Lamentations 1:13 in Oriya 13 ସେ ଉର୍ଦ୍ଧ୍ୱରୁ ମୋ' ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋ' ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇଅଛନ୍ତି; ସେ ମୋତେ ଅନଥା ଓ ଦିନଯାକ ମୂର୍ଚ୍ଛିତ କରିଅଛନ୍ତି।
Other Translations King James Version (KJV) From above hath he sent fire into my bones, and it prevaileth against them: he hath spread a net for my feet, he hath turned me back: he hath made me desolate and faint all the day.
American Standard Version (ASV) From on high hath he sent fire into my bones, and it prevaileth against them; He hath spread a net for my feet, he hath turned me back: He hath made me desolate and faint all the day.
Bible in Basic English (BBE) From on high he has sent fire into my bones, and it has overcome them: his net is stretched out for my feet, I am turned back by him; he has made me waste and feeble all the day.
Darby English Bible (DBY) From on high hath he sent fire into my bones, and it prevaileth against them; he hath spread a net for my feet; he hath turned me back; he hath made me desolate [and] faint all the day.
World English Bible (WEB) From on high has he sent fire into my bones, and it prevails against them; He has spread a net for my feet, he has turned me back: He has made me desolate and faint all the day.
Young's Literal Translation (YLT) From above He hath sent fire into my bone, And it subdueth it, He hath spread a net for my feet, He hath turned me backward, He hath made me desolate -- all the day sick.
Cross Reference Deuteronomy 28:65 in Oriya 65 ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ।
Deuteronomy 32:21 in Oriya 21 ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।
Job 18:8 in Oriya 8 ସେ ଆପଣା ଚରଣ ଦ୍ୱାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ।
Job 19:6 in Oriya 6 ତେବେ ଜାଣ ଯେ, ପରମେଶ୍ୱର ମୋ' ବିଷୟରେ ବିପରୀତ କରିଅଛନ୍ତି ଓ ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି।
Job 30:30 in Oriya 30 ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋ'ଠାରୁ ଝଡ଼ି ପଡ଼ୁଅଛି ଓ ମୋ' ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି।
Psalm 22:14 in Oriya 14 ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ' ଅନ୍ତ୍ର ମଧ୍ୟରେ ତରଳି ଯାଏ।
Psalm 31:10 in Oriya 10 କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋ' ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।
Psalm 35:4 in Oriya 4 ମୋ' ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।
Psalm 66:11 in Oriya 11 ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।
Psalm 70:2 in Oriya 2 ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ' କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରି ଯାଇ ଅପମାନିତ ହେଉନ୍ତୁ।
Psalm 102:3 in Oriya 3 କାରଣ ମୋ' ଦିନସବୁ ଧୂଆଁ ପରି କ୍ଷୟ ପାଏ ଓ ମୋହର ଅସ୍ଥିସବୁ ନିଆଁଖୁଣ୍ଟା ପରି ପୋଡ଼ିଯାଏ।
Psalm 129:5 in Oriya 5 ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।
Isaiah 42:17 in Oriya 17 ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।
Jeremiah 4:19 in Oriya 19 ହାୟ, ମୋହର ପ୍ରାଣ ! ମୋହର ପ୍ରାଣ ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋ' ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।
Jeremiah 44:6 in Oriya 6 ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି।”
Lamentations 1:22 in Oriya 22 ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞା ଲଙ୍ଘନ ସକାଶୁ ମୋ' ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।
Lamentations 2:3 in Oriya 3 ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।
Lamentations 4:17 in Oriya 17 ଏବେ ହେଁ ମିଥ୍ୟା ସାହାଯ୍ୟର ଅପେକ୍ଷାରେ ଆମ୍ଭମାନଙ୍କର ଚକ୍ଷୁ କ୍ଷୀଣ ହୁଅଇ; ଆମ୍ଭେମାନେ ଅପେକ୍ଷାରେ ରହି ରହି ଉଦ୍ଧାର କରିବାକୁ ଅସମର୍ଥ ଗୋଷ୍ଠୀର ଅପେକ୍ଷା କରିଅଛୁ।
Lamentations 5:17 in Oriya 17 ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି।
Ezekiel 12:13 in Oriya 13 ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେହି ସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ।
Ezekiel 17:20 in Oriya 20 ପୁଣି, ଆମ୍ଭେ ଆପଣା ଜାଲ ତାହା ଉପରେ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ, ଆଉ ଆମ୍ଭେ ତାହାକୁ ବାବିଲକୁ ନେଇଯିବା ଓ ସେ ଆମ୍ଭ ବିରୁଦ୍ଧରେ ଯେଉଁ ସତ୍ୟ ଲଙ୍ଘନ ଅପରାଧ କରିଅଛି, ତହିଁ ସକାଶୁ ସେହି ସ୍ଥାନରେ ଆମ୍ଭେ ତାହାର ବିଚାର କରିବା।
Ezekiel 32:3 in Oriya 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ।
Hosea 7:12 in Oriya 12 ଯେତେବେଳେ ସେମାନେ ଯିବେ, ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା; ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା; ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେହିପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।
Nahum 1:6 in Oriya 6 ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।
Habakkuk 3:16 in Oriya 16 ମୁଁ ଶୁଣିଲି ଓ ମୋ' ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋ' ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
Hebrews 12:29 in Oriya 29 କାରଣ ଆମ୍ଭମାନଙ୍କର ଈଶ୍ୱର ଗ୍ରାସକାରୀ ଅଗ୍ନି ସ୍ୱରୂପ।