହସ୍ତରେ ସମର୍ପଣ କରିଅଛନ୍ତି।
1 Samuel 14:15 in Oriya 15 ତହିଁରେ କ୍ଷେତ୍ରସ୍ଥିତ ଛାଉଣି ମଧ୍ୟରେ ଓ ସବୁ ଲୋକଙ୍କ ମଧ୍ୟରେ କମ୍ପ ହେଲା; ପ୍ରହରୀଦଳ ଓ ବିନାଶକମାନେ ମଧ୍ୟ କମ୍ପିଲେ ଓ ଭୂମିକମ୍ପ ହେଲା; ଏହିରୂପେ ଘୋରତର ମହାକମ୍ପ ହେଲା।
2 Samuel 17:10 in Oriya 10 ତାହାହେଲେ, ଯେଉଁ ବିକ୍ରମଶାଳୀର ହୃଦୟ ସିଂହର ହୃଦୟ ତୁଲ୍ୟ, ସେ ମଧ୍ୟ ନିତାନ୍ତ ତରଳି ଯିବ; କାରଣ ଆପଣଙ୍କ ପିତା ଯେ ବୀର ଓ ତାଙ୍କ ସଙ୍ଗୀମାନେ ଯେ ବିକ୍ରମଶାଳୀ ଲୋକ, ଏହା ସମୁଦାୟ ଇସ୍ରାଏଲ ଜାଣନ୍ତି।
2 Kings 5:15 in Oriya 15 ଏଥିଉତ୍ତାରେ ନାମାନ୍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରି ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”
2 Kings 7:6 in Oriya 6 କାରଣ ସଦାପ୍ରଭୁ ଅରାମୀୟମାନଙ୍କ ସୈନ୍ୟଗଣକୁ ରଥ ଶବ୍ଦ ଓ ଅଶ୍ୱ ଶବ୍ଦ, ଅର୍ଥାତ୍, ମହାସୈନ୍ୟ ଶବ୍ଦ ଶୁଣାଇଥିଲେ; ତହିଁରେ ସେମାନେ ପରସ୍ପର କହିଲେ, “ଦେଖ, ଇସ୍ରାଏଲର ରାଜା ଆମ୍ଭମାନଙ୍କୁ ଆକ୍ରମଣ କରିବା ପାଇଁ ହିତ୍ତୀୟମାନଙ୍କ ରାଜାଗଣକୁ ଓ ମିସ୍ରୀୟମାନଙ୍କ ରାଜାଗଣକୁ ଆମ୍ଭମାନଙ୍କ ପ୍ରତିକୂଳରେ ବେତନ ଦେଇ ନିଯୁକ୍ତ କରିଅଛି।”
Job 19:25 in Oriya 25 ମାତ୍ର ମୁଁ ଜାଣେ ଯେ, ମୋହର ମୁକ୍ତିକର୍ତ୍ତା ଜୀବିତ ଅଟନ୍ତି ଓ ଶେଷରେ ସେ ପୃଥିବୀ ଉପରେ ଠିଆ ହେବେ;
Psalm 112:10 in Oriya 10 ଦୁଷ୍ଟ ଲୋକ ତାହା ଦେଖିବ ଓ ବିରକ୍ତ ହେବ; ସେ ଆପଣା ଦନ୍ତ ଘର୍ଷଣ କରିବ ଓ ତରଳିଯିବ; ଦୁଷ୍ଟମାନଙ୍କର ବାଞ୍ଛା ବିନଷ୍ଟ ହେବ।
Psalm 115:16 in Oriya 16 ସ୍ୱର୍ଗ ସଦାପ୍ରଭୁଙ୍କର ସ୍ୱର୍ଗ; ମାତ୍ର ସେ ମନୁଷ୍ୟ-ସନ୍ତାନଗଣକୁ ପୃଥିବୀ ଦେଇଅଛନ୍ତି।
Ecclesiastes 8:12 in Oriya 12 ଯଦ୍ୟପି ପାପୀ ଶହେ ଥର ଦୁଷ୍କର୍ମ କରି ଦୀର୍ଘଜୀବୀ ହୁଏ, ତଥାପି ମୁଁ ନିଶ୍ଚୟ ଜାଣେ ଯେ, ପରମେଶ୍ୱରଙ୍କ ଭୟକାରୀମାନେ ତାହାଙ୍କ ଛାମୁରେ ଭୀତ ହୁଅନ୍ତି ବୋଲି ସେମାନଙ୍କର ମଙ୍ଗଳ ହେବ;
Isaiah 19:1 in Oriya 1 ମିସର ବିଷୟକ ଭବିଷ୍ୟତ ବାଣୀ। ଦେଖ, ସଦାପ୍ରଭୁ ଦ୍ରୁତଗାମୀ ମେଘରେ ଆରୋହଣ କରି ମିସରକୁ ଆସୁଅଛନ୍ତି; ପୁଣି, ତାହାଙ୍କ ଛାମୁରେ ମିସରର ପ୍ରତିମାଗଣ କମ୍ପାନ୍ୱିତ ହେବେ ଓ ମିସରର ହୃଦୟ ତାହାର ମଧ୍ୟରେ ତରଳି ଯିବ।
Jeremiah 27:5 in Oriya 5 ‘ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।
Nahum 2:10 in Oriya 10 ସେ (ନିନିବୀ) ଖାଲି ଓ ଶୂନ୍ୟ ଓ ଉଜାଡ଼ ହୋଇଅଛି; ଅନ୍ତଃକରଣ ତରଳି ଯାଉଅଛି ଓ ଆଣ୍ଠୁରେ ଆଣ୍ଠୁ ବାଜୁଅଛି, ସମସ୍ତ କଟିରେ ବେଦନା ଅଛି ଓ ସେହି ସମସ୍ତଙ୍କର ମୁଖ ମଳିନ ହୋଇଅଛି।
Matthew 20:15 in Oriya 15 ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋର ଅଧିକାର ନାହିଁ ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ ?
Hebrews 11:1 in Oriya 1 ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।