Jude 1:16 in Oriya 16 ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।
Other Translations King James Version (KJV) These are murmurers, complainers, walking after their own lusts; and their mouth speaketh great swelling words, having men's persons in admiration because of advantage.
American Standard Version (ASV) These are murmurers, complainers, walking after their lusts (and their mouth speaketh great swelling `words'), showing respect of persons for the sake of advantage.
Bible in Basic English (BBE) These are the men who make trouble, ever desiring change, going after evil pleasures, using high-sounding words, respecting men's position in the hope of reward.
Darby English Bible (DBY) These are murmurers, complainers, walking after their lusts; and their mouth speaks swelling words, admiring persons for the sake of profit.
World English Bible (WEB) These are murmurers and complainers, walking after their lusts (and their mouth speaks proud things), showing respect of persons to gain advantage.
Young's Literal Translation (YLT) These are murmurers, repiners; according to their desires walking, and their mouth doth speak great swellings, giving admiration to persons for the sake of profit;
Cross Reference Leviticus 19:15 in Oriya 15 ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।
Numbers 14:36 in Oriya 36 ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରି ଆସି ସେହି ଦେଶର ଅଖ୍ୟାତି ଆଣି ସଦାପ୍ରଭୁଙ୍କ ବିରୁଦ୍ଧରେ ସମସ୍ତ ମଣ୍ଡଳୀକୁ ବଚସା କରାଇଥିଲେ,
Numbers 16:11 in Oriya 11 ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ ?
Deuteronomy 1:27 in Oriya 27 ପୁଣି ତୁମ୍ଭେମାନେ ଆପଣା ଆପଣା ତମ୍ବୁରେ ବଚସା କରି କହିଲ, “ସଦାପ୍ରଭୁ ଆମ୍ଭମାନଙ୍କୁ ଘୃଣା କରିବା ସକାଶୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣି ଅଛନ୍ତି।
Job 17:4 in Oriya 4 କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ; ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ।
Job 32:21 in Oriya 21 ବିନୟ କରୁଅଛି, ମୋତେ କୌଣସି ଲୋକର ମୁଖାପେକ୍ଷା କରିବାକୁ ଦିଅ ନାହିଁ; କିଅବା ମୁଁ କୌଣସି ଲୋକର ଚାଟୁବାଦ କରିବି ନାହିଁ।
Job 34:19 in Oriya 19 ତେବେ ପରମେଶ୍ଵର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ ?
Psalm 15:4 in Oriya 4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ।
Psalm 17:10 in Oriya 10 ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି।
Psalm 73:9 in Oriya 9 ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ୱା ପୃଥିବୀରେ ଭ୍ରମଣ କରେ।
Psalm 106:25 in Oriya 25 ମାତ୍ର ଆପଣା ଆପଣା ତମ୍ବୁରେ ବଚସା କଲେ, ଆଉ ସଦାପ୍ରଭୁଙ୍କ ରବରେ ମନୋଯୋଗ କଲେ ନାହିଁ।
Proverbs 28:21 in Oriya 21 ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ।
Isaiah 29:24 in Oriya 24 ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”
Luke 5:30 in Oriya 30 ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ ?
Luke 15:2 in Oriya 2 ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ, ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ !
Luke 19:7 in Oriya 7 ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି।
John 6:41 in Oriya 41 ମୁଁ ସ୍ୱର୍ଗରୁ ଅବତୀର୍ଣ୍ଣ ହୋଇଥିବା ଆହାର ଅଟେ, ସେ ଏହା କହିବାରୁ ଯିହୂଦୀମାନେ ତାହାଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ,
John 6:61 in Oriya 61 କିନ୍ତୁ ଯୀଶୁ, ତାହାଙ୍କ ଶିଷ୍ୟମାନେ ଯେ ସେ ବିଷୟରେ ବଚସା କରୁଅଛନ୍ତି, ତାହା ଅନ୍ତରରେ ଅବଗତ ହୋଇ ସେମାନଙ୍କୁ କହିଲେ, ଏହା କ'ଣ ତୁମ୍ଭମାନଙ୍କ ବିଘ୍ନର କାରଣ ହେଉଅଛି ?
1 Corinthians 10:10 in Oriya 10 ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ।
Galatians 5:16 in Oriya 16 ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।
Galatians 5:24 in Oriya 24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।
Philippians 2:14 in Oriya 14 ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,
1 Thessalonians 4:5 in Oriya 5 ପ୍ରତ୍ୟେକେ ପବିତ୍ର ଓ ସମାଦର ଭାବରେ ଆପଣା ଆପଣା ଶରୀରକୁ ବଶ କରିବାକୁ ଜାଣ,
1 Timothy 6:5 in Oriya 5 ପୁଣି, ଯେଉଁମାନେ ଈଶ୍ୱରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।
2 Timothy 4:3 in Oriya 3 କାରଣ ସମୟ ଆସିବ, ଯେତେବେଳେ ସେମାନେ ହିତଜନକ (ସତ୍ୟ) ଶିକ୍ଷା ସହି ପାରିବେ ନାହିଁ, ମାତ୍ର ଶ୍ରୁତିମଧୁର କଥାରେ ସନ୍ତୁଷ୍ଟ ହୋଇ ନିଜର ଅଭିଳାଷ ଅନୁସାରେ ନିଜ ନିଜ ନିମନ୍ତେ ଅନେକ ଶିକ୍ଷକଙ୍କୁ ସଂଗ୍ରହ କରିବେ,
James 1:14 in Oriya 14 କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;
James 2:1 in Oriya 1 ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ।
1 Peter 1:14 in Oriya 14 ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,
1 Peter 2:11 in Oriya 11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
1 Peter 4:2 in Oriya 2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଇଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
2 Peter 2:10 in Oriya 10 ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,
2 Peter 2:18 in Oriya 18 କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;
2 Peter 3:3 in Oriya 3 ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,
Jude 1:15 in Oriya 15 ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ,ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁ ସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁ ସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।
Jude 1:18 in Oriya 18 ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ।