Jude 1:12 in Oriya 12 ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;
Other Translations King James Version (KJV) These are spots in your feasts of charity, when they feast with you, feeding themselves without fear: clouds they are without water, carried about of winds; trees whose fruit withereth, without fruit, twice dead, plucked up by the roots;
American Standard Version (ASV) These are they who are hidden rocks in your love-feasts when they feast with you, shepherds that without fear feed themselves; clouds without water, carried along by winds; autumn leaves without fruit, twice dead, plucked up by the roots;
Bible in Basic English (BBE) These men are unseen rocks at your love-feasts, when they take part in them with you, keepers of sheep who without fear take the food of the sheep; clouds without water rushing before the wind, wasted trees without fruit, twice dead, pulled up by the roots,
Darby English Bible (DBY) These are spots in your love-feasts, feasting together [with you] without fear, pasturing themselves; clouds without water, carried along by [the] winds; autumnal trees, without fruit, twice dead, rooted up;
World English Bible (WEB) These are hidden rocky reefs in your love feasts when they feast with you, shepherds who without fear feed themselves; clouds without water, carried along by winds; autumn leaves without fruit, twice dead, plucked up by the roots;
Young's Literal Translation (YLT) These are in your love-feasts craggy rocks; feasting together with you, without fear shepherding themselves; clouds without water, by winds carried about; trees autumnal, without fruit, twice dead, rooted up;
Cross Reference 2 Chronicles 7:20 in Oriya 20 ତେବେ ଆମ୍ଭେ ସେମାନଙ୍କୁ ଦତ୍ତ ଆମ୍ଭ ଦେଶରୁ ସମୂଳେ ଉତ୍ପାଟନ କରିବା; ପୁଣି ଆମ୍ଭ ନାମ ନିମନ୍ତେ ଏହି ଯେଉଁ ଗୃହକୁ ଆମ୍ଭେ ପବିତ୍ର କରିଅଛୁ, ତାହା ଆମ୍ଭ ଦୃଷ୍ଟିରୁ ଦୂର କରିବା ଓ ସକଳ ଗୋଷ୍ଠୀ ମଧ୍ୟରେ ଗଳ୍ପ ଓ ଉପହାସର ବିଷୟ କରିବା।
Psalm 1:3 in Oriya 3 ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।
Psalm 37:2 in Oriya 2 କାରଣ ସେମାନେ ଘାସ ପରି ଶୀଘ୍ର କଟା ଯିବେ ଓ କୋମଳ ତୃଣ ପରି ଶୁଷ୍କ ହେବେ।
Psalm 78:29 in Oriya 29 ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ।
Proverbs 25:14 in Oriya 14 ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି।
Isaiah 56:10 in Oriya 10 ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ସୁଖ ପା'ନ୍ତି।
Ezekiel 17:9 in Oriya 9 ତୁମ୍ଭେ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ତାହା କି କୃତକାର୍ଯ୍ୟ ହେବ ? ତାହା ଯେପରି ଶୁଷ୍କ ହେବ, ଏଥିପାଇଁ ସେ କି ତହିଁର ମୂଳ ଉପାଡ଼ି ତହିଁର ଫଳ କାଟି ପକାଇବ ନାହିଁ ? ମହାପରାକ୍ରମ ଓ ଅନେକ ଲୋକ ବିହୁନେ ହିଁ ତହିଁର ମୂଳ ଉତ୍ପାଟିତ ହୋଇ ତହିଁର ଅଙ୍କୁରିତ ନବୀନ ପତ୍ରସବୁ କି ମ୍ଳାନ ହେବ ନାହିଁ ?”
Ezekiel 34:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?
Ezekiel 34:8 in Oriya 8 ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ,” ନିଶ୍ଚୟ କେହି ପାଳକ ନ ଥିବାରୁ ଆମ୍ଭର ମେଷମାନେ ଲୁଟିତ ହେଲେ ଓ ଆମ୍ଭର ମେଷମାନେ କ୍ଷେତ୍ରସ୍ଥ ପଶୁସକଳର ଖାଦ୍ୟ ହେଲେ, ପୁଣି, ଆମ୍ଭର ପାଳକଗଣ ଆମ୍ଭର ମେଷମାନଙ୍କୁ ଖୋଜିଲେ ନାହିଁ, ମାତ୍ର ପାଳକଗଣ ଆପଣାମାନଙ୍କୁ ପାଳନ କରି ଆମ୍ଭ ମେଷମାନଙ୍କୁ ପାଳନ କଲେ ନାହିଁ;
Ezekiel 34:10 in Oriya 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ପାଳକମାନଙ୍କର ପ୍ରତିକୂଳ ଅଟୁ; ଆମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭ ମେଷଗଣକୁ ଆଦାୟ କରିବା, ଆଉ ସେମାନଙ୍କୁ ମେଷପାଳନ କର୍ମରୁ ଚ୍ୟୁତ କରିବା ଓ ସେହି ପାଳକମାନେ ଆଉ ଆପଣାମାନଙ୍କୁ ପାଳନ କରିବେ ନାହିଁ; ପୁଣି, ସେମାନଙ୍କ ମୁଖରୁ ଆମ୍ଭେ ଆମ୍ଭର ମେଷଗଣକୁ ଉଦ୍ଧାର କରିବା, ତହିଁରେ ସେମାନେ ସେମାନଙ୍କ ପାଇଁ ଭକ୍ଷ୍ୟ ହେବେ ନାହିଁ।”
Ezekiel 34:18 in Oriya 18 ଉତ୍ତମ ଚରାଣୀ ସ୍ଥାନରେ ଚରିବାର, ମାତ୍ର ଚରାଣୀର ଅବଶିଷ୍ଟାଂଶ ପାଦତଳେ ଦଳିବାର ଓ ନିର୍ମଳ ଜଳ ପାନ କରିବାର, ମାତ୍ର ତହିଁର ଅବଶିଷ୍ଟାଂଶ ଆପଣା ପାଦରେ ଗୋଳିଆ କରିବାର, ଏହା କି ତୁମ୍ଭମାନଙ୍କୁ କ୍ଷୁଦ୍ର ବିଷୟ ଦିଶୁଅଛି ?
Hosea 6:4 in Oriya 4 ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା ? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା ? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃ କାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।
Matthew 13:6 in Oriya 6 କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।
Matthew 15:13 in Oriya 13 କିନ୍ତୁ ଯୀଶୁ ଉତ୍ତର ଦେଲେ, ଯେଉଁ ସବୁ ବୃକ୍ଷ ମୋହର ସ୍ୱର୍ଗସ୍ଥ ପିତା ରୋପଣ କରି ନାହାଁନ୍ତି, ସେ ସବୁ ଉତ୍ପାଟିତ ହେବ।
Matthew 21:19 in Oriya 19 ଆଉ ବାଟ ପାଖରେ ଗୋଟିଏ ଡିମ୍ବିରି ଗଛ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, ଆଉ କଦାପି ତୋଠାରେ ଫଳ ନ ହେଉ। ସେଥିରେ ସେହିକ୍ଷଣି ସେହି ଡିମ୍ବିରି ଗଛ ଶୁଖିଗଲା।
Mark 4:6 in Oriya 6 କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା।
Mark 11:20 in Oriya 20 ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିଗଛଟି ମୂଳରୁ ଶୁଖିଯାଇଥିବା ଦେଖିଲେ।
Luke 8:6 in Oriya 6 ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି, ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା।
Luke 12:19 in Oriya 19 ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍;
Luke 12:45 in Oriya 45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,
Luke 16:19 in Oriya 19 ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;
Luke 21:34 in Oriya 34 କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
John 15:4 in Oriya 4 ମୋ'ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋ'ଠାରେ ନ ରହିଲେ ଫଳ ଫଳି ପାର ନାହିଁ।
1 Corinthians 11:20 in Oriya 20 ତୁମ୍ଭମାନଙ୍କର ସମାଗମ ହେବା ସମୟରେ ତୁମ୍ଭେମାନେ ପ୍ରଭୁଭୋଜ ପାଳନ କରି ନ ଥାଅ;
Ephesians 4:14 in Oriya 14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,
Philippians 3:19 in Oriya 19 ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି।
1 Thessalonians 5:6 in Oriya 6 ଅତଏବ ଆସ ଆମ୍ଭେମାନେ ଅଣଯିହୂଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା।
1 Timothy 5:6 in Oriya 6 କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ।
Hebrews 6:4 in Oriya 4 କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ ହୋଇଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି,
James 5:5 in Oriya 5 ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ, ବଧ ଦିନରେ ଆପଣା ଆପଣା ହୃଦୟକୁ ତୃପ୍ତ କରିଅଛ।
2 Peter 2:13 in Oriya 13 ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି।
2 Peter 2:17 in Oriya 17 ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି।