Lamentations 1:1 in Oriya 1 ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି ! ସେ କିପରି ବିଧବା ତୁଲ୍ୟ ହୋଇଅଛି ! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶ ସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି !
Other Translations King James Version (KJV) How doth the city sit solitary, that was full of people! how is she become as a widow! she that was great among the nations, and princess among the provinces, how is she become tributary!
American Standard Version (ASV) How doth the city sit solitary, that was full of people! She is become as a widow, that was great among the nations! She that was a princess among the provinces is become tributary!
Bible in Basic English (BBE) See her seated by herself, the town which was full of people! She who was great among the nations has become like a widow! She who was a princess among the countries has come under the yoke of forced work!
Darby English Bible (DBY) How doth the city sit solitary [that] was full of people! She that was great among the nations is become as a widow; the princess among the provinces is become tributary!
World English Bible (WEB) How does the city sit solitary, that was full of people! She has become as a widow, who was great among the nations! She who was a princess among the provinces is become tributary!
Young's Literal Translation (YLT) How hath she sat alone, The city abounding with people! She hath been as a widow, The mighty among nations! Princes among provinces, She hath become tributary!
Cross Reference 1 Kings 4:21 in Oriya 21 ପୁଣି, ଶଲୋମନ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟୀ ଆଣିଲେ ଓ ତାଙ୍କର ସେବା କଲେ।
2 Kings 23:33 in Oriya 33 ପୁଣି ସେ ଯେପରି ଯିରୂଶାଲମରେ ରାଜ୍ୟ କରି ନ ପାରିବେ, ଏଥିପାଇଁ ଫାରୋ-ନଖୋ ହମାତ ଦେଶସ୍ଥ ରିବ୍ଲାରେ ତାଙ୍କୁ ବନ୍ଦ କରି ରଖିଲା ଓ ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା କର ବସାଇଲା।
2 Kings 23:35 in Oriya 35 ଏଥିଉତ୍ତାରେ ଯିହୋୟାକୀମ୍ ଫାରୋକୁ ସେହି ସକଳ ରୂପା ଓ ସୁନା ଦେଲେ; ମାତ୍ର ଫାରୋର ଆଜ୍ଞାନୁସାରେ ସେହିସବୁ ଦେବା ନିମନ୍ତେ ସେ ଦେଶ ଉପରେ କର ବସାଇଲେ। ସେ ଫାରୋ-ନଖୋକୁ ଦେବା ନିମନ୍ତେ ପ୍ରତ୍ୟେକର ଉପରେ ନିରୂପିତ କର ଅନୁସାରେ ଦେଶର ଲୋକମାନଙ୍କଠାରୁ ସେହି ରୂପା ଓ ସୁନା ଆଦାୟ କଲେ।
2 Chronicles 9:26 in Oriya 26 ଆଉ, ସେ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ୱ କଲେ।
Ezra 4:20 in Oriya 20 ମଧ୍ୟ ଯିରୂଶାଲମରେ ପରାକ୍ରାନ୍ତ ରାଜାଗଣ ଥିଲେ, ସେମାନେ ନଦୀ ସେପାରିସ୍ଥ ସମସ୍ତ ଦେଶରେ ରାଜତ୍ୱ କଲେ; ଆଉ, ସେମାନଙ୍କୁ କର, ରାଜସ୍ୱ ଓ ମାଶୁଲ ଦିଆଗଲା।
Nehemiah 5:4 in Oriya 4 ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।”
Nehemiah 9:37 in Oriya 37 ଆଉ, ଆମ୍ଭମାନଙ୍କ ପାପ ହେତୁରୁ ତୁମ୍ଭେ ଯେଉଁ ରାଜାଗଣକୁ ଆମ୍ଭମାନଙ୍କ ଉପରେ ସ୍ଥାପନ କରିଅଛ, ସେମାନେ ସେହି ଦେଶର ପ୍ରଚୁର ଫଳ ଉତ୍ପନ୍ନ କରି ଭୋଗ କରୁଅଛନ୍ତି; ମଧ୍ୟ ଆମ୍ଭମାନଙ୍କ ଶରୀର ଉପରେ ଓ ଆମ୍ଭମାନଙ୍କ ପଶୁଗଣ ଉପରେ ସେମାନଙ୍କର ସ୍ୱେଚ୍ଛାମତ କ୍ଷମତା ଅଛି, ଆଉ ଆମ୍ଭେମାନେ ମହାକ୍ଳେଶରେ ଅଛୁ;
Psalm 122:4 in Oriya 4 ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।
Isaiah 3:26 in Oriya 26 ସିୟୋନର ନଗରଦ୍ୱାରସକଳ ଶୋକ, ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।
Isaiah 14:12 in Oriya 12 ହେ ଲୁଶିଫର ! ପ୍ରତ୍ୟୁଷର ପୁତ୍ର ! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ !
Isaiah 22:2 in Oriya 2 ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ଼୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।
Isaiah 47:1 in Oriya 1 ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।
Isaiah 50:5 in Oriya 5 ପ୍ରଭୁ, ସଦାପ୍ରଭୁ ମୋହର କର୍ଣ୍ଣ ଫିଟାଇ ଅଛନ୍ତି, ପୁଣି ମୁଁ ବିରୁଦ୍ଧାଚାରୀ ହୋଇ ନାହିଁ, କିଅବା ପଛକୁ ଫେରି ନାହିଁ।
Isaiah 52:2 in Oriya 2 ତୁମ୍ଭେ ଆପଣା ଦେହର ଧୂଳି ଝାଡ଼ି ଦିଅ; ହେ ଯିରୂଶାଲମ, ଉଠ, ଆସନରେ ବସ; ଆଗୋ ସିୟୋନର ବନ୍ଦୀ କନ୍ୟେ, ଆପଣା ଗଳାର ବନ୍ଧନସବୁ ଫିଟାଇ ପକାଅ।
Isaiah 52:7 in Oriya 7 ଯେଉଁ ଜନ ସୁସମାଚାର ଆଣୁଅଛି, ଯେ ଶାନ୍ତି ପ୍ରଚାର କରୁଅଛି, ଯେ ମଙ୍ଗଳର ସୁସମାଚାର ଆଣୁଅଛି, ଯେ ପରିତ୍ରାଣ ପ୍ରଚାର କରୁଅଛି, ଯେ ସିୟୋନକୁ “ତୁମ୍ଭ ପରମେଶ୍ୱର ରାଜ୍ୟ କରନ୍ତି” ବୋଲି କହୁଅଛି, ତାହାର ଚରଣ ପର୍ବତଗଣର ଉପରେ କିପରି ଶୋଭା ପାଏ !
Isaiah 54:4 in Oriya 4 ଭୟ କର ନାହିଁ; କାରଣ ତୁମ୍ଭେ ଲଜ୍ଜିତ ହେବ ନାହିଁ। କିଅବା ବିଷର୍ଣ୍ଣମନା ହୁଅ ନାହିଁ; କାରଣ ତୁମ୍ଭକୁ ଲଜ୍ଜିତ କରାଯିବ ନାହିଁ; ତୁମ୍ଭେ ଆପଣା ଯୌବନ କାଳର ଲଜ୍ଜା ପାସୋରି ଯିବ ଓ ତୁମ୍ଭେ ଆପଣା ବିଧବାବସ୍ଥାର ଦୁର୍ନାମ ଆଉ ସ୍ମରଣ କରିବ ନାହିଁ।
Jeremiah 9:11 in Oriya 11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।
Jeremiah 40:9 in Oriya 9 ପୁଣି, ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟ ସେମାନଙ୍କ ଓ ସେମାନଙ୍କ ଲୋକମାନଙ୍କ ନିକଟରେ ଶପଥ କରି କହିଲା, “ତୁମ୍ଭେମାନେ କଲ୍ଦୀୟମାନଙ୍କର ଦାସ ହେବା ପାଇଁ ଭୟ କର ନାହିଁ, ବାବିଲ ରାଜାର ଦାସ ହୋଇ ଦେଶରେ ବାସ କର, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।
Jeremiah 50:23 in Oriya 23 ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି! ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି !
Lamentations 2:1 in Oriya 1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି ! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।
Lamentations 2:10 in Oriya 10 ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଝୋଟର କନା ବାନ୍ଧିଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।
Lamentations 4:1 in Oriya 1 ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି ! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି ! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।
Lamentations 5:16 in Oriya 16 ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍ ଆମ୍ଭମାନଙ୍କୁ ! କାରଣ ଆମ୍ଭେମାନେ ପାପ କରିଅଛୁ।
Ezekiel 26:16 in Oriya 16 ସେତେବେଳେ ସମୁଦ୍ରର ଅଧିପତିସକଳ ଆପଣା ଆପଣା ସିଂହାସନରୁ ଓହ୍ଲାଇବେ ଓ ଆପଣା ଆପଣା ଚୋଗା ତ୍ୟାଗ କରି ଶିଳ୍ପକର୍ମର ବସ୍ତ୍ର ଫିଟାଇ ପକାଇବେ; ସେମାନେ ତ୍ରାସରୂପ ବସ୍ତ୍ର ପରିଧାନ କରିବେ; ସେମାନେ ଭୂମିରେ ବସିବେ ଓ ଅନୁକ୍ଷଣ ତ୍ରାସଯୁକ୍ତ ହେବେ ଓ ତୁମ୍ଭ ବିଷୟରେ ବିସ୍ମିତ ହେବେ।
Zephaniah 2:15 in Oriya 15 ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋ' ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି ! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍ ଶବ୍ଦ କରି ଆପଣା ହାତ ହଲାଇବ।
Zechariah 8:4 in Oriya 4 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ବୃଦ୍ଧ ପୁରୁଷ ଓ ସ୍ତ୍ରୀମାନେ ଯିରୂଶାଲମର ସବୁ ପଥରେ ବାସ କରିବେ ଓ ବହୁବୟସ୍କ ହେତୁ ପ୍ରତ୍ୟେକେ ଆପଣା ଆପଣା ହାତରେ ବାଡ଼ି ଧରିବେ।
Revelation 18:7 in Oriya 7 ସେ ଯେତେ ନିଜର ଗୌରବ କରିଅଛି ଓ ବିଳାସିତାରେ କାଳ କାଟିଅଛି,ତାହାକୁ ସେତେ ଯନ୍ତ୍ରଣା ଓ ଶୋକ ଦିଅ; କାରଣ ସେ ମନେ ମନେ କହୁଅଛି, ମୁଁ ରାଣୀ ହୋଇ ବସିଅଛି, ମୁଁ ବିଧବା ନୁହେଁ, ମୋତେ କଦାପି ଶୋକ କରିବାକୁ ହେବ ନାହିଁ।
Revelation 18:16 in Oriya 16 ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହା ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର ଓ ସିନ୍ଦୁରବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି, ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା।