Jude 1:4 in Oriya 4 କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଇଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି।
Other Translations King James Version (KJV) For there are certain men crept in unawares, who were before of old ordained to this condemnation, ungodly men, turning the grace of our God into lasciviousness, and denying the only Lord God, and our Lord Jesus Christ.
American Standard Version (ASV) For there are certain men crept in privily, `even' they who were of old written of beforehand unto this condemnation, ungodly men, turning the grace of our God into lasciviousness, and denying our only Master and Lord, Jesus Christ.
Bible in Basic English (BBE) For certain men have come among you secretly, marked out before in the holy Writings for this evil fate, men without the fear of God, turning his grace into an unclean thing, and false to our only Master and Lord, Jesus Christ.
Darby English Bible (DBY) For certain men have got in unnoticed, they who of old were marked out beforehand to this sentence, ungodly [persons], turning the grace of our God into dissoluteness, and denying our only Master and Lord Jesus Christ.
World English Bible (WEB) For there are certain men who crept in secretly, even those who were long ago written about for this condemnation: ungodly men, turning the grace of our God into lasciviousness, and denying our only Master, God, and Lord, Jesus Christ.
Young's Literal Translation (YLT) for there did come in unobserved certain men, long ago having been written beforehand to this judgment, impious, the grace of our God perverting to lasciviousness, and our only Master, God, and Lord -- Jesus Christ -- denying,
Cross Reference 2 Samuel 22:5 in Oriya 5 କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।
Psalm 1:1 in Oriya 1 ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
Psalm 62:2 in Oriya 2 କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।
Matthew 13:25 in Oriya 25 ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାହାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲେ।
John 17:3 in Oriya 3 ଆଉ, ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।
Acts 11:23 in Oriya 23 ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;
Acts 15:24 in Oriya 24 ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;
Romans 6:1 in Oriya 1 ତେବେ, ଆମ୍ଭେମାନେ କ'ଣ କରିବା ? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା ?
Romans 9:21 in Oriya 21 କିମ୍ବା ଗୋଟିଏ ମାଟିପିଣ୍ଡୁଳାରୁ ଗୋଟିଏ ପାତ୍ର ଆଦର ନିମନ୍ତେ ଓ ଅନ୍ୟଟି ଅନାଦର ନିମନ୍ତେ ଗଢ଼ିବା ପାଇଁ କି ମାଟି ଉପରେ କୁମ୍ଭକାରର ଅଧିକାର ନାହିଁ ?
Galatians 2:4 in Oriya 4 ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;
Galatians 5:13 in Oriya 13 କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।
Ephesians 4:14 in Oriya 14 ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,
1 Timothy 6:15 in Oriya 15 ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,
2 Timothy 3:6 in Oriya 6 କାରଣ ଏମାନଙ୍କ ମଧ୍ୟରେ ଏପରିଲୋକ ଅଛନ୍ତି, ଯେଉଁମାନେ ଘରେ ଘରେ ପଶି ପାପରେ ଭାରାକ୍ରାନ୍ତ ଓ ବିଭିନ୍ନ କୁଅଭିଳାଷରେ ଚାଳିତ ନିର୍ବୋଧ ସ୍ତ୍ରୀମାନଙ୍କୁ ଆପଣାର ବଶବର୍ତ୍ତୀ କରନ୍ତି;
Titus 1:15 in Oriya 15 ଶୁଚି ଲୋକମାନଙ୍କ ନିମନ୍ତେ ସମସ୍ତ ହିଁ ଶୁଚି; କିନ୍ତୁ କଳୁଷିତ ଓ ଅବିଶ୍ୱାସୀମାନଙ୍କ ନିମନ୍ତେ କୌଣସି ବିଷୟ ଶୁଚି ନୁହେଁ। ବରଂ ସେମାନଙ୍କ ମନ ଓ ବିବେକ ଉଭୟ ହିଁ କଳୁଷିତ।
Titus 2:11 in Oriya 11 କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଇଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,
Hebrews 12:15 in Oriya 15 କାଳେ କେହି ଇଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
1 Peter 2:8 in Oriya 8 ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।
1 Peter 2:16 in Oriya 16 ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଇଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।
1 Peter 4:18 in Oriya 18 ପୁଣି, ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
2 Peter 2:5 in Oriya 5 ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ;
2 Peter 2:10 in Oriya 10 ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,
2 Peter 2:18 in Oriya 18 କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;
2 Peter 3:7 in Oriya 7 ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।
1 John 2:22 in Oriya 22 ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଭଣ୍ଡଖ୍ରୀଷ୍ଟ।
Jude 1:15 in Oriya 15 ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ,ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁ ସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁ ସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।
Revelation 15:4 in Oriya 4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।