Lamentations 1:18 in Oriya 18 ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।
Other Translations King James Version (KJV) The LORD is righteous; for I have rebelled against his commandment: hear, I pray you, all people, and behold my sorrow: my virgins and my young men are gone into captivity.
American Standard Version (ASV) Jehovah is righteous; for I have rebelled against his commandment: Hear, I pray you, all ye peoples, and behold my sorrow: My virgins and my young men are gone into captivity.
Bible in Basic English (BBE) The Lord is upright; for I have gone against his orders: give ear, now, all you peoples, and see my pain, my virgins and my young men have gone away as prisoners.
Darby English Bible (DBY) Jehovah is righteous; for I have rebelled against his commandment. Hear, I pray you, all ye peoples, and behold my sorrow. My virgins and my young men are gone into captivity.
World English Bible (WEB) Yahweh is righteous; for I have rebelled against his commandment: Please hear all you peoples, and see my sorrow: My virgins and my young men are gone into captivity.
Young's Literal Translation (YLT) Righteous is Jehovah, For His mouth I have provoked. Hear, I pray you, all ye peoples, and see my pain, My virgins and my young men have gone into captivity.
Cross Reference Exodus 9:27 in Oriya 27 ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।
Deuteronomy 28:32 in Oriya 32 ତୁମ୍ଭ ପୁତ୍ରକନ୍ୟାଗଣ ଅନ୍ୟ ଲୋକଙ୍କୁ ଦିଆଯିବେ ଓ ସମସ୍ତ ଦିନ ସେମାନଙ୍କ ପାଇଁ ଚାହିଁ ଚାହିଁ ତୁମ୍ଭ ଚକ୍ଷୁ କ୍ଷୀଣ ହେବ, ମାତ୍ର ତୁମ୍ଭ ହାତର ବଳରେ କିଛି ହେବ ନାହିଁ।
Deuteronomy 29:22 in Oriya 22 ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;
Deuteronomy 32:4 in Oriya 4 ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
Judges 1:7 in Oriya 7 ଏଥିରେ ଅଦୋନୀବେଷକ୍ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।
1 Samuel 12:14 in Oriya 14 ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ ଓ ତାହାଙ୍କର ସେବା କରିବ ଓ ତାହାଙ୍କ ରବ ଶୁଣିବ ଓ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ ନ କରିବ, ପୁଣି, ତୁମ୍ଭେମାନେ ଓ ମଧ୍ୟ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱକାରୀ ରାଜା, ଉଭୟ ଯେବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନୁବର୍ତ୍ତୀ ହେବ, ତେବେ ଭଲ;
1 Samuel 15:23 in Oriya 23 ଯେହେତୁ ବିଦ୍ରୋହ ମନ୍ତ୍ରପାଠ ପାପ ତୁଲ୍ୟ ଓ ଅବାଧ୍ୟତା ଅବସ୍ତୁର ଓ ଠାକୁରମାନର ପୂଜା ତୁଲ୍ୟ। ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ତୁଚ୍ଛ କରିଅଛ, ଏଥିପାଇଁ ସେ ମଧ୍ୟ ତୁମ୍ଭକୁ ରାଜା ହୋଇ ଥିବା ପାଇଁ ତୁଚ୍ଛ କରିଅଛନ୍ତି।
1 Kings 9:8 in Oriya 8 ଆଉ ଏହି ଗୃହ ଏଡ଼େ ଉଚ୍ଚ ହେଲେ ହେଁ, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ବିଦ୍ରୂପ କରି କହିବେ, ସଦାପ୍ରଭୁ କାହିଁକି ଏହି ଦେଶ ଓ ଏହି ଗୃହ ପ୍ରତି ଏପରି କଲେ ?
1 Kings 13:21 in Oriya 21 ଏଥିରେ ସେ ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକକୁ ଉଚ୍ଚୈଃସ୍ୱରରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ, ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କରି ନାହଁ;
Ezra 9:13 in Oriya 13 ଏଣୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ୍ ଦଣ୍ଡରୁ ଊଣା ଦଣ୍ଡ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ,
Nehemiah 1:6 in Oriya 6 ମୁଁ ତୁମ୍ଭ ବିରୁଦ୍ଧରେ ଆମ୍ଭମାନଙ୍କ କୃତ ଇସ୍ରାଏଲ ସନ୍ତାନଗଣର ପାପ ସ୍ୱୀକାର କରି ତୁମ୍ଭ ଦାସ ଇସ୍ରାଏଲର ସନ୍ତାନଗଣ ପକ୍ଷରେ ଦିବାରାତ୍ର ଏହି ସମୟରେ ତୁମ୍ଭ ଛାମୁରେ ଯେଉଁ ପ୍ରାର୍ଥନା କରୁଅଛି, ଆପଣା ଦାସର ସେହି ପ୍ରାର୍ଥନା ଶୁଣିବା ପାଇଁ ଏବେ ତୁମ୍ଭର କର୍ଣ୍ଣ ନିବିଷ୍ଟ ଓ ତୁମ୍ଭର ଚକ୍ଷୁ ମୁକ୍ତ ହେଉ; ମୁଁ ଓ ମୋହର ପିତୃବଂଶ ହିଁ ପାପ କରିଅଛୁ।
Nehemiah 9:26 in Oriya 26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।
Nehemiah 9:33 in Oriya 33 ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Psalm 107:11 in Oriya 11 ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଛାୟାରେ ବସିଲେ;
Psalm 119:75 in Oriya 75 ହେ ସଦାପ୍ରଭୁ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।
Psalm 145:17 in Oriya 17 ସଦାପ୍ରଭୁ ଆପଣାର ସକଳ ପଥରେ ଧର୍ମମୟ ଓ ଆପଣାର ସମସ୍ତ କାର୍ଯ୍ୟରେ ଦୟାଳୁ ଅଟନ୍ତି,
Jeremiah 12:1 in Oriya 1 ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥା'ନ୍ତି ?
Jeremiah 22:8 in Oriya 8 ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, “ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ ?”
Jeremiah 25:28 in Oriya 28 ଆଉ, ସେମାନେ ତୁମ୍ଭ ହସ୍ତରୁ ପାତ୍ର ନେଇ ପାନ କରିବାକୁ ଯେବେ ଅସମ୍ମତ ହେବେ, ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସୈନ୍ୟାଧିପତି ସଦାପ୍ରଭୁ ଏହିରୂପେ କଥା କହନ୍ତି, ‘ତୁମ୍ଭେମାନେ ଅବଶ୍ୟ ପାନ କରିବ।'
Jeremiah 49:12 in Oriya 12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।”
Lamentations 1:5 in Oriya 5 ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।
Lamentations 1:12 in Oriya 12 ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆ ଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି ? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।
Lamentations 3:42 in Oriya 42 ଆମ୍ଭେମାନେ ଆଜ୍ଞା ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।
Ezekiel 14:22 in Oriya 22 ତଥାପି ଦେଖ, ତହିଁ ମଧ୍ୟରେ ପୁତ୍ର ଓ କନ୍ୟାଗଣ ଉଭୟର ଅବଶିଷ୍ଟାଂଶ ରହି ବାହାରେ ଅଣାଯିବେ; ଦେଖ, ସେମାନେ ତୁମ୍ଭମାନଙ୍କ ନିକଟକୁ ଆସିବେ ଓ ତୁମ୍ଭେମାନେ ସେମାନଙ୍କର ଆଚାର ବ୍ୟବହାର ଓ କ୍ରିୟାସକଳ ଦେଖିବ; ପୁଣି, ଆମ୍ଭେ ଯିରୂଶାଲମ ଉପରେ ଯେଉଁ ଅମଙ୍ଗଳ ଘଟାଇଅଛୁ, ତାହା ପ୍ରତି ଯେସକଳ ବର୍ତ୍ତାଇଅଛୁ, ତହିଁ ବିଷୟରେ ତୁମ୍ଭେମାନେ ସାନ୍ତ୍ୱନା ପାଇବ।
Daniel 9:7 in Oriya 7 ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ୱାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର)।
Daniel 9:9 in Oriya 9 ବିବିଧ ଦୟା ଓ କ୍ଷମା ଆମ୍ଭମାନଙ୍କ ପ୍ରଭୁ ପରମେଶ୍ୱରଙ୍କର ଅଟେ; କାରଣ ଆମ୍ଭେମାନେ ତାହାଙ୍କ ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛୁ
Zephaniah 3:5 in Oriya 5 ତାହାର ମଧ୍ୟବର୍ତ୍ତୀ ସଦାପ୍ରଭୁ ଧାର୍ମିକ ଅଟନ୍ତି; ସେ ଅଧର୍ମ କରିବେ ନାହିଁ; ପ୍ରତି ପ୍ରଭାତ ସେ ଆପଣା ବିଚାର ଆଲୁଅରେ ସ୍ଥାପନ କରନ୍ତି, ସେ ତ୍ରୁଟି କରନ୍ତି ନାହିଁ; ମାତ୍ର ଅନ୍ୟାୟକାରୀ ଲୋକ ଲଜ୍ଜା ଜାଣେ ନାହିଁ।
Romans 2:5 in Oriya 5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଇଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
Romans 3:19 in Oriya 19 ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହି ସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଇଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ;
Revelation 15:3 in Oriya 3 ସେମାନେ ଇଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।
Revelation 16:5 in Oriya 5 ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛି;