Judges 1:19 in Oriya 19 ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।
Other Translations King James Version (KJV) And the LORD was with Judah; and he drave out the inhabitants of the mountain; but could not drive out the inhabitants of the valley, because they had chariots of iron.
American Standard Version (ASV) And Jehovah was with Judah; and drove out `the inhabitants of' the hill-country; for he could not drive out the inhabitants of the valley, because they had chariots of iron.
Bible in Basic English (BBE) And the Lord was with Judah; and he took the hill-country for his heritage; but he was unable to make the people of the valley go out, for they had war-carriages of iron.
Darby English Bible (DBY) And the LORD was with Judah, and he took possession of the hill country, but he could not drive out the inhabitants of the plain, because they had chariots of iron.
Webster's Bible (WBT) And the LORD was with Judah; and he drove out the inhabitants of the mountain; but could not drive out the inhabitants of the valley, because they had chariots of iron.
World English Bible (WEB) Yahweh was with Judah; and drove out [the inhabitants of] the hill-country; for he could not drive out the inhabitants of the valley, because they had chariots of iron.
Young's Literal Translation (YLT) and Jehovah is with Judah, and he occupieth the hill-country, but not to dispossess the inhabitants of the valley, for they have chariots of iron.
Cross Reference Genesis 39:2 in Oriya 2 ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ଏଣୁ ସେ ସମୃଦ୍ଧ ହେଲେ; ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ।
Genesis 39:21 in Oriya 21 ମାତ୍ର ସଦାପ୍ରଭୁ ଯୋଷେଫଙ୍କର ସହବର୍ତ୍ତୀ ଥିଲେ, ପୁଣି, ତାଙ୍କ ପ୍ରତି କୃପା ପ୍ରକାଶ କରି କାରାରକ୍ଷକର ଦୃଷ୍ଟିରେ ତାଙ୍କୁ ଅନୁଗ୍ରହପାତ୍ର କଲେ।
Exodus 14:7 in Oriya 7 ପୁଣି, ଛଅଶହ ବଚ୍ଛା ରଥ ଓ ମିସ୍ରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।
Joshua 1:5 in Oriya 5 ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।
Joshua 1:9 in Oriya 9 ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।
Joshua 7:12 in Oriya 12 ଏଥିଲାଗି ଇସ୍ରାଏଲ-ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ।
Joshua 11:1 in Oriya 1 ଏଥିଉତ୍ତାରେ ହାତ୍ସୋରର ରାଜା ଯାବୀନ୍ ସେହି ବିଷୟ ଶୁଣନ୍ତେ, ସେ ମାଦୋନର ରାଜା ଯୋବବ୍ ଓ ଶିମ୍ରୋଣର ରାଜା ଓ ଅକ୍ଷଫର ରାଜା ନିକଟକୁ,
Joshua 14:12 in Oriya 12 ଏହେତୁ ସେଦିନ ଏହି ଯେଉଁ ପର୍ବତ ବିଷୟରେ ସଦାପ୍ରଭୁ କହିଥିଲେ, ତାହା ମୋତେ ଦିଅ; କାରଣ ଅନାକୀୟମାନେ ସେଠାରେ ଥା'ନ୍ତି ଓ ନଗରମାନ ବୃହତ ଓ ପ୍ରାଚୀରବେଷ୍ଟିତ, ଏହା ତୁମ୍ଭେ ସେଦିନ ଶୁଣିଥିଲ; ହୋଇପାରେ, ସଦାପ୍ରଭୁ ମୋହର ସଙ୍ଗରେ ହେବେ, ପୁଣି ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ତଡ଼ି ଦେବି।
Joshua 17:16 in Oriya 16 ତହିଁରେ ଯୋଷେଫର ସନ୍ତାନଗଣ କହିଲେ, ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳ ଭୂମିରେ ବିଶେଷତଃ ବୈଥ୍ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହରଥ ଅଛି।
Judges 1:2 in Oriya 2 ତହୁଁ ସଦାପ୍ରଭୁ କହିଲେ, “ଯିହୁଦା ଯିବ; ଦେଖ, ଆମ୍ଭେ ତାହା ହସ୍ତରେ ସେହି ଦେଶ ସମର୍ପଣ କରିଅଛୁ।”
Judges 1:27 in Oriya 27 ଆଉ ମନଃଶି, ବୈଥ୍ସାନ୍ ଓ ତହିଁର ଉପନଗର, ତାନକ ଓ ତହିଁର ଉପନଗର ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।
Judges 6:12 in Oriya 12 ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।
2 Samuel 5:10 in Oriya 10 ଆଉ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ଦାଉଦଙ୍କର ସହାୟ ହେବାରୁ ସେ ଅଧିକରୁ ଅଧିକ ମହାନ ହେଲେ।
2 Kings 18:7 in Oriya 7 ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।
Psalm 46:7 in Oriya 7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
Psalm 46:9 in Oriya 9 ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥସବୁ ଅଗ୍ନିରେ ପୋଡ଼ି ପକାନ୍ତି।
Psalm 46:11 in Oriya 11 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। ସେଲା
Psalm 60:12 in Oriya 12 ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।
Ecclesiastes 9:11 in Oriya 11 ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହ ପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।
Isaiah 7:14 in Oriya 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
Isaiah 8:10 in Oriya 10 ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି।
Isaiah 41:10 in Oriya 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Isaiah 41:14 in Oriya 14 ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା” ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
Matthew 1:23 in Oriya 23 “ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ,” ଏହି ନାମର ଅର୍ଥ “ଆମ୍ଭମାନଙ୍କ ସହିତ ଈଶ୍ୱର।”
Matthew 14:30 in Oriya 30 ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ।
Matthew 17:19 in Oriya 19 ଏହାପରେ ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ।
Romans 8:31 in Oriya 31 ତେବେ ଏସମସ୍ତ ଦୃଷ୍ଟିରେ ଆମ୍ଭେମାନେ କ'ଣ କହିବା ? ଯଦି ଈଶ୍ୱର ଆମ୍ଭମାନଙ୍କ ସପକ୍ଷ, ତେବେ ଆମ୍ଭମାନଙ୍କ ବିପକ୍ଷ କିଏ ?
Philippians 4:13 in Oriya 13 ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ।