Judges 20:1 in Oriya 1 ଏଥିଉତ୍ତାରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଓ ଗିଲୀୟଦ ଦେଶ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ସମସ୍ତେ ବାହାର ହେଲେ ଓ ସମଗ୍ର ମଣ୍ଡଳୀ ଏକ ମନୁଷ୍ୟ ପରି ମିସ୍ପୀରେ ସଦାପ୍ରଭୁଙ୍କ ସାକ୍ଷାତରେ ଏକତ୍ରିତ ହେଲେ।
Other Translations King James Version (KJV) Then all the children of Israel went out, and the congregation was gathered together as one man, from Dan even to Beersheba, with the land of Gilead, unto the LORD in Mizpeh.
American Standard Version (ASV) Then all the children of Israel went out, and the congregation was assembled as one man, from Dan even to Beer-sheba, with the land of Gilead, unto Jehovah at Mizpah.
Bible in Basic English (BBE) Then all the children of Israel took up arms, and the people came together like one man, from Dan to Beer-sheba, and the land of Gilead, before the Lord at Mizpah.
Darby English Bible (DBY) Then all the people of Israel came out, from Dan to Beer-sheba, including the land of Gilead, and the congregation assembled as one man to the LORD at Mizpah.
Webster's Bible (WBT) Then all the children of Israel went out, and the congregation was assembled as one man, from Dan even to Beer-sheba, with the land of Gilead, to the LORD in Mizpeh.
World English Bible (WEB) Then all the children of Israel went out, and the congregation was assembled as one man, from Dan even to Beersheba, with the land of Gilead, to Yahweh at Mizpah.
Young's Literal Translation (YLT) And all the sons of Israel go out, and the company is assembled as one man, from Dan even unto Beer-Sheba, and the land of Gilead, unto Jehovah, at Mizpeh.
Cross Reference Numbers 32:1 in Oriya 1 ରୁବେନ-ସନ୍ତାନଗଣର ଓ ଗାଦ-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।
Numbers 32:40 in Oriya 40 ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।
Deuteronomy 13:12 in Oriya 12 ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ବାସ କରିବା ନିମନ୍ତେ ଯେଉଁ ଯେଉଁ ନଗର ଦେବେ, ତହିଁର କୌଣସି ଏକ ନଗର ବିଷୟରେ ଯେବେ ତୁମ୍ଭେ ଶୁଣିବ,
Joshua 15:38 in Oriya 38 ଓ ଦିଲୀୟନ୍ ଓ ମିସ୍ପୀ ଓ ଯକ୍ତେଲ;
Joshua 17:1 in Oriya 1 ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା। ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା।
Joshua 18:26 in Oriya 26 ଓ ମିସ୍ପୀ ଓ କଫିରା ଓ ମୋତ୍ସା
Joshua 22:12 in Oriya 12 ତହୁଁ ଇସ୍ରାଏଲ-ସନ୍ତାନଗଣ ଯେତେବେଳେ ଏହି କଥା ଶୁଣିଲେ, ସେତେବେଳେ ସେମାନଙ୍କ ପ୍ରତିକୂଳରେ ଯୁଦ୍ଧକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ସମଗ୍ର ମଣ୍ଡଳୀ ଶୀଲୋରେ ଏକତ୍ରିତ ହେଲେ।
Judges 10:17 in Oriya 17 ସେ ସମୟରେ ଅମ୍ମୋନ-ସନ୍ତାନଗଣ ଏକତ୍ରିତ ହୋଇ ଗିଲୀୟଦରେ ଛାଉଣି ସ୍ଥାପନ କରିଥିଲେ। ପୁଣି ଇସ୍ରାଏଲ ସନ୍ତାନମାନେ ଏକତ୍ରିତ ହୋଇ ମିସ୍ପୀରେ ଛାଉଣି ସ୍ଥାପନ କରିଥିଲେ।
Judges 11:11 in Oriya 11 ଏଥିରେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗ ସହିତ ଗଲେ, ଆଉ ଲୋକମାନେ ତାଙ୍କୁ ଆପଣାମାନଙ୍କର ମସ୍ତକ ସ୍ୱରୂପ ଓ ଶାସନକର୍ତ୍ତା କଲେ; ପୁଣି ଯିପ୍ତହ ମିସ୍ପୀରେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣାର ସମସ୍ତ କଥା କହିଲେ।
Judges 18:29 in Oriya 29 ପୁଣି ଆପଣାମାନଙ୍କ ପୂର୍ବପୁରୁଷ ଯେ ଇସ୍ରାଏଲର ପୁତ୍ର ଦାନ୍, ତାହାର ନାମାନୁସାରେ ସେହି ନଗରର ନାମ ଦାନ୍ ରଖିଲେ; ମାତ୍ର ଆଦ୍ୟରେ ସେହି ନଗରର ନାମ ଲୟିଶ୍ ଥିଲା।
Judges 20:2 in Oriya 2 ପରମେଶ୍ୱରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ଼୍ଗଧାରୀ ପଦାତିକ ଉପସ୍ଥିତ ହେଲେ।
Judges 20:8 in Oriya 8 ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ।
Judges 20:11 in Oriya 11 ଏହିରୂପେ ଇସ୍ରାଏଲୀୟ ସମସ୍ତ ଲୋକ ଏକ ମନୁଷ୍ୟ ପରି ଯୁକ୍ତ ହୋଇ ସେହି ନଗର ବିରୁଦ୍ଧରେ ଏକତ୍ରିତ ହେଲେ।
Judges 20:18 in Oriya 18 ଏଥି ଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଉଠି ବୈଥେଲ୍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; ବିନ୍ୟାମୀନ-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ ? ସଦାପ୍ରଭୁ କହିଲେ, ଯିହୁଦା ପ୍ରଥମେ ଯିବ।
Judges 20:26 in Oriya 26 ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବୈଥେଲ୍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Judges 21:5 in Oriya 5 ପୁଣି ଇସ୍ରାଏଲ ସନ୍ତାନମାନେ କହିଲେ, ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି ? କାରଣ ମିସ୍ପୀକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, ସେ ଅବଶ୍ୟ ହତ ହେବ, ଏହା କହି ସେମାନେ ମହା ଶପଥ କରିଥିଲେ।
1 Samuel 3:20 in Oriya 20 ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ।
1 Samuel 7:5 in Oriya 5 ଏଥିଉତ୍ତାରେ ଶାମୁୟେଲ କହିଲେ, ତୁମ୍ଭେମାନେ ସମୁଦାୟ ଇସ୍ରାଏଲକୁ ମିସ୍ପୀରେ ଏକତ୍ର କର, ତହିଁରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବି।
1 Samuel 10:17 in Oriya 17 ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ମିସ୍ପୀରେ ସଦାପ୍ରଭୁଙ୍କ ନିକଟକୁ ଏକତ୍ର ଡକାଇଲେ।
1 Samuel 11:7 in Oriya 7 ତହୁଁ ସେ ଏକ ହଳ ବଳଦ ନେଇ ଖଣ୍ଡ ଖଣ୍ଡ କରି କାଟିଲେ ଓ ଦୂତମାନଙ୍କ ହସ୍ତରେ ଇସ୍ରାଏଲ ସୀମାର ସର୍ବତ୍ର ତାହା ପଠାଇ କହିଲେ, ଯେ କେହି ବାହାରି ଶାଉଲ ଓ ଶାମୁୟେଲଙ୍କର ପଶ୍ଚାଦ୍ଗମନ ନ କରେ, ତାହାର ବଳଦମାନଙ୍କ ପ୍ରତି ଏହିପରି କରାଯିବ। ତହୁଁ ସଦାପ୍ରଭୁଙ୍କଠାରୁ ଲୋକମାନଙ୍କ ଉପରେ ଆଶଙ୍କା ପଡ଼ନ୍ତେ, ସେମାନେ ଏକ ମନୁଷ୍ୟ ପରି ବାହାର ହୋଇ ଆସିଲେ।
2 Samuel 2:9 in Oriya 9 ଗିଲୀୟଦ ଓ ଅଶୂରି ଓ ଯିଷ୍ରିୟେଲ ଓ ଇଫ୍ରୟିମ ଓ ବିନ୍ୟାମୀନ ଓ ସମସ୍ତ ଇସ୍ରାଏଲ ଉପରେ ରାଜା କଲେ।
2 Samuel 3:10 in Oriya 10 ସଦାପ୍ରଭୁ ଦାଉଦଙ୍କ ବିଷୟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ଯଦି ମୁଁ ତାଙ୍କ ପ୍ରତି ନ କରେ, ତେବେ ପରମେଶ୍ୱର ଅବ୍ନରକୁ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”
2 Samuel 19:14 in Oriya 14 ଏହିରୂପେ ସେ ଯିହୁଦାର ସମସ୍ତ ଲୋକଙ୍କ ହୃଦୟକୁ ଜଣକର ହୃଦୟ ତୁଲ୍ୟ ଜୟ କଲେ; ତହିଁରେ ସେମାନେ ରାଜାଙ୍କ ନିକଟକୁ ଲୋକ ପଠାଇ କହିଲେ, “ଆପଣ ଓ ଆପଣଙ୍କ ସମସ୍ତ ଦାସ ଫେରି ଆସନ୍ତୁ।”
2 Samuel 24:2 in Oriya 2 ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।”
2 Kings 25:23 in Oriya 23 ଏଥିଉତ୍ତାରେ ବାବିଲ ରାଜା ଗଦଲୀୟଙ୍କୁ ଶାସନକର୍ତ୍ତା କରିଅଛି ବୋଲି ଶୁଣି ସେନାପତିଗଣ ଓ ସେମାନଙ୍କ ଲୋକମାନେ, ଅର୍ଥାତ୍, ନଥନୀୟର ପୁତ୍ର ଇଶ୍ମାୟେଲ୍ ଓ କାରେହର ପୁତ୍ର ଯୋହାନନ୍ ଓ ନଟୋଫାତୀୟ ତନ୍ହୂମତର ପୁତ୍ର ସରାୟ ଓ ମାଖାଥୀୟର ପୁତ୍ର ଯାସନୀୟ ଓ ସେମାନଙ୍କର ଲୋକମାନେ ମିସ୍ପାକୁ ଗଦଲୀୟଙ୍କ ନିକଟକୁ ଆସିଲେ।
1 Chronicles 21:2 in Oriya 2 ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, ଯାଅ, ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋ' ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।
2 Chronicles 30:5 in Oriya 5 ଏଣୁ ଲୋକମାନେ ଯେପରି ଯିରୂଶାଲମରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଆସିବେ, ଏଥିପାଇଁ ସେମାନେ ବେର୍ଶେବା ଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲର ସର୍ବତ୍ର ଏହା ଘୋଷଣା କରିବାକୁ ସ୍ଥିର କଲେ। କାରଣ ସେମାନେ ଲିଖନାନୁସାରେ ଏରୂପ ବହୁସଂଖ୍ୟକ ହୋଇ ପାଳନ କରି ନ ଥିଲେ।
Ezra 3:1 in Oriya 1 ଆଉ, ସପ୍ତମ ମାସ ଉପସ୍ଥିତ ହେଲା, ପୁଣି ଇସ୍ରାଏଲ ସନ୍ତାନଗଣ ସେହିସବୁ ନଗରରେ ଥିଲେ, ସେତେବେଳେ ଲୋକମାନେ ଏକ ବ୍ୟକ୍ତି ତୁଲ୍ୟ ଏକ ମନ ହୋଇ ଯିରୂଶାଲମରେ ଏକତ୍ରିତ ହେଲେ।
Nehemiah 8:1 in Oriya 1 ପୁଣି, ସମସ୍ତ ଲୋକ ଏକ ଉଦ୍ଦେଶ୍ୟରେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ କହିଲେ।