Joshua 6:17 in Oriya 17 ମାତ୍ର ନଗର ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବର୍ଜିତ ହେବ; କେବଳ ରାହାବ ବେଶ୍ୟା, ସେ ଓ ଗୃହରେ ତାହା ସଙ୍ଗେ ଥିବା ସମସ୍ତ ଲୋକ ଜୀବିତ ରହିବେ, କାରଣ ସେ ଆମ୍ଭମାନଙ୍କ ପ୍ରେରିତ ଗୁପ୍ତଚରଙ୍କୁ ଲୁଚାଇ ରଖିଥିଲା।
Other Translations King James Version (KJV) And the city shall be accursed, even it, and all that are therein, to the LORD: only Rahab the harlot shall live, she and all that are with her in the house, because she hid the messengers that we sent.
American Standard Version (ASV) And the city shall be devoted, even it and all that is therein, to Jehovah: only Rahab the harlot shall live, she and all that are with her in the house, because she hid the messengers that we sent.
Bible in Basic English (BBE) And the town will be put to the curse, and everything in it will be given to the Lord: only Rahab, the loose woman, and all who are in the house with her, will be kept safe, because she kept secret the men we sent.
Darby English Bible (DBY) And the city shall be accursed, it and all that is in it, to Jehovah; only Rahab the harlot shall live, she and all that are with her in the house, because she hid the messengers that we sent.
Webster's Bible (WBT) And the city shall be accursed, even it, and all that are in it, to the LORD: only Rahab the harlot shall live, she and all that are with her in the house, because she hid the messengers that we sent.
World English Bible (WEB) The city shall be devoted, even it and all that is therein, to Yahweh: only Rahab the prostitute shall live, she and all who are with her in the house, because she hid the messengers that we sent.
Young's Literal Translation (YLT) and the city hath been devoted, it and all that `is' in it, to Jehovah; only Rahab the harlot doth live, she and all who `are' with her in the house, for she hid the messengers whom we sent;
Cross Reference Genesis 12:3 in Oriya 3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।”
Leviticus 27:28 in Oriya 28 ଆଉ କୌଣସି ମନୁଷ୍ୟ ଆପଣା ସର୍ବସ୍ୱରୁ, ଅର୍ଥାତ୍, ମନୁଷ୍ୟ କି ପଶୁ କି ଅଧିକୃତ କ୍ଷେତ୍ରରୁ ଯାହା କିଛି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ଏପରି କୌଣସି ଉତ୍ସର୍ଗିତ ବସ୍ତୁ ବିକ୍ରୀତ ବା ମୁକ୍ତ ହେବ ନାହିଁ; ପ୍ରତ୍ୟେକ ଉତ୍ସର୍ଗିତ ବସ୍ତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।
Numbers 21:2 in Oriya 2 ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।”
Deuteronomy 20:17 in Oriya 17 ମାତ୍ର ତୁମ୍ଭ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ, ଇମୋରୀୟ, କିଣାନୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ।
Joshua 2:1 in Oriya 1 ଏଥିଉତ୍ତାରେ ନୂନର ପୁତ୍ର ଯିହୋଶୂୟ ଶିଟିମଠାରୁ ଗୁପ୍ତଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର। ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ଅସ୍ଥାୟୀ ଭାବରେ ବସା କଲେ।
Joshua 2:4 in Oriya 4 ଏଥିରେ ସେ ସ୍ତ୍ରୀ ସେହି ଦୁଇ ଲୋକଙ୍କୁ ନେଇ ଲୁଚାଇ ରଖିଲା; ଆଉ ସେ କହିଲା, ହଁ, ସେହି ଲୋକମାନେ ମୋ' କତିକି ଆସିଥିଲେ, ମାତ୍ର ସେମାନେ କେଉଁଠାର ଲୋକ, ତାହା ମୁଁ ଜାଣେ ନାହିଁ।
Joshua 2:22 in Oriya 22 ତହୁଁ ସେମାନେ ପର୍ବତକୁ ଯାଇ ଗୋଡ଼ାଇବା ଲୋକମାନେ ନେଉଟି ଆସିବାଯାଏ ସେଠାରେ ତିନି ଦିନ ରହିଲେ; ଏଣୁ ଗୋଡ଼ାଇବା ଲୋକମାନେ ବାଟଯାକ ଖୋଜିଲେ, ମାତ୍ର ପାଇଲେ ନାହିଁ।
Joshua 6:22 in Oriya 22 ମାତ୍ର ଯେଉଁ ଦୁଇ ବ୍ୟକ୍ତି ଦେଶ ଅନୁସନ୍ଧାନ କରିଥିଲେ, ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେହି ବେଶ୍ୟାର ଘରକୁ ଯାଅ, ପୁଣି ତାହା ନିକଟରେ ଯେଉଁ ଶପଥ କରିଅଛ, ତଦନୁସାରେ ସେହି ସ୍ତ୍ରୀକୁ ଓ ତାହାର ଯାହା ଯାହା ଅଛି, ସେସବୁକୁ ସେଠାରୁ ବାହାର କରି ଆଣ।
Joshua 7:1 in Oriya 1 ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସଦ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।
1 Samuel 15:6 in Oriya 6 ପୁଣି, ଶାଉଲ କେନୀୟମାନଙ୍କୁ କହିଲେ, ଯାଅ, ଚାଲିଯାଅ, ଅମାଲେକୀୟମାନଙ୍କ ମଧ୍ୟରୁ ବାହାର ହୁଅ, କେଜାଣି ମୁଁ ସେମାନଙ୍କ ସହିତ ତୁମ୍ଭମାନଙ୍କୁ ବିନାଶ କରିବି; କାରଣ ମିସରରୁ ଇସ୍ରାଏଲ-ସନ୍ତାନମାନେ ବାହାରି ଆସିବା ବେଳେ, ତୁମ୍ଭେମାନେ ସେସମସ୍ତଙ୍କ ପ୍ରତି ଦୟା କରିଥିଲ। ତହିଁରେ କେନୀୟମାନେ ଅମାଲେକୀୟମାନଙ୍କ ମଧ୍ୟରୁ ବାହାରି ଗଲେ।
Ezra 10:8 in Oriya 8 ଆଉ, ଅଧିପତିମାନଙ୍କର ଓ ପ୍ରାଚୀନବର୍ଗର ମନ୍ତ୍ରଣାନୁସାରେ ଯେକେହି ତିନି ଦିନ ମଧ୍ୟରେ ଉପସ୍ଥିତ ହେବ ନାହିଁ, ତାହାର ସର୍ବସ୍ୱ ହରଣ କରାଯିବ ଓ ସେ ନିଜେ ବନ୍ଦୀତ୍ୱର ସମାଜରୁ ପୃଥକ କରାଯିବ।”
Isaiah 34:6 in Oriya 6 ସଦାପ୍ରଭୁଙ୍କ ଖଡ଼୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।
Jeremiah 46:10 in Oriya 10 କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି।
Ezekiel 39:17 in Oriya 17 ପୁଣି, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟ ପଶୁକୁ କୁହ, “ତୁମ୍ଭେମାନେ ଏକତ୍ର ହୋଇ ଆସ; ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଚାରିଆଡ଼େ ଏକତ୍ର ହୁଅ, ଆମ୍ଭେ ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭମାନଙ୍କ ନିମନ୍ତେ ଯଜ୍ଞ, ଏକ ମହାଯଜ୍ଞ କରୁଅଛୁ।
Micah 4:13 in Oriya 13 ହେ ସିୟୋନ କନ୍ୟେ, ଉଠ, ଶସ୍ୟ ମର୍ଦ୍ଦନ କର; କାରଣ ଆମ୍ଭେ ତୁମ୍ଭର ଶୃଙ୍ଗ ଲୌହମୟ ଓ ତୁମ୍ଭର ଖୁରା ପିତ୍ତଳମୟ କରିବା; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବ; ପୁଣି, ତୁମ୍ଭେ ସେମାନଙ୍କର ଲୁଟିତ ଦ୍ରବ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ସେମାନଙ୍କର ସମ୍ପତ୍ତି ସମୁଦାୟ ଭୂମଣ୍ଡଳର ଅଧିପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
Matthew 10:41 in Oriya 41 ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ। ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ।
Matthew 25:40 in Oriya 40 ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
1 Corinthians 2:7 in Oriya 7 ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଇଶ୍ବରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ୱର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ।
1 Corinthians 16:22 in Oriya 22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।
Galatians 3:10 in Oriya 10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”
Galatians 3:12 in Oriya 12 ଆଉ ବିଶ୍ୱାସ ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହି ସବୁ ପାଳନ କରେ, ସେ ସେଥିରେ ବଞ୍ଚିବ।
Hebrews 6:10 in Oriya 10 କାରଣ ଈଶ୍ୱର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ୱର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।
Hebrews 11:31 in Oriya 31 ବିଶ୍ୱାସ ଦ୍ୱାରା ରାହାବ ବେଶ୍ୟା ଚୋରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ।
James 2:25 in Oriya 25 ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ ?