Judges 20:13 in Oriya 13 ଏବେ ତୁମ୍ଭେମାନେ ସେହି ଗିବୀୟାର ପାପାଧମ ସନ୍ତାନମାନଙ୍କୁ ସମର୍ପଣ କର, ତହିଁରେ ଆମ୍ଭେମାନେ ସେମାନଙ୍କୁ ବଧ କରି ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବା। ମାତ୍ର ବିନ୍ୟାମୀନ ଆପଣା ଭ୍ରାତା ଇସ୍ରାଏଲ ସନ୍ତାନଗଣର ରବ ଶୁଣିବାକୁ ସମ୍ମତ ହେଲେ ନାହିଁ।
Other Translations King James Version (KJV) Now therefore deliver us the men, the children of Belial, which are in Gibeah, that we may put them to death, and put away evil from Israel. But the children of Benjamin would not hearken to the voice of their brethren the children of Israel.
American Standard Version (ASV) Now therefore deliver up the men, the base fellows, that are in Gibeah, that we may put them to death, and put away evil from Israel. But Benjamin would not hearken to the voice of their brethren the children of Israel.
Bible in Basic English (BBE) Now give up those good-for-nothing persons in Gibeah so that we may put them to death, clearing away the evil from Israel. But the children of Benjamin would not give ear to the voice of their brothers, the children of Israel.
Darby English Bible (DBY) Now therefore give up the men, the base fellows in Gib'e-ah, that we may put them to death, and put away evil from Israel." But the Benjaminites would not listen to the voice of their brethren, the people of Israel.
Webster's Bible (WBT) Now therefore deliver us the men, the children of Belial, who are in Gibeah, that we may put them to death, and banish evil from Israel. But the children of Benjamin would not hearken to the voice of their brethren, the children of Israel:
World English Bible (WEB) Now therefore deliver up the men, the base fellows, who are in Gibeah, that we may put them to death, and put away evil from Israel. But Benjamin would not listen to the voice of their brothers the children of Israel.
Young's Literal Translation (YLT) And now, give up the men -- sons of worthlessness -- which `are' in Gibeah, and we put them to death, and we put away evil from Israel.' And `the sons of' Benjamin have not been willing to hearken to the voice of their brethren, the sons of Israel;
Cross Reference Deuteronomy 13:5 in Oriya 5 ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇ ଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।
Deuteronomy 13:13 in Oriya 13 ଯେ ପାପାଧମ ସନ୍ତାନ କେତେକ ଜଣ ତୁମ୍ଭ ମଧ୍ୟରୁ ବାହାରି, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ, ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;
Deuteronomy 17:7 in Oriya 7 ତାହାର ପ୍ରାଣଦଣ୍ଡ କରିବା ପାଇଁ ତାହା ଉପରେ ପ୍ରଥମେ ସାକ୍ଷୀମାନଙ୍କର ହସ୍ତ, ତହିଁ ଉତ୍ତାରେ ସମସ୍ତ ଲୋକଙ୍କର ହସ୍ତ ଉଠିବ। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
Deuteronomy 17:12 in Oriya 12 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ସେବା କରିବା ପାଇଁ ସେହି ସ୍ଥାନରେ ଠିଆ ହେବା ଯାଜକର କି ବିଚାରକର୍ତ୍ତାର ବାକ୍ୟରେ କର୍ଣ୍ଣପାତ ନ କରି ଯେଉଁ ଲୋକ ଦୁଃସାହସରେ କର୍ମ କରେ, ସେହି ଲୋକ ହତ ହେବ; ପୁଣି ତୁମ୍ଭେ ଇସ୍ରାଏଲ ମଧ୍ୟରୁ ଏହି ଦୁଷ୍ଟତା ଦୂର କରିବ।
Deuteronomy 19:19 in Oriya 19 ତେବେ ସେ ଆପଣା ଭାଇ ପ୍ରତି ଯେପରି କରିବାକୁ କଳ୍ପନା କରିଥିଲା, ତାହା ପ୍ରତି ତୁମ୍ଭେମାନେ ସେହିପରି କରିବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
Deuteronomy 21:21 in Oriya 21 ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।
Deuteronomy 22:21 in Oriya 21 ତେବେ ସେମାନେ ସେହି କନ୍ୟାକୁ ବାହାର କରି ପିତୃଗୃହର ଦ୍ୱାର ନିକଟକୁ ଆଣିବେ, ଆଉ ନଗରସ୍ଥ ଲୋକମାନେ ପ୍ରସ୍ତରାଘାତ କରି ତାହାକୁ ବଧ କରିବେ; କାରଣ ପିତୃଗୃହରେ ବ୍ୟଭିଚାର କରିବାରୁ ସେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କର୍ମ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
Deuteronomy 22:24 in Oriya 24 ତେବେ ତୁମ୍ଭେମାନେ ସେହି ଦୁଇ ଜଣଙ୍କୁ ବାହାର କରି ନଗରଦ୍ୱାର ନିକଟକୁ ଆଣି ପ୍ରସ୍ତରାଘାତ କରି ବଧ କରିବ; କାରଣ ସେହି କନ୍ୟା ନଗର ମଧ୍ୟରେ ଥାଇ ମଧ୍ୟ ଡାକ ପକାଇଲା ନାହିଁ; ପୁଣି ସେହି ପୁରୁଷ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଭ୍ରଷ୍ଟ କଲା; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
Deuteronomy 24:7 in Oriya 7 କୌଣସି ମନୁଷ୍ୟ ଯେବେ ଆପଣା ଭାଇ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କୌଣସି ପ୍ରାଣୀକୁ ଚୋରି କରିବାର ଧରା ପଡ଼େ, ପୁଣି ସେ ତାହାକୁ ଦାସ ପରି ବ୍ୟବହାର କରେ, ବା ତାହାକୁ ବିକି ଦିଏ; ତେବେ ସେହି ଚୋର ହତ ହେବ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ।
Judges 19:22 in Oriya 22 ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ପାପାଧମ ସନ୍ତାନ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।
1 Samuel 2:25 in Oriya 25 ମନୁଷ୍ୟ ଯଦି ମନୁଷ୍ୟ ବିରୁଦ୍ଧରେ ପାପ କରେ, ତେବେ ପରମେଶ୍ୱର ତାହାର ବିଚାର କରିବେ; ମାତ୍ର ମନୁଷ୍ୟ ଯଦି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରେ, ତେବେ କିଏ ତାହା ପକ୍ଷରେ ପ୍ରାର୍ଥନା କରିବ ? ତଥାପି ସେମାନେ ଆପଣା ପିତାଙ୍କ ରବ ଶୁଣିଲେ ନାହିଁ, କାରଣ ସେମାନଙ୍କୁ ବଧ କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।
1 Samuel 30:22 in Oriya 22 ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟ ଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାଆନ୍ତୁ।
2 Samuel 20:1 in Oriya 1 ସେହି ସମୟରେ ବିନ୍ୟାମୀନୀୟ ବିଖ୍ରିିର ପୁତ୍ର ଶେବଃ ନାମରେ ଜଣେ ଅସୁବିଧା ସୃଷ୍ଟିକାରୀ ଲୋକ ସେଠାରେ ଥିଲା; ପୁଣି ସେ ତୂରୀ ବଜାଇ କହିଲା, “ଦାଉଦଠାରେ ଆମ୍ଭମାନଙ୍କର କୌଣସି ଅଂଶ ନାହିଁ, କିଅବା ଯିଶୀର ପୁତ୍ରଠାରେ ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ଚାଲ।”
2 Samuel 20:21 in Oriya 21 କଥା ସେପରି ନୁହେଁ; ମାତ୍ର ବିଖ୍ରିିର ପୁତ୍ର ଶେବଃ ନାମରେ ଜଣେ ଇଫ୍ରୟିମ-ପର୍ବତମୟ ଦେଶୀୟ ଲୋକ ଦାଉଦ ରାଜାଙ୍କ ପ୍ରତିକୂଳରେ ଆପଣା ହସ୍ତ ଉଠାଇଅଛି; କେବଳ ତାଙ୍କୁ ସମର୍ପି ଦିଅ, ତହିଁରେ ମୁଁ ଏ ନଗରରୁ ପ୍ରସ୍ଥାନ କରିବି।” ତହୁଁ ସେ ସ୍ତ୍ରୀ ଯୋୟାବକୁ କହିଲା, “ଦେଖନ୍ତୁ, ପ୍ରାଚୀର ଦେଇ ତାହାର ମସ୍ତକ ଆପଣଙ୍କ ନିକଟକୁ ପକାଯିବ।”
2 Samuel 23:6 in Oriya 6 ମାତ୍ର ପାପାଧମ ସମସ୍ତେ ଉତ୍ପାଟନୀୟ କଣ୍ଟକ ସ୍ୱରୂପ, କାରଣ ସେମାନେ ହସ୍ତରେ ଧରା ଯାଇ ନ ପାରନ୍ତି;
1 Kings 21:13 in Oriya 13 ଆଉ ପାପାଧମ-ସନ୍ତାନ ଦୁଇ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।
2 Chronicles 13:7 in Oriya 7 ପୁଣି ପାପାଧମ-ସନ୍ତାନ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମ୍ଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେସମୟରେ ରିହବୀୟାମ୍ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ।
2 Chronicles 25:16 in Oriya 16 ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, ଆମ୍ଭେମାନେ କ'ଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ ? କ୍ଷାନ୍ତ ହୁଅ ! କାହିଁକି ମାଡ଼ ଖାଇବ ? ଏଥିରେ ଭବିଷ୍ୟଦ୍ବକ୍ତା କ୍ଷାନ୍ତ ହୋଇ କହିଲା, ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋ' ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।
2 Chronicles 25:20 in Oriya 20 ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।
Proverbs 29:1 in Oriya 1 ଯେଉଁ ଲୋକ ଥରକୁ ଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ।
Ecclesiastes 11:10 in Oriya 10 ଏହେତୁ ଆପଣା ହୃଦୟରୁ ବିରକ୍ତି ଦୂର କର ଓ ଆପଣା ଶରୀରରୁ ଦୁଃଖ ଦୂର କର; କାରଣ ଯୌବନ ଓ ଜୀବନର ଉତ୍ତମାଂଶ ଅସାର।
Hosea 9:9 in Oriya 9 ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।
Hosea 10:9 in Oriya 9 ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ।
Romans 1:32 in Oriya 32 ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ୱରଙ୍କର ଏହି ବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି।
Revelation 18:4 in Oriya 4 ପରେ ମୁଁ ସ୍ୱର୍ଗରୁ ଆଉ ଗୋଟିଏ ସ୍ଵର ଏହା କହିବାର ଶୁଣିଲି, ହେ ଆମ୍ଭର ଲୋକମାନେ, ତୁମ୍ଭେମାନେ ଯେପରି ତାହାର ପାପର ସହଭାଗୀ ନ ହୁଅ ଓ ତାହାର କ୍ଲେଶର ଅଂଶୀ ନ ହୁଅ, ଏଥି ନିମନ୍ତେ ତାହାଠାରୁ ବାହାରି ଆସ;