Joshua 24:14 in Oriya 14 ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।
Other Translations King James Version (KJV) Now therefore fear the LORD, and serve him in sincerity and in truth: and put away the gods which your fathers served on the other side of the flood, and in Egypt; and serve ye the LORD.
American Standard Version (ASV) Now therefore fear Jehovah, and serve him in sincerity and in truth; and put away the gods which your fathers served beyond the River, and in Egypt; and serve ye Jehovah.
Bible in Basic English (BBE) So now, go in fear of the Lord, and be his servants with true hearts: put away the gods worshipped by your fathers across the River and in Egypt, and be servants of the Lord.
Darby English Bible (DBY) And now fear Jehovah and serve him in perfectness and in truth; and put away the gods which your fathers served on the other side of the river, and in Egypt; and serve Jehovah.
Webster's Bible (WBT) Now therefore fear the LORD, and serve him in sincerity and in truth; and put away the gods which your fathers served on the other side of the flood, and in Egypt; and serve ye the LORD.
World English Bible (WEB) Now therefore fear Yahweh, and serve him in sincerity and in truth; and put away the gods which your fathers served beyond the River, and in Egypt; and serve you Yahweh.
Young's Literal Translation (YLT) `And now, fear ye Jehovah, and serve Him, in perfection and in truth, and turn aside the gods which your fathers served beyond the River, and in Egypt, and serve ye Jehovah;
Cross Reference Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Genesis 20:5 in Oriya 5 ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।”
Genesis 35:2 in Oriya 2 ତହିଁରେ ଯାକୁବ ଆପଣା ପରିଜନ ଓ ସଙ୍ଗୀ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କ ନିକଟରେ ଯେଉଁ ସବୁ ବିଦେଶୀୟ ଦେବତା ଅଛନ୍ତି, ସେମାନଙ୍କୁ ଦୂର କର, ଆପଣାମାନଙ୍କୁ ଶୁଚି କର, ପୁଣି, ଆପଣାମାନଙ୍କ ବସ୍ତ୍ର ପରିବର୍ତ୍ତନ କର।
Exodus 20:3 in Oriya 3 ଆମ୍ଭ ସାକ୍ଷାତରେ ତୁମ୍ଭର ଆଉ କୌଣସି ଦେବତା ହେବ ନାହିଁ।
Leviticus 17:7 in Oriya 7 ତହିଁରେ ସେମାନେ ଯେଉଁ ଛାଗ ଦେବତାମାନଙ୍କ ସହିତ ବ୍ୟଭିଚାର କରୁଅଛନ୍ତି, ସେମାନଙ୍କ ଉଦ୍ଦେଶ୍ୟରେ ଆଉ ବଳିଦାନ କରିବେ ନାହିଁ। ଏହା ସେମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
Deuteronomy 10:12 in Oriya 12 ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର,
Deuteronomy 18:13 in Oriya 13 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପ୍ରତି ତୁମ୍ଭେ ସିଦ୍ଧ ହେବ।
Joshua 24:2 in Oriya 2 ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପୂର୍ବ କାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;
Joshua 24:23 in Oriya 23 ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରି ଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”
1 Samuel 12:24 in Oriya 24 କେବଳ ସଦାପ୍ରଭୁଙ୍କୁ ଭୟ କର, ପୁଣି, ସତ୍ୟ ରୂପେ ସମସ୍ତ ଅନ୍ତଃକରଣ ସହିତ ତାହାଙ୍କର ସେବା କର; କାରଣ ଦେଖ, ସେ ତୁମ୍ଭମାନଙ୍କ ନିମନ୍ତେ କିପରି ମହତ କର୍ମମାନ କରିଅଛନ୍ତି।
2 Kings 20:3 in Oriya 3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
Ezra 9:11 in Oriya 11 ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଆଜ୍ଞା କରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କ ଅଶୁଚିତା ଦ୍ୱାରା ଅଶୁଚି ଦେଶ ଅଟେ, ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ଅଶୁଚିତାରେ ପରିପୂର୍ଣ୍ଣ କରିଅଛି।
Job 1:1 in Oriya 1 ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।
Job 28:28 in Oriya 28 ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।'”
Psalm 111:10 in Oriya 10 ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।
Psalm 119:1 in Oriya 1 ଆଲେଫ୍। ଯେଉଁମାନେ ଆଚରଣରେ ସିଦ୍ଧ, ଯେଉଁମାନେ ସଦାପ୍ରଭୁଙ୍କ ବ୍ୟବସ୍ଥାନୁସାରେ ଚାଲନ୍ତି, ସେମାନେ ଧନ୍ୟ।
Psalm 119:80 in Oriya 80 ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋ' ଅନ୍ତଃକରଣ ସିଦ୍ଧ ହେଉ।
Psalm 130:4 in Oriya 4 ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।
Ezekiel 20:7 in Oriya 7 ଆଉ, ଆମ୍ଭେ ସେମାନଙ୍କୁ କହିଲୁ, ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଦୃଷ୍ଟିର ସମ୍ମୁଖରୁ ଘୃଣାଯୋଗ୍ୟ ବସ୍ତୁସକଳ ଦୂର କର ଓ ମିସ୍ରୀୟ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”
Ezekiel 20:18 in Oriya 18 ପୁଣି, ଆମ୍ଭେ ପ୍ରାନ୍ତରରେ ସେମାନଙ୍କ ସନ୍ତାନଗଣକୁ କହିଲୁ, ତୁମ୍ଭେମାନେ ଆପଣାମାନଙ୍କର ପିତୃଗଣର ବିଧି ଅନୁସାରେ ଚାଲ ନାହିଁ କିଅବା ସେମାନଙ୍କର ଶାସନସକଳ ମାନ ନାହିଁ, ଅଥବା ସେମାନଙ୍କ ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ;
Ezekiel 23:3 in Oriya 3 ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେହି ସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଚିପିଲେ।
Hosea 3:5 in Oriya 5 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।”
Amos 5:25 in Oriya 25 ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କି ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭ ନିକଟକୁ ବଳିଦାନ ଓ ନୈବେଦ୍ୟ ଆଣିଲ ?
Luke 8:15 in Oriya 15 ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଆଉ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି।
John 4:23 in Oriya 23 କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାଁନ୍ତି।
Acts 9:31 in Oriya 31 ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।
2 Corinthians 1:12 in Oriya 12 ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଇଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
Ephesians 6:24 in Oriya 24 ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।
Philippians 1:10 in Oriya 10 ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି, ଇଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,