Judges 2:2 in Oriya 2 ଆଉ ତୁମ୍ଭେମାନେ ଏହି ଦେଶ-ନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭାଙ୍ଗି ପକାଇବ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କାହିଁକି ତୁମ୍ଭେମାନେ ଏହି କର୍ମ କରିଅଛ ?
Other Translations King James Version (KJV) And ye shall make no league with the inhabitants of this land; ye shall throw down their altars: but ye have not obeyed my voice: why have ye done this?
American Standard Version (ASV) and ye shall make no covenant with the inhabitants of this land; ye shall break down their altars. But ye have not hearkened unto my voice: why have ye done this?
Bible in Basic English (BBE) And you are to make no agreement with the people of this land; you are to see that their altars are broken down: but you have not given ear to my voice: what have you done?
Darby English Bible (DBY) and you shall make no covenant with the inhabitants of this land; you shall break down their altars.' But you have not obeyed my command. What is this you have done?
Webster's Bible (WBT) And ye shall make no league with the inhabitants of this land; ye shall throw down their altars: but ye have not obeyed my voice: why have ye done this?
World English Bible (WEB) and you shall make no covenant with the inhabitants of this land; you shall break down their altars. But you have not listened to my voice: why have you done this?
Young's Literal Translation (YLT) and saith, `I cause you to come up out of Egypt, and bring you in unto the land which I have sworn to your fathers, and say, I do not break My covenant with you to the age; and ye -- ye make no covenant with the inhabitants of this land -- their altars ye break down; and ye have not hearkened to My voice -- what `is' this ye have done?
Cross Reference Genesis 3:11 in Oriya 11 ପରମେଶ୍ଵର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା ? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ ?”
Genesis 4:10 in Oriya 10 ସେ କହିଲେ, “ତୁମ୍ଭେ କଅଣ କରିଅଛ ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
Exodus 23:32 in Oriya 32 ତୁମ୍ଭେ ସେମାନଙ୍କ ସହିତ କିମ୍ବା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ।
Exodus 32:21 in Oriya 21 ତହୁଁ ମୋଶା ହାରୋଣଙ୍କୁ କହିଲେ, “ଏହି ଲୋକମାନେ ତୁମ୍ଭ ପ୍ରତି କ'ଣ କଲେ ଯେ, ତୁମ୍ଭେ ସେମାନଙ୍କ ଉପରେ ଏପରି ମହାପାପ ବର୍ତ୍ତାଇଅଛ ?”
Exodus 34:12 in Oriya 12 ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ।
Numbers 33:52 in Oriya 52 ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ।
Deuteronomy 7:2 in Oriya 2 ପୁଣି ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ ଓ ତୁମ୍ଭେ ସେମାନଙ୍କୁ ପରାସ୍ତ କରିବ; ସେତେବେଳେ ତୁମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ; ତୁମ୍ଭେ ସେମାନଙ୍କ ସହିତ କୌଣସି ନିୟମ କରିବ ନାହିଁ, କିଅବା ସେମାନଙ୍କ ପ୍ରତି ଦୟା ପ୍ରକାଶ କରିବ ନାହିଁ।
Deuteronomy 7:16 in Oriya 16 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।
Deuteronomy 7:25 in Oriya 25 ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହିସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;
Deuteronomy 12:2 in Oriya 2 ତୁମ୍ଭେମାନେ ଯେଉଁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ଅଧିକାର କରିବ, ସେମାନେ ଉଚ୍ଚ ପର୍ବତଗଣ ଉପରେ, ଉପ-ପର୍ବତସମୂହ ଉପରେ ଓ ପ୍ରତ୍ୟେକ ସତେଜ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ଆପଣା ଆପଣା ଦେବତାମାନଙ୍କୁ ପୂଜା କଲେ, ସେହି ସକଳ ସ୍ଥାନ ନିଶ୍ଚୟ ବିନଷ୍ଟ କରିବ।
Deuteronomy 20:16 in Oriya 16 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ୱାସଧାରୀ କାହାରିକୁ ଜୀବିତ ରଖିବ ନାହିଁ।
Judges 2:20 in Oriya 20 ଏହେତୁ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି ସେ କହିଲେ, ଆମ୍ଭେ ଏହି ଲୋକମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ଏମାନେ ଲଘଂନ କରିଅଛନ୍ତି ଓ ଆମ୍ଭର ରବ ଶୁଣୁ ନାହାନ୍ତି।
Ezra 9:1 in Oriya 1 ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପିରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।
Ezra 9:10 in Oriya 10 ଏବେ ହେ ଆମ୍ଭମାନଙ୍କ ପରମେଶ୍ୱର, ଏଥିଉତ୍ତାରେ ଆମ୍ଭେମାନେ ଆଉ କଅଣ କହିବା ?
Psalm 78:55 in Oriya 55 ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରି ଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।
Psalm 106:34 in Oriya 34 ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗୋଷ୍ଠୀବର୍ଗକୁ ବିନାଶ କଲେ ନାହିଁ।
Jeremiah 2:5 in Oriya 5 ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାରତାର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି ?
Jeremiah 2:18 in Oriya 18 ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ ?
Jeremiah 2:31 in Oriya 31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, “ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?
Jeremiah 2:36 in Oriya 36 ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ।
Jeremiah 7:23 in Oriya 23 ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ‘ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।'
2 Corinthians 6:14 in Oriya 14 ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା ? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା ?
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
1 Peter 4:17 in Oriya 17 କାରଣ ଇଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଇଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ !