Joshua 22:15 in Oriya 15 ତହୁଁ ସେମାନେ ଗିଲୀୟଦ ଦେଶରେ ରୁବେନ୍ ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ନିକଟକୁ ଆସି ସେମାନଙ୍କୁ କହିଲେ,
Other Translations King James Version (KJV) And they came unto the children of Reuben, and to the children of Gad, and to the half tribe of Manasseh, unto the land of Gilead, and they spake with them, saying,
American Standard Version (ASV) And they came unto the children of Reuben, and to the children of Gad, and to the half-tribe of Manasseh, unto the land of Gilead, and they spake with them, saying,
Bible in Basic English (BBE) And they came to the children of Reuben and the children of Gad and the half-tribe of Manasseh, to the land of Gilead, and said to them,
Darby English Bible (DBY) And they came to the children of Reuben, and to the children of Gad, and to the half tribe of Manasseh, to the land of Gilead, and spoke with them, saying,
Webster's Bible (WBT) And they came to the children of Reuben, and to the children of Gad, and to the half-tribe of Manasseh, to the land of Gilead, and they spoke with them, saying,
World English Bible (WEB) They came to the children of Reuben, and to the children of Gad, and to the half-tribe of Manasseh, to the land of Gilead, and they spoke with them, saying,
Young's Literal Translation (YLT) And they come in unto the sons of Reuben, and unto the sons of Gad, and unto the half of the tribe of Manasseh, unto the land of Gilead, and speak with them, saying,
Cross Reference Exodus 32:8 in Oriya 8 ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”
Leviticus 5:19 in Oriya 19 ତାହା ଦୋଷାର୍ଥକ ବଳି, ସେ ସଦାପ୍ରଭୁଙ୍କ ଛାମୁରେ ନିତାନ୍ତ ଦୋଷୀ।”
Leviticus 17:8 in Oriya 8 ଆଉ, ତୁମ୍ଭେ ସେମାନଙ୍କୁ କହିବ, ଇସ୍ରାଏଲ ବଂଶରୁ ଜାତ କୌଣସି ଲୋକ ଅବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ ଯଦି ହୋମ କି ବଳିଦାନ କରେ,
Leviticus 26:40 in Oriya 40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;
Numbers 5:6 in Oriya 6 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ଵା ସ୍ତ୍ରୀ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ମନୁଷ୍ୟମାନଙ୍କ ମଧ୍ୟରେ ପ୍ରଚଳିତ କୌଣସି ପାପ କରେ ଓ ସେହି ପ୍ରାଣୀ ଦଣ୍ଡନୀୟ ହୁଏ,
Numbers 14:43 in Oriya 43 ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ଼୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”
Numbers 32:15 in Oriya 15 କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”
Deuteronomy 7:4 in Oriya 4 କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହା ହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।
Deuteronomy 12:4 in Oriya 4 ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେରୂପ କରିବ ନାହିଁ।
Deuteronomy 12:13 in Oriya 13 ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ପ୍ରତ୍ୟେକ ସ୍ଥାନ ତୁମ୍ଭେ ଦେଖିବ, ଯେପରି ସେସବୁ ସ୍ଥାନରେ ଆପଣା ହୋମବଳି ଉତ୍ସର୍ଗ ନ କର।
Deuteronomy 30:17 in Oriya 17 ମାତ୍ର ଯଦି ତୁମ୍ଭର ହୃଦୟ ବିମୁଖ ହେବ ଓ ତୁମ୍ଭେ ଶୁଣିବ ନାହିଁ, ମାତ୍ର ଭ୍ରାନ୍ତ ହୋଇ ଅନ୍ୟ ଦେବତାମାନଙ୍କୁ ପ୍ରଣାମ କରିବ ଓ ସେମାନଙ୍କୁ ସେବା କରିବ;
Joshua 22:12 in Oriya 12 ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ଡଳୀ ଶୀଲୋରେ ଏକତ୍ରିତ ହେଲେ।
Joshua 22:18 in Oriya 18 ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ।
1 Samuel 15:23 in Oriya 23 ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।
1 Chronicles 21:3 in Oriya 3 ଏଥିରେ ଯୋୟାବ କହିଲା, “ଏବେ ଯେତେ ଅଛନ୍ତି, ସଦାପ୍ରଭୁ ତହିଁର ଶତଗୁଣ ଅଧିକ ଆପଣା ଲୋକଙ୍କୁ ବୃଦ୍ଧି କରନ୍ତୁ; ମାତ୍ର, ହେ ମୋ' ପ୍ରଭୁ ମହାରାଜ, ସେହି ସମସ୍ତେ କ'ଣ ମୋ' ପ୍ରଭୁଙ୍କର ଦାସ ନୁହଁନ୍ତି ? କାହିଁକି ମୋ' ପ୍ରଭୁ ଏହା କରିବାକୁ ଚାହୁଁ ଅଛନ୍ତି ? କାହିଁକି ସେ ଇସ୍ରାଏଲର ଅପରାଧର କାରଣ ହେବେ ?”
2 Chronicles 10:19 in Oriya 19 ଏହିରୂପେ ଇସ୍ରାଏଲ ଆଜି ପର୍ଯ୍ୟନ୍ତ ଦାଉଦ-ବଂଶର ବିଦ୍ରୋହୀ ହେଲେ।
2 Chronicles 25:27 in Oriya 27 ଅମତ୍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।
2 Chronicles 26:18 in Oriya 18 ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।
2 Chronicles 28:13 in Oriya 13 “ତୁମ୍ଭେମାନେ ବନ୍ଦୀମାନଙ୍କୁ ଏସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଓ ଅପରାଧସକଳର ବୃଦ୍ଧି କରିବାକୁ ମନସ୍ଥ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଓ ଇସ୍ରାଏଲ ଉପରେ ପ୍ରଚଣ୍ଡ କ୍ରୋଧ ରହିଅଛି।”
Ezra 9:2 in Oriya 2 କାରଣ ସେମାନେ ଆପଣାମାନଙ୍କ ଓ ଆପଣାମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କର କନ୍ୟାଗଣଙ୍କୁ ଗ୍ରହଣ କରିଅଛନ୍ତି; ଏହିରୂପେ ପବିତ୍ର ବଂଶ ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ସଙ୍ଗେ ଆପଣାମାନଙ୍କୁ ମିଶ୍ରିତ କରିଅଛନ୍ତି; ଆହୁରି, ଏହି ଅପରାଧରେ ଅଧିପତି ଓ ଶାସନକର୍ତ୍ତାମାନଙ୍କ ହସ୍ତ ପ୍ରଧାନ ହୋଇଅଛି।”
Ezra 9:15 in Oriya 15 ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇ ପାରେ ନାହିଁ।”
Psalm 78:8 in Oriya 8 ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।
Isaiah 63:10 in Oriya 10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
Matthew 6:14 in Oriya 14 କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
Matthew 18:17 in Oriya 17 ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୂଦୀ ଓ କରଗ୍ରାହୀ ପରି ହେଉ।
1 Corinthians 1:10 in Oriya 10 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।
1 Corinthians 5:4 in Oriya 4 ଅର୍ଥାତ୍, ତୁମ୍ଭେମାନେ ଓ ମୋହର ଆତ୍ମା ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଶକ୍ତି ସହକାରେ ସମବେତ ହୋଇ ଏହା ସ୍ଥିର କରିଅଛୁ ଯେ,
Galatians 1:1 in Oriya 1 ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କି ମନୁଷ୍ୟ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା,
Hebrews 12:25 in Oriya 25 ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !