Joshua 5:14 in Oriya 14 ତହୁଁ ସେ କହିଲେ, ନା; ମାତ୍ର ଆମ୍ଭେ ସଦାପ୍ରଭୁଙ୍କ ସୈନ୍ୟର ସେନାପତି, ଏବେ ଆସିଲୁ; ତହିଁରେ ଯିହୋଶୂୟ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କରି ତାହାଙ୍କୁ କହିଲେ, ମୋହର ପ୍ରଭୁ ଆପଣା ଦାସକୁ କି ଆଜ୍ଞା ଦେଉ ଅଛନ୍ତି?
Other Translations King James Version (KJV) And he said, Nay; but as captain of the host of the LORD am I now come. And Joshua fell on his face to the earth, and did worship, and said unto him, What saith my Lord unto his servant?
American Standard Version (ASV) And he said, Nay; but `as' prince of the host of Jehovah am I now come. And Joshua fell on his face to the earth, and did worship, and said unto him, What saith my lord unto his servant?
Bible in Basic English (BBE) And he said, No; but I have come as captain of the armies of the Lord. Then Joshua, falling down with his face to the earth in worship, said, What has my lord to say to his servant?
Darby English Bible (DBY) And he said, No; for [as] captain of the army of Jehovah am I now come. Then Joshua fell upon his face to the earth, and worshipped, and said to him, What saith my lord unto his servant?
Webster's Bible (WBT) And he said, No; but as captain of the host of the LORD am I now come. And Joshua fell on his face to the earth, and worshiped, and said to him, What saith my lord to his servant?
World English Bible (WEB) He said, No; but [as] prince of the host of Yahweh am I now come. Joshua fell on his face to the earth, and did worship, and said to him, What says my lord to his servant?
Young's Literal Translation (YLT) And He saith, `No, for I `am' Prince of Jehovah's host; now I have come;' and Joshua falleth on his face to the earth, and doth obeisance, and saith to Him, `What is my Lord speaking unto His servant?'
Cross Reference Genesis 17:3 in Oriya 3 ତହିଁରେ ଅବ୍ରାମ ମୁହଁ ମାଡ଼ି ପଡ଼ନ୍ତେ, ପରମେଶ୍ୱର ତାଙ୍କ ସହିତ ଆଳାପ କରି କହିଲେ,
Genesis 17:17 in Oriya 17 ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ ?”
Exodus 4:10 in Oriya 10 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ହେ ପ୍ରଭୁ, ଏ ସମୟ ପୂର୍ବରେ, ଅବା ଆପଣ ନିଜ ଦାସ ସହିତ ଆଳାପ କଲା ଉତ୍ତାରେ ହେଁ ମୁଁ ବାକ୍ୟପତି ନୁହେଁ, ମାତ୍ର ମୁଁ ବାକ୍ୟରେ ଧୀର ଓ ଜଡ଼ଜିହ୍ୱ ଅଟେ।”
Exodus 4:13 in Oriya 13 ତହିଁରେ ସେ କହିଲେ, “ହେ ପ୍ରଭୁ, ମୁଁ ବିନୟ କରୁଅଛି, ଯାହା ଦ୍ୱାରା ପଠାଇବାର ହୁଏ, ତାହା ଦ୍ୱାରା ପଠାନ୍ତୁ।”
Exodus 23:20 in Oriya 20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
Leviticus 9:24 in Oriya 24 ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ୱନି କରି ମୁହଁ ମାଡ଼ି ହୋଇ ପଡ଼ିଲେ।
Numbers 16:22 in Oriya 22 ତହିଁରେ ସେମାନେ ମୁହଁ ମାଡ଼ି ପଡ଼ି କହିଲେ, “ହେ ପରମେଶ୍ୱର, ହେ ସମସ୍ତ ଶରୀରସ୍ଥ ଆତ୍ମାର ପରମେଶ୍ୱର, ଏକ ଜଣ ପାପ କଲେ କି ତୁମ୍ଭେ ସମସ୍ତ ମଣ୍ଡଳୀ ଉପରେ କୋପାନ୍ୱିତ ହେବ ?”
Numbers 16:45 in Oriya 45 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ।”
1 Samuel 3:9 in Oriya 9 ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ହେ ସଦାପ୍ରଭୁ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି। ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।
Psalm 110:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋ' ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”
Isaiah 6:8 in Oriya 8 ଏଥିଉତ୍ତାରେ “ମୁଁ କାହାକୁ ପଠାଇବି ? ଓ କିଏ ଆମ୍ଭମାନଙ୍କ ପାଇଁ ଯିବ ?” ପ୍ରଭୁଙ୍କର ଏହି ରବ ମୁଁ ଶୁଣିଲି। ତେବେ ମୁଁ କହିଲି, “ମୁଁ ଅଛି; ମୋତେ ପଠାଅ।”
Isaiah 55:4 in Oriya 4 ଦେଖ, ଆମ୍ଭେ ତାହାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀ ରୂପେ, ଗୋଷ୍ଠୀବର୍ଗର ଅଗ୍ରଣୀ ଓ ଆଜ୍ଞାଦାତା ରୂପେ ନିଯୁକ୍ତ କରିଅଛୁ।”
Daniel 10:13 in Oriya 13 ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ।
Daniel 10:21 in Oriya 21 ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।”
Daniel 12:1 in Oriya 1 ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।
Matthew 8:2 in Oriya 2 ଆଉ ଦେଖ, ଜଣେ କୁଷ୍ଠୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି।
Matthew 22:44 in Oriya 44 ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।
Luke 1:43 in Oriya 43 ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋ' ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା ?
Luke 5:12 in Oriya 12 ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି।
Luke 20:42 in Oriya 42 କାରଣ ଦାଉଦ ନିଜେ ଗୀତସଂହିତାରେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ (ଯୀଶୁ) କହିଲେ,
John 20:28 in Oriya 28 ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ୱର।
Acts 9:6 in Oriya 6 କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ।
Acts 10:25 in Oriya 25 ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାହାଙ୍କୁ ଭେଟି ଚରଣ ତଳେ ପଡ଼ି ତାହାଙ୍କୁ ପ୍ରଣାମ କଲେ।
Philippians 3:8 in Oriya 8 ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି, ସେହି ସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,
Hebrews 2:10 in Oriya 10 କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତାଙ୍କୁ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ତାହାଙ୍କର ଉପଯୁକ୍ତ ଥିଲା।
Revelation 12:7 in Oriya 7 ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମିଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ। ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,
Revelation 19:10 in Oriya 10 ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି। ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇମାନେ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର। ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର।
Revelation 22:8 in Oriya 8 ମୁଁ ଯୋହନ ସ୍ୱୟଂ ଏହି ସମସ୍ତ ଶ୍ରବଣ ଓ ଦର୍ଶନ କରିବା ପରେ, ଯେଉଁ ଦୂତ ମୋତେ ଏହି ସମସ୍ତ ଦର୍ଶନ କରାଇଲେ, ମୁଁ ତାହାଙ୍କ ପାଦ ତଳେ ପ୍ରଣାମ କରିବା ନିମନ୍ତେ ଉବୁଡ଼ ହେଲି।