Judges 2:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍ଗଲରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ।
Other Translations King James Version (KJV) And an angel of the LORD came up from Gilgal to Bochim, and said, I made you to go up out of Egypt, and have brought you unto the land which I sware unto your fathers; and I said, I will never break my covenant with you.
American Standard Version (ASV) And the angel of Jehovah came up from Gilgal to Bochim. And he said, I made you to go up out of Egypt, and have brought you unto the land which I sware unto your fathers; and I said, I will never break my covenant with you:
Bible in Basic English (BBE) Now the angel of the Lord came up from Gilgal to Bochim. And he said, *** I took you out of Egypt, guiding you into the land which I gave by an oath to your fathers; and I said, My agreement with you will never be broken by me:
Darby English Bible (DBY) Now the angel of the LORD went up from Gilgal to Bochim. And he said, "I brought you up from Egypt, and brought you into the land which I swore to give to your fathers. I said, 'I will never break my covenant with you,
Webster's Bible (WBT) And an angel of the LORD came up from Gilgal to Bochim, and said, I made you to depart from Egypt, and have brought you to the land which I swore to your fathers; and I said, I will never break my covenant with you.
World English Bible (WEB) The angel of Yahweh came up from Gilgal to Bochim. He said, I made you to go up out of Egypt, and have brought you to the land which I swore to your fathers; and I said, I will never break my covenant with you:
Young's Literal Translation (YLT) And a messenger of Jehovah goeth up from Gilgal unto Bochim,
Cross Reference Genesis 12:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା; ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।
Genesis 16:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ପ୍ରାନ୍ତର ମଧ୍ୟରେ ଗୋଟିଏ ନିର୍ଝର ନିକଟରେ, ଅର୍ଥାତ୍, ଶୂରର ପଥରେ ଯେଉଁ ନିର୍ଝର ଅଛି, ତହିଁ ନିକଟରେ ତାହାକୁ ଦେଖି କହିଲେ,
Genesis 16:13 in Oriya 13 ଆଉ ହାଗାର ଆପଣା ସହିତ କଥାବାର୍ତ୍ତାକାରୀ ସଦାପ୍ରଭୁଙ୍କର ଏହି ନାମ ରଖିଲା, ଯଥା, ମଦ୍ଦର୍ଶକ ପରମେଶ୍ୱର, (ହେ ପରମେଶ୍ୱର, ତୁମ୍ଭେ ମୋତେ ଦେଖୁଅଛ); ଯେହେତୁ ସେ କହିଲା, “ଯେ ମୋତେ ଦେଖନ୍ତି, ତାଙ୍କ ଦର୍ଶନ ଉତ୍ତାରେ ମୁଁ କି ଏଠାରେ ଆହୁରି ବଞ୍ଚିଛି !”
Genesis 17:7 in Oriya 7 ଆମ୍ଭେ ତୁମ୍ଭ ସହିତ ଓ ତୁମ୍ଭ ଭବିଷ୍ୟତ ବଂଶପରମ୍ପରା ସହିତ ଯେଉଁ ନିୟମ ସ୍ଥିର କଲୁ, ତାହା ଅନନ୍ତକାଳସ୍ଥାୟୀ ହେବ। ତହିଁରେ ଆମ୍ଭେ ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ପରମେଶ୍ୱର ହେବା।
Genesis 22:11 in Oriya 11 ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ !” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”
Genesis 22:16 in Oriya 16 “ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;
Genesis 26:3 in Oriya 3 ତୁମ୍ଭେ ଏହି ଦେଶରେ ପ୍ରବାସ କର, ତହିଁରେ ଆମ୍ଭେ ତୁମ୍ଭର ସହାୟ ହୋଇ ତୁମ୍ଭକୁ ଆଶୀର୍ବାଦ କରିବା, ପୁଣି, ତୁମ୍ଭକୁ ଓ ତୁମ୍ଭ ବଂଶକୁ ଏହି ସମସ୍ତ ଦେଶ ଦେବା ଓ ତୁମ୍ଭ ପିତା ଅବ୍ରହାମ ନିକଟରେ ଆପଣା କୃତ ଶପଥର ନିୟମ ସଫଳ କରିବା।
Genesis 48:16 in Oriya 16 ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋ' ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”
Exodus 3:2 in Oriya 2 ଏଥିରେ ଗୋଟିଏ ବୁଦା ମଧ୍ୟରୁ ଅଗ୍ନି ଶିଖାରେ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଦର୍ଶନ ଦେଲେ; ତହୁଁ ସେ ଅନାଇଲେ, ଆଉ ଦେଖ, ବୁଦା ଅଗ୍ନିରେ ପ୍ରଜ୍ୱଳିତ ହେଉଅଛି, ତଥାପି ବୁଦା ନଷ୍ଟ ହେଉ ନାହିଁ।
Exodus 14:14 in Oriya 14 ପରମେଶ୍ୱର ତୁମ୍ଭମାନଙ୍କ ନିମନ୍ତେ ଯୁଦ୍ଧ କରିବେ, ତୁମ୍ଭେମାନେ ନୀରବ ରହିବ।
Exodus 14:19 in Oriya 19 ସେତେବେଳେ ଇସ୍ରାଏଲୀୟ ଦଳର ଅଗ୍ରଗାମୀ ପରମେଶ୍ୱରଙ୍କ ଦୂତ ସ୍ଥାନାନ୍ତର ହୋଇ ସେମାନଙ୍କର ପଶ୍ଚାଦ୍ଗାମୀ ହେଲେ, ପୁଣି, ମେଘସ୍ତମ୍ଭ ସେମାନଙ୍କ ସମ୍ମୁଖରୁ ସ୍ଥାନାନ୍ତର ହୋଇ ସେମାନଙ୍କ ପଛେ ଛିଡ଼ା ହେଲା।
Exodus 20:2 in Oriya 2 “ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”
Exodus 23:20 in Oriya 20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
Exodus 33:14 in Oriya 14 ସେତେବେଳେ ସେ କହିଲେ, “ମୋହର ଉପସ୍ଥିତି ତୁମ୍ଭ ସହିତ ଗମନ କରିବ, ପୁଣି, ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।”
Leviticus 26:42 in Oriya 42 ତେବେ ଆମ୍ଭେ ଯାକୁବ ସହିତ ଆପଣା ନିୟମ ସ୍ମରଣ କରିବା ଓ ମଧ୍ୟ ଇସ୍ହାକ ସହିତ ଆପଣା ନିୟମ ଓ ମଧ୍ୟ ଅବ୍ରହାମ ସହିତ ଆପଣା ନିୟମ ସ୍ମରଣ କରିବା; ପୁଣି ଆମ୍ଭେ ଦେଶକୁ ସ୍ମରଣ କରିବା।
Leviticus 26:44 in Oriya 44 ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।
Numbers 14:34 in Oriya 34 ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ।
Deuteronomy 4:34 in Oriya 34 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି।
Deuteronomy 7:9 in Oriya 9 ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।
Joshua 3:10 in Oriya 10 ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପିରିସୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।
Joshua 5:13 in Oriya 13 ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ-ଖଡ଼୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ?
Judges 2:5 in Oriya 5 ଏ ନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
Judges 6:11 in Oriya 11 ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶର ଅଧିକାରସ୍ଥ ଅଫ୍ରାରେ ଅଲୋନ୍ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।
Judges 13:3 in Oriya 3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।
Psalm 78:51 in Oriya 51 ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;
Psalm 89:34 in Oriya 34 ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ।
Psalm 105:36 in Oriya 36 ଆହୁରି, ସେ ସେମାନଙ୍କ ଦେଶରେ ସମସ୍ତ ପ୍ରଥମଜାତ, ସେମାନଙ୍କର ସମସ୍ତ ଶକ୍ତିର ପ୍ରଥମ ଫଳ ଆଘାତ କଲେ।
Psalm 105:44 in Oriya 44 ଯେପରି ସେମାନେ ତାହାଙ୍କ ବିଧିସବୁ ରକ୍ଷା କରିବେ ଓ ତାହାଙ୍କର ବ୍ୟବସ୍ଥାସବୁ ପାଳନ କରିବେ,
Isaiah 63:9 in Oriya 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
Jeremiah 14:21 in Oriya 21 ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ।
Jeremiah 33:20 in Oriya 20 “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;
Hosea 12:3 in Oriya 3 ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;
Zechariah 3:1 in Oriya 1 ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।
Zechariah 11:10 in Oriya 10 ପୁଣି, ମୁଁ ଆପଣା ‘ଶୋଭା' ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକୁ ଖଣ୍ଡ ଖଣ୍ଡ କରି କାଟିଲି।
Malachi 3:1 in Oriya 1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Acts 7:30 in Oriya 30 ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ।