Jude 1:25 in Oriya 25 ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ୱର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍।
Other Translations King James Version (KJV) To the only wise God our Saviour, be glory and majesty, dominion and power, both now and ever. Amen.
American Standard Version (ASV) to the only God our Saviour, through Jesus Christ our Lord, `be' glory, majesty, dominion and power, before all time, and now, and for evermore. Amen.
Bible in Basic English (BBE) To the only God our Saviour, through Jesus Christ our Lord, let us give glory and honour and authority and power, before all time and now and for ever. So be it.
Darby English Bible (DBY) to the only God our Saviour, through Jesus Christ our Lord, [be] glory, majesty, might, and authority, from before the whole age, and now, and to all the ages. Amen.
World English Bible (WEB) to God our Savior, who alone is wise, be glory and majesty, dominion and power, both now and forever. Amen.
Young's Literal Translation (YLT) to the only wise God our Saviour, `is' glory and greatness, power and authority, both now and to all the ages! Amen.
Cross Reference 1 Chronicles 29:11 in Oriya 11 ହେ ସଦାପ୍ରଭୁ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୁ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।
Psalm 72:18 in Oriya 18 ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟ କର୍ମ କରନ୍ତି;
Psalm 78:20 in Oriya 20 ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ହିଁ ଦେଇ ପାରନ୍ତି ? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ ?”
Psalm 104:24 in Oriya 24 ହେ ସଦାପ୍ରଭୁ, ତୁମ୍ଭର କାର୍ଯ୍ୟସକଳ କିପରି ବହୁବିଧ ! ତୁମ୍ଭେ ଜ୍ଞାନରେ ସେସବୁ ନିର୍ମାଣ କରିଅଛ; ପୃଥିବୀ ତୁମ୍ଭ ସମ୍ପତ୍ତିରେ ପରିପୂର୍ଣ୍ଣ।
Psalm 147:5 in Oriya 5 ଆମ୍ଭମାନଙ୍କର ପ୍ରଭୁ ମହାନ ଓ ଅତିଶୟ ଶକ୍ତିମାନ; ତାହାଙ୍କର ବୁଦ୍ଧି ଅସୀମ।
Isaiah 12:2 in Oriya 2 ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
Isaiah 45:21 in Oriya 21 ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
Daniel 4:37 in Oriya 37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।
Matthew 6:13 in Oriya 13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।
John 4:22 in Oriya 22 ଯାହାକୁ ତୁମ୍ଭେମାନେ ଜାଣ ନାହିଁ, ତାହାକୁ ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୂଦୀମାନଙ୍କ ମଧ୍ୟରୁ ଆସେ।
John 5:44 in Oriya 44 ତୁମ୍ଭେମାନେ କିପରି ବିଶ୍ୱାସ କରି ପାର ? ତୁମ୍ଭେମାନେ ତ ପରସ୍ପରଠାରୁ ଗୌରବ ଗ୍ରହଣ କରୁଅଛ, ପୁଣି, ଏକମାତ୍ର ଈଶ୍ୱରଙ୍କଠାରୁ ଯେଉଁ ଗୌରବ, ତାହା ପାଇବା ପାଇଁ ଚେଷ୍ଟା କରୁ ନାହଁ।
Romans 11:33 in Oriya 33 ଆହା ! ଇଶ୍ବରଙ୍କ ବୁଦ୍ଧି ଓ ଜ୍ଞାନରୂପ ନିଧି କେଡ଼େ ଗଭୀର ! ତାହାଙ୍କର ବିଚାରସବୁ କିପରି ବୋଧର ଅଗମ୍ୟ ଓ ତାହାଙ୍କ ପଥସବୁ କିପରି ରହସ୍ୟାବୃତ !
Romans 11:36 in Oriya 36 ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍।
Romans 16:27 in Oriya 27 ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଯୁଗେ ଯୁଗେ ସେହି ଏକମାତ୍ର ଜ୍ଞାନବାନ ଇଶ୍ବରଙ୍କ ଗୌରବ ହେଉ। ଆମେନ୍।
Ephesians 1:8 in Oriya 8 ସେହି ଅନୁଗ୍ରହ ସେ ସମସ୍ତ ପ୍ରକାର ଜ୍ଞାନ ଓ ବୁଦ୍ଧି ଦେଇ ଆମ୍ଭମାନଙ୍କ ପ୍ରତି ପ୍ରଚୁର କରିଅଛନ୍ତି।
Ephesians 3:10 in Oriya 10 ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,
Ephesians 3:21 in Oriya 21 ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍।
1 Timothy 1:17 in Oriya 17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
1 Timothy 2:3 in Oriya 3 ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଇଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;
Titus 1:3 in Oriya 3 ସେହି ଅନନ୍ତ ଜୀବନ ସତ୍ୟ ଈଶ୍ୱର, ଅନାଦିକାଳ ପୂର୍ବେ ପ୍ରତିଜ୍ଞା କରି ଯଥା ସମୟରେ ଆପଣା ବାକ୍ୟ ପ୍ରଚାର ଦ୍ୱାରା ପ୍ରକାଶ କଲେ; ସେହି ବାକ୍ୟ ପ୍ରଚାର କରିବାର ଭାର ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଇଶ୍ବରଙ୍କ ଆଜ୍ଞାନୁସାରେ ମୋ'ଠାରେ ସମର୍ପିତ ହୋଇଅଛି।
Titus 2:10 in Oriya 10 ପ୍ରତିବାଦ ନ କରନ୍ତୁ, କିଛି ହିଁ ଚୋରି ନ କରି ବରଂ ସମ୍ପୂର୍ଣ୍ଣ ବିଶ୍ୱସ୍ତତା ପ୍ରକାଶ କରନ୍ତୁ, ଯେପରି ସେମାନେ ସବୁ ବିଷୟରେ ଅାମ୍ଭମାନଙ୍କ ତ୍ରାଣକର୍ତ୍ତା ଇଶ୍ବରଙ୍କ ଶିକ୍ଷାର ଅଳଙ୍କାର ସ୍ୱରୂପ ହୁଅନ୍ତି।
Titus 2:13 in Oriya 13 ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି।
Titus 3:4 in Oriya 4 କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଇଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,
Hebrews 13:8 in Oriya 8 ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।
1 Peter 4:11 in Oriya 11 କେହି ଯଦି ପ୍ରଚାର କରେ, ତେବେ ସେ ଇଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।
1 Peter 5:10 in Oriya 10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ୱର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
2 Peter 1:1 in Oriya 1 ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
2 Peter 3:18 in Oriya 18 ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ। ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର।
Revelation 1:6 in Oriya 6 ପୁଣି, ଆମ୍ଭମାନଙ୍କୁ ଗୋଟିଏ ରାଜକୁଳ ପରି ଆପଣା ଈଶ୍ୱର ଓ ପିତାଙ୍କ ନିକଟରେ ଯାଜକ ସ୍ୱରୂପେ ନିଯୁକ୍ତି କରିଅଛନ୍ତି, ତାହାଙ୍କ ଗୌରବ ଓ ପରାକ୍ରମ ଯୁଗେ ଯୁଗେ ହେଉ। ଆମେନ୍।
Revelation 4:9 in Oriya 9 ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,
Revelation 5:13 in Oriya 13 ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତା' ମଧ୍ୟରେ ଥିବା ସମସ୍ତ ଏହା କହୁଥିବା ଶୁଣିଲି, ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର।