Lamentations 1:2 in Oriya 2 ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।
Other Translations King James Version (KJV) She weepeth sore in the night, and her tears are on her cheeks: among all her lovers she hath none to comfort her: all her friends have dealt treacherously with her, they are become her enemies.
American Standard Version (ASV) She weepeth sore in the night, and her tears are on her cheeks; Among all her lovers she hath none to comfort her: All her friends have dealt treacherously with her; they are become her enemies.
Bible in Basic English (BBE) She is sorrowing bitterly in the night, and her face is wet with weeping; among all her lovers she has no comforter: all her friends have been false to her, they have become her haters.
Darby English Bible (DBY) She weepeth sore in the night, and her tears are on her cheeks; among all her lovers she hath no comforter; all her friends have dealt treacherously with her, they are become her enemies.
World English Bible (WEB) She weeps sore in the night, and her tears are on her cheeks; Among all her lovers she has none to comfort her: All her friends have dealt treacherously with her; they are become her enemies.
Young's Literal Translation (YLT) She weepeth sore in the night, And her tear `is' on her cheeks, There is no comforter for her out of all her lovers, All her friends dealt treacherously by her, They have been to her for enemies.
Cross Reference Job 6:15 in Oriya 15 ମୋହର ଭ୍ରାତୃଗଣ ନଦୀ ତୁଲ୍ୟ, ପ୍ରବାହିତ ନଦୀସ୍ରୋତ ତୁଲ୍ୟ ପ୍ରବଞ୍ଚନା କରିଅଛନ୍ତି
Job 7:3 in Oriya 3 ମୁଁ ସେପରି ଅସାରତାବିଶିଷ୍ଟ ମାସମାନର ଅଧିକାରୀ କରା ଯାଇଅଛି ଓ କ୍ଳାନ୍ତିଜନକ ରାତ୍ରିମାନ ମୋ' ପାଇଁ ନିରୂପିତ ହୋଇଅଛି।
Job 19:13 in Oriya 13 ସେ ମୋହର ଜ୍ଞାତିମାନଙ୍କୁ ମୋ'ଠାରୁ ଦୂର କରିଅଛନ୍ତି ଓ ମୋହର ପରିଚିତ ଲୋକମାନେ ସମ୍ପୂର୍ଣ୍ଣ ରୂପେ ଅପରିଚିତ ହୋଇଅଛନ୍ତି।
Psalm 6:6 in Oriya 6 ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।
Psalm 31:11 in Oriya 11 ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋ' ନିକଟରୁ ପଳାଇଲେ।
Psalm 77:2 in Oriya 2 ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।
Proverbs 19:7 in Oriya 7 ଦରିଦ୍ରର ସମସ୍ତ ଭ୍ରାତା ତାହାକୁ ଘୃଣା କରନ୍ତି; ତାହାର ମିତ୍ରମାନେ ତାହାଠୁଁ କେତେ ଅଧିକ ଦୂରକୁ ନ ଯିବେ ! ସେ ଆଳାପ ଚେଷ୍ଟା କରେ, ମାତ୍ର ସେମାନେ ନାହାନ୍ତି।
Isaiah 51:18 in Oriya 18 ସେ ଯେଉଁ ପୁତ୍ରଗଣକୁ ପ୍ରସବ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାକୁ କଢ଼ାଇ ନେବାକୁ କେହି ନାହିଁ; କିଅବା ସେ ଯେଉଁ ପୁତ୍ରଗଣକୁ ପ୍ରତିପାଳନ କରିଅଛି, ସେ ସମସ୍ତଙ୍କ ମଧ୍ୟରେ ତାହାର ହସ୍ତ ଧରି ନେବା ପାଇଁ କେହି ନାହିଁ।
Jeremiah 3:1 in Oriya 1 ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ !
Jeremiah 4:30 in Oriya 30 ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।
Jeremiah 9:1 in Oriya 1 ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !
Jeremiah 9:17 in Oriya 17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ;
Jeremiah 13:17 in Oriya 17 ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।
Jeremiah 22:20 in Oriya 20 ତୁମ୍ଭେ ଲିବାନୋନ୍କୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।
Jeremiah 30:14 in Oriya 14 ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।
Lamentations 1:9 in Oriya 9 ତାହାର ଅଶୌଚ ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।
Lamentations 1:16 in Oriya 16 ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋ' ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋ'ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।
Lamentations 1:19 in Oriya 19 ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ।
Lamentations 1:21 in Oriya 21 ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋ' ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ।
Lamentations 2:11 in Oriya 11 ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋ' ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।
Lamentations 2:18 in Oriya 18 ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।
Ezekiel 16:37 in Oriya 37 ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।
Ezekiel 23:22 in Oriya 22 ଏନିମନ୍ତେ ହେ ଅହଲୀବେ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା;
Hosea 2:7 in Oriya 7 ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, “ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।”
Micah 7:5 in Oriya 5 ତୁମ୍ଭେମାନେ ମିତ୍ରଠାରେ ବିଶ୍ୱାସ କର ନାହିଁ ଓ ପଥର ପ୍ରଦର୍ଶକଠାରେ ବିଶ୍ୱାସ କର ନାହିଁ; ତୁମ୍ଭ ବକ୍ଷଃସ୍ଥଳରେ ଶୟନକାରିଣୀଠାରୁ ଆପଣା ମୁଖର ଦ୍ୱାର ରକ୍ଷା କର।
Revelation 17:13 in Oriya 13 ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ।
Revelation 17:16 in Oriya 16 ପୁଣି, ଯେଉଁ ଦଶ ଶିଙ୍ଗ ଦେଖିଲ, ସେହି ସବୁ ଓ ସେହି ପଶୁ ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଛିନ୍ନ ଓ ଉଲଙ୍ଗ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;