Joshua 24:19 in Oriya 19 ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ-ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।
Other Translations King James Version (KJV) And Joshua said unto the people, Ye cannot serve the LORD: for he is an holy God; he is a jealous God; he will not forgive your transgressions nor your sins.
American Standard Version (ASV) And Joshua said unto the people, Ye cannot serve Jehovah; for he is a holy God; he is a jealous God; he will not forgive your transgression nor your sins.
Bible in Basic English (BBE) And Joshua said to the people, You are not able to be the servants of the Lord, for he is a holy God, a God who will not let his honour be given to another: he will have no mercy on your wrongdoing or your sins.
Darby English Bible (DBY) And Joshua said to the people, Ye cannot serve Jehovah, for he is a holy God; he is a jealous ùGod; he will not forgive your transgressions nor your sins.
Webster's Bible (WBT) And Joshua said to the people, Ye cannot serve the LORD: for he is a holy God; he is a jealous God; he will not forgive your transgressions, nor your sins.
World English Bible (WEB) Joshua said to the people, You can't serve Yahweh; for he is a holy God; he is a jealous God; he will not forgive your disobedience nor your sins.
Young's Literal Translation (YLT) And Joshua saith unto the people, `Ye are not able to serve Jehovah, for a God most holy He `is'; a zealous God He `is'; He doth not bear with your transgression and with your sins.
Cross Reference Exodus 20:5 in Oriya 5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Exodus 23:21 in Oriya 21 ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି।
Exodus 34:7 in Oriya 7 ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞା ଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳ-ଦାତା।”
Exodus 34:14 in Oriya 14 ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
Leviticus 10:3 in Oriya 3 ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ।
Leviticus 19:2 in Oriya 2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।
Leviticus 20:26 in Oriya 26 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛୁ।
Joshua 24:23 in Oriya 23 ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରି ଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”
Ruth 1:15 in Oriya 15 ସେ ତାକୁ କହିଲା, “ଦେଖ, ତୁମ୍ଭର ଜାଆ ନିଜ ଲୋକମାନଙ୍କ ଓ ନିଜ ଦେବତା ନିକଟକୁ ଫେରି ଗଲା, ତୁମ୍ଭେ ମଧ୍ୟ ନିଜ ଜାଆ ପଛେ ଫେରି ଯାଅ।”
1 Samuel 3:14 in Oriya 14 ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।
1 Samuel 6:20 in Oriya 20 ଆହୁରି ବୈଥ୍-ଶେମଶୀୟ ଲୋକମାନେ କହିଲେ, ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ ?
2 Chronicles 36:16 in Oriya 16 ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
Psalm 99:5 in Oriya 5 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।
Psalm 99:9 in Oriya 9 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।
Isaiah 5:16 in Oriya 16 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ୱର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି।
Isaiah 6:3 in Oriya 3 ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”
Isaiah 27:11 in Oriya 11 ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।
Isaiah 30:11 in Oriya 11 ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ି ଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”
Isaiah 30:15 in Oriya 15 କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।
Habakkuk 1:13 in Oriya 13 ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ ?
Matthew 6:24 in Oriya 24 କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ।
Luke 14:25 in Oriya 25 ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ଯାଉଥିଲେ, ଆଉ ସେ ବୁଲିପଡ଼ି ସେମାନଙ୍କୁ କହିଲେ,
1 Corinthians 10:20 in Oriya 20 ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୂଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହି ସବୁ ସେମାନେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ।