Lamentations 1:17 in Oriya 17 ସିୟୋନ ଆପଣା ହସ୍ତ ପ୍ରସାରୁଅଛି; ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ଯାକୁବର ଚତୁର୍ଦ୍ଦିଗବର୍ତ୍ତୀ ଲୋକମାନେ ତାହାର ବିପକ୍ଷ ହେବେ ବୋଲି ସଦାପ୍ରଭୁ ତାହା ବିଷୟରେ ଏହି ଆଜ୍ଞା କରିଅଛନ୍ତି; ଯିରୂଶାଲମ ସେମାନଙ୍କ ମଧ୍ୟରେ ଅଶୁଚି ବସ୍ତୁ ତୁଲ୍ୟ ଅଛି।
Other Translations King James Version (KJV) Zion spreadeth forth her hands, and there is none to comfort her: the LORD hath commanded concerning Jacob, that his adversaries should be round about him: Jerusalem is as a menstruous woman among them.
American Standard Version (ASV) Zion spreadeth forth her hands; there is none to comfort her; Jehovah hath commanded concerning Jacob, that they that are round about him should be his adversaries: Jerusalem is among them as an unclean thing.
Bible in Basic English (BBE) Zion's hands are outstretched; she has no comforter; the Lord has given orders to the attackers of Jacob round about him: Jerusalem has become like an unclean thing among them.
Darby English Bible (DBY) Zion spreadeth forth her hands; there is none to comfort her; Jehovah hath commanded concerning Jacob, [that] his adversaries [should be] round about him; Jerusalem is as an impurity among them.
World English Bible (WEB) Zion spreads forth her hands; there is none to comfort her; Yahweh has commanded concerning Jacob, that those who are round about him should be his adversaries: Jerusalem is among them as an unclean thing.
Young's Literal Translation (YLT) Spread forth hath Zion her hands, There is no comforter for her, Jehovah hath charged concerning Jacob, His neighbours `are' his adversaries, Jerusalem hath become impure among them.
Cross Reference Leviticus 15:19 in Oriya 19 ଆଉ, ଯଦି ସ୍ତ୍ରୀ ରଜସ୍ୱଳା ହୁଏ ଓ ତାହାର ଦେହରୁ ରକ୍ତ ଝରେ, ତେବେ ସେ ସାତଦିନ ଆପଣା ଅଶୁଚିତାରେ ରହିବ; ପୁଣି, ଯେକେହି ତାହାକୁ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।
1 Kings 8:22 in Oriya 22 ଏଥିଉତ୍ତାରେ ଶଲୋମନ ଇସ୍ରାଏଲର ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଠିଆ ହେଲେ ଓ ସ୍ୱର୍ଗଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ;
1 Kings 8:38 in Oriya 38 ତେବେ, ଆପଣା ଆପଣା ମନଃପୀଡ଼ା ଜାଣି କୌଣସି ଲୋକ କିଅବା ତୁମ୍ଭର ସମଗ୍ର ଇସ୍ରାଏଲ ଲୋକ ଏହି ଗୃହ ଆଡ଼େ ହସ୍ତ ବିସ୍ତାର କରି କୌଣସି ପ୍ରାର୍ଥନା କି ବିନତି କଲେ;
2 Kings 24:2 in Oriya 2 ଏଥିଉତ୍ତାରେ ସଦାପ୍ରଭୁ ତାଙ୍କ ବିରୁଦ୍ଧରେ କଲ୍ଦୀୟ ସୈନ୍ୟଦଳ ଓ ଅରାମୀୟ ସୈନ୍ୟଦଳ ଓ ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଯାହା କହିଥିଲେ, ଆପଣାର ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତହିଁ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।
2 Kings 25:1 in Oriya 1 ଏଥିଉତ୍ତାରେ ସିଦିକୀୟଙ୍କର ଅଧିକାରର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ ବାବିଲ ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
Isaiah 1:15 in Oriya 15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।
Jeremiah 4:31 in Oriya 31 କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋ' ପ୍ରାଣ ମୂର୍ଚ୍ଛିତ ହେଲା।”
Jeremiah 6:3 in Oriya 3 ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ବୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ।
Jeremiah 16:6 in Oriya 6 ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ;
Jeremiah 21:4 in Oriya 4 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହିସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।
Jeremiah 34:22 in Oriya 22 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”
Lamentations 1:2 in Oriya 2 ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।
Lamentations 1:9 in Oriya 9 ତାହାର ଅଶୌଚ ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।
Lamentations 1:16 in Oriya 16 ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋ' ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋ'ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।
Lamentations 1:19 in Oriya 19 ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ।
Lamentations 1:21 in Oriya 21 ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋ' ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ।
Lamentations 2:1 in Oriya 1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି ! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।
Lamentations 2:17 in Oriya 17 ସଦାପ୍ରଭୁ ଯାହା ସଙ୍କଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।
Lamentations 4:15 in Oriya 15 ଲୋକେ ସେମାନଙ୍କୁ ଡାକି କହିଲେ, ହେ ଅଶୁଚି ଲୋକମାନେ, ଦୂର ହୁଅ ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ ! ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।
Ezekiel 7:23 in Oriya 23 ଶିକୁଳି ପ୍ରସ୍ତୁତ କର; କାରଣ ରକ୍ତପାତରୂପ ଅପରାଧରେ ଦେଶ ପରିପୂର୍ଣ୍ଣ ଓ ଦୌରାତ୍ମ୍ୟରେ ନଗର ପରିପୂର୍ଣ୍ଣ ଅଟେ।
Ezekiel 36:17 in Oriya 17 “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ନିଜ ଦେଶରେ ବାସ କରିବା ବେଳେ ସେମାନେ ଆପଣାମାନଙ୍କର ଆଚରଣ ଓ କ୍ରିୟା ଦ୍ୱାରା ତାହା ଅଶୁଚି କଲେ; ସେମାନଙ୍କର ଆଚରଣ ଆମ୍ଭ ସାକ୍ଷାତରେ ସ୍ତ୍ରୀଲୋକର ପୃଥକ୍ ସ୍ଥିତିକାଳୀନ ଅଶୌଚର ତୁଲ୍ୟ ଥିଲା।
Hosea 8:8 in Oriya 8 ଇସ୍ରାଏଲ ଗ୍ରାସିତ ହୋଇଅଛି; ଏବେ ସେମାନେ ଅପ୍ରୀତିକର ପାତ୍ର ତୁଲ୍ୟ ନାନା ଗୋଷ୍ଠୀ ମଧ୍ୟରେ ଅଛନ୍ତି।
Luke 19:43 in Oriya 43 ଯେତେବେଳେ ଈଶ୍ୱର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋ' ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ,