Lamentations 1:15 in Oriya 15 ପ୍ରଭୁ ମୋହର ମଧ୍ୟବର୍ତ୍ତୀ ବୀର ସମସ୍ତଙ୍କୁ ଅକିଞ୍ଚନ କରିଅଛନ୍ତି; ସେ ମୋ' ଯୁବକଗଣକୁ ଦଳି ପକାଇବା ପାଇଁ ମୋ' ବିରୁଦ୍ଧରେ ଏକ ମହାସଭା ଆହ୍ୱାନ କରିଅଛନ୍ତି; ଦ୍ରାକ୍ଷାକୁଣ୍ଡରେ ମର୍ଦ୍ଦନ କଲା ପରି ପ୍ରଭୁ ଯିହୁଦାର କୁମାରୀକୁ ମର୍ଦ୍ଦନ କରିଅଛନ୍ତି।
Other Translations King James Version (KJV) The LORD hath trodden under foot all my mighty men in the midst of me: he hath called an assembly against me to crush my young men: the LORD hath trodden the virgin, the daughter of Judah, as in a winepress.
American Standard Version (ASV) The Lord hath set at nought all my mighty men in the midst of me; He hath called a solemn assembly against me to crush my young men: The Lord hath trodden as in a winepress the virgin daughter of Judah.
Bible in Basic English (BBE) The Lord has made sport of all my men of war in me, he has got men together against me to send destruction on my young men: the virgin daughter of Judah has been crushed like grapes under the feet of the Lord.
Darby English Bible (DBY) The Lord hath cast down all my mighty men in the midst of me; he hath called an assembly against me to crush my young men; the Lord hath trodden as a winepress the virgin daughter of Judah.
World English Bible (WEB) The Lord has set at nothing all my mighty men in the midst of me; He has called a solemn assembly against me to crush my young men: The Lord has trodden as in a winepress the virgin daughter of Judah.
Young's Literal Translation (YLT) Trodden down all my mighty ones hath the Lord in my midst, He proclaimed against me an appointed time, To destroy my young men, A wine-press hath the Lord trodden, To the virgin daughter of Judah.
Cross Reference Deuteronomy 28:33 in Oriya 33 ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ।
Judges 10:8 in Oriya 8 ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)।
2 Kings 9:33 in Oriya 33 ଏଥିରେ ଯେହୂ କହିଲେ, “ତାକୁ ତଳକୁ ପକାଇଦିଅ।” ତହୁଁ ସେମାନେ ଈଷେବଲ୍କୁ ତଳକୁ ପକାଇଦେଲେ; ପୁଣି ତାହାର କିଛି ରକ୍ତ ପ୍ରାଚୀର ଓ ଅଶ୍ୱମାନଙ୍କ ଉପରେ ଛିଟ୍କି ପଡ଼ିଲା ଓ ସେ ତାକୁ ପାଦ ତଳେ ଦଳିଲେ।
2 Kings 24:14 in Oriya 14 ଆହୁରି ସେ ଯିରୂଶାଲମର ସମଗ୍ର ଲୋକଙ୍କୁ ଓ ଅଧିପତି ସମସ୍ତଙ୍କୁ ଓ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଏପରି ଦଶ ସହସ୍ର ବନ୍ଦୀଙ୍କୁ, ଆଉ ସମସ୍ତ ଶିଳ୍ପକାର ଓ କର୍ମକାରମାନଙ୍କୁ ନେଇଗଲା। ଦେଶର ନିତାନ୍ତ ଦରିଦ୍ର ଲୋକ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।
2 Kings 25:4 in Oriya 4 ତେବେ ନଗରର ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକରାତ୍ରି ଭିତରେ ରାଜାଙ୍କର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ଚତୁର୍ଦ୍ଦିଗରେ ଥିଲେ, ପୁଣି ରାଜା ସିଦିକୀୟ ଆରବା ପଥଦେଇ ଚାଲିଗଲେ।
Psalm 119:118 in Oriya 118 ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛ ଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା।
Isaiah 5:5 in Oriya 5 ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;
Isaiah 28:18 in Oriya 18 ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ।
Isaiah 41:2 in Oriya 2 ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି ? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ଼୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି।
Isaiah 63:3 in Oriya 3 ଆମ୍ଭେ ଏକାକୀ ଦ୍ରାକ୍ଷାମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲା; ଆମ୍ଭେ ଆପଣା କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ଆପଣା କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ; ଏଣୁ ସେମାନଙ୍କ ପ୍ରାଣରକ୍ତର ଛିଟା ଆମ୍ଭ ବସ୍ତ୍ରରେ ପଡ଼ିଲା ଓ ଆମ୍ଭେ ଆପଣାର ପରିହିତ ବସ୍ତ୍ରସବୁ ଦାଗଯୁକ୍ତ କରିଅଛୁ।
Jeremiah 14:17 in Oriya 17 ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ,ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।
Jeremiah 18:21 in Oriya 21 ଏହେତୁ ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଦୁର୍ଭିକ୍ଷରେ ସମର୍ପଣ କର ଓ ସେମାନଙ୍କୁ ଖଡ୍ଗର ପରାକ୍ରମରେ ଛାଡ଼ି ଦିଅ; ଆଉ, ସେମାନଙ୍କର ଭାର୍ଯ୍ୟାମାନେ ସନ୍ତାନହୀନା ଓ ବିଧବା ହେଉନ୍ତୁ ଓ ସେମାନଙ୍କର ପୁରୁଷମାନେ ମୃତ୍ୟୁୁରେ ସଂହାରିତ ହେଉନ୍ତୁ ଓ ସେମାନଙ୍କର ଯୁବାଗଣ ଯୁଦ୍ଧରେ ଖଡ୍ଗରେ ହତ ହେଉନ୍ତୁ।
Jeremiah 37:10 in Oriya 10 ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ମଧ୍ୟ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”
Jeremiah 50:26 in Oriya 26 ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; ତାହାର କିଛି ଅବଶିଷ୍ଟ ରଖ ନାହିଁ।
Jeremiah 51:34 in Oriya 34 ‘ବାବିଲର ରାଜା ନବୂଖଦ୍ନିତ୍ସର ମୋତେ ଗ୍ରାସ କରିଅଛି, ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, ସେ ମୋତେ ଦୂର କରି ଦେଇଅଛି।'
Lamentations 3:34 in Oriya 34 ପୃଥିବୀର ବନ୍ଦୀସକଳ ପଦ ତଳେ ଦଳିତ ହେବାର,
Daniel 3:13 in Oriya 13 ତହିଁରେ ନବୂଖଦ୍ନିତ୍ସର ପ୍ରଚଣ୍ଡ କ୍ରୋଧ ଓ କୋପରେ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ଆଣିବା ପାଇଁ ଆଜ୍ଞା କଲା। ତହୁଁ ଲୋକମାନେ ସେମାନଙ୍କୁ ରାଜାର ଛାମୁକୁ ଆଣିଲେ।
Micah 7:10 in Oriya 10 ସେତେବେଳେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର କାହାନ୍ତି ବୋଲି ଯେ ମୋତେ କହିଥିଲା, ମୋର ସେହି ଶତ୍ରୁ ତାହା ଦେଖିବ ଓ ଲଜ୍ଜା ତାହାକୁ ଆଚ୍ଛନ୍ନ କରିବ; ମୋର ଚକ୍ଷୁ ତାହାକୁ ଦେଖିବ; ଏବେ ସେ ପଥର କାଦୁଅ ପରି ଦଳିତ ହେବ।
Malachi 4:3 in Oriya 3 “ପୁଣି, ତୁମ୍ଭେମାନେ ଦୁଷ୍ଟମାନଙ୍କୁ ପଦ ତଳେ ଦଳି ପକାଇବ; କାରଣ ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ତୁମ୍ଭମାନଙ୍କର ତଳିପାର ଅଧଃସ୍ଥିତ ଭସ୍ମ ହେବେ,” ସୈନ୍ୟାଧିପତି ସଦାପ୍ରଭୁ ଏହା କହନ୍ତି।
Luke 21:24 in Oriya 24 ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ।
Hebrews 10:29 in Oriya 29 ତେବେ ଭାବି ଦେଖ, ଯେ ଇଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ !
Revelation 14:19 in Oriya 19 ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଇଶ୍ବରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହି ସବୁ ନିକ୍ଷେପ କଲେ।
Revelation 19:15 in Oriya 15 ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଇଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।