Lamentations 1:20 in Oriya 20 ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋ' ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ଼୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।
Other Translations King James Version (KJV) Behold, O LORD; for I am in distress: my bowels are troubled; mine heart is turned within me; for I have grievously rebelled: abroad the sword bereaveth, at home there is as death.
American Standard Version (ASV) Behold, O Jehovah; for I am in distress; my heart is troubled; My heart is turned within me; for I have grievously rebelled: Abroad the sword bereaveth, at home there is as death.
Bible in Basic English (BBE) See, O Lord, for I am in trouble; the inmost parts of my body are deeply moved; my heart is turned in me; for I have been uncontrolled: outside the children are put to the sword, and in the house there is death.
Darby English Bible (DBY) See, Jehovah, for I am in distress, my bowels are troubled; my heart is turned within me, for I have grievously rebelled: without, the sword hath bereaved [me], within, it is as death.
World English Bible (WEB) See, Yahweh; for I am in distress; my heart is troubled; My heart is turned within me; for I have grievously rebelled: Abroad the sword bereaves, at home there is as death.
Young's Literal Translation (YLT) See, O Jehovah, for distress `is' to me, My bowels have been troubled, Turned hath been my heart in my midst, For I have greatly provoked, From without bereaved hath the sword, In the house `it is' as death.
Cross Reference Leviticus 26:40 in Oriya 40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ;
Deuteronomy 32:25 in Oriya 25 ବାହାରେ ଖଡ଼୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଙ୍କୁ, ପୁଣି ଦୁଗ୍ଧ ପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।
1 Kings 8:47 in Oriya 47 ତେବେ ସେମାନେ ଯେଉଁ ଦେଶକୁ ବନ୍ଦୀ ରୂପେ ନୀତ ହୁଅନ୍ତି, ସେହି ସ୍ଥାନରେ ଯେବେ ସେମାନେ ମନେ ମନେ ବିବେଚନା କରି ଅନୁତାପ କରନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ତୁମ୍ଭ ନିକଟରେ ବିନତି କରି କହନ୍ତି, ଆମ୍ଭେମାନେ ପାପ କଲୁ ଓ ବିପଥଗାମୀ ହେଲୁ ଓ ଦୁଷ୍ଟପଣ କଲୁ;
Job 30:27 in Oriya 27 ମୋ' ଅନ୍ତ୍ର ଫୁଟେ, ବିଶ୍ରାମ କରେ ନାହିଁ; ମୋ' ଉପରେ କ୍ଳେଶର ଦିନସବୁ ଉପସ୍ଥିତ ହୋଇଅଛି।
Job 33:27 in Oriya 27 ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।
Psalm 22:14 in Oriya 14 ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋ' ଅନ୍ତ୍ର ମଧ୍ୟରେ ତରଳି ଯାଏ।
Psalm 51:3 in Oriya 3 କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋ' ପାପ ସର୍ବଦା ମୋ' ସମ୍ମୁଖରେ ଅଛି।
Proverbs 28:13 in Oriya 13 ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ; ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ଛାଡ଼େ, ସେ ଦୟା ପାଇବ।
Isaiah 16:11 in Oriya 11 ଏହି କାରଣରୁ ଆମ୍ଭର ନାଡ଼ୀ ମୋୟାବର ପାଇଁ ଓ ଆମ୍ଭର ଅନ୍ତର କୀରହେରସର ପାଇଁ ବୀଣା ପରି ବାଜୁଅଛି।
Isaiah 38:14 in Oriya 14 ଯେପରି ତାଳଚୋଞ୍ଚ ଅବା ସାରସ ପକ୍ଷୀ ଶବ୍ଦ କରନ୍ତି, ସେହିପରି ମୁଁ ଚିଁ ଚିଁ ଶବ୍ଦ କଲି; ମୁଁ କପୋତ ପରି ଶୋକ କଲି; ଉପରକୁ ଅନାଇ ଅନାଇ ମୋହର ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୁ, ମୁଁ ଉପଦ୍ରବଗ୍ରସ୍ତ, ତୁମ୍ଭେ ମୋହର ଲଗା ହୁଅ।
Jeremiah 2:35 in Oriya 35 ତଥାପି ତୁମ୍ଭେ କହିଲ, “ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରି ଅଛି।” ତୁମ୍ଭେ କହୁଅଛ, “ଆମ୍ଭେ ପାପ କରି ନାହୁଁ,” ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।
Jeremiah 3:13 in Oriya 13 ସଦାପ୍ରଭୁ କହନ୍ତି, “ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।”
Jeremiah 4:19 in Oriya 19 ହାୟ, ମୋହର ପ୍ରାଣ ! ମୋହର ପ୍ରାଣ ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋ' ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।
Jeremiah 9:21 in Oriya 21 କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।
Jeremiah 14:18 in Oriya 18 ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ ! କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।”
Jeremiah 31:20 in Oriya 20 ଇଫ୍ରୟିମ କି ଆମ୍ଭର ପ୍ରିୟ ପୁତ୍ର ? ସେ କି ଆନନ୍ଦଦାୟୀ ବାଳକ ? କାରଣ ଆମ୍ଭେ ଯେତେ ଥର ତାହା ବିରୁଦ୍ଧରେ କଥା କହୁ, ସେତେ ଥର ଆଗ୍ରହରେ ଆମ୍ଭେ ତାହାକୁ ସ୍ମରଣ କରୁ; ଏଥିପାଇଁ ତାହା ନିମନ୍ତେ ଆମ୍ଭର ଅନ୍ତର ବ୍ୟାକୁଳ ହୁଏ; ଆମ୍ଭେ ଅବଶ୍ୟ ତାହାକୁ ଦୟା କରିବା,” ଏହା ସଦାପ୍ରଭୁ କହନ୍ତି।
Jeremiah 48:36 in Oriya 36 ଏହେତୁ ମୋୟାବର ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି ଓ କୀର୍ହେରସର ଲୋକମାନଙ୍କ ପାଇଁ ଆମ୍ଭର ହୃଦୟ ବଂଶୀ ପରି ବାଜୁଅଛି; ଏଥିପାଇଁ ତାହାର ପ୍ରାପ୍ତ ବହୁତ ଧନ ନଷ୍ଟ ହୋଇଅଛି।
Lamentations 1:9 in Oriya 9 ତାହାର ଅଶୌଚ ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।
Lamentations 1:11 in Oriya 11 ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।
Lamentations 1:18 in Oriya 18 ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।
Lamentations 2:11 in Oriya 11 ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋ' ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।
Lamentations 4:9 in Oriya 9 କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ଼୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।
Ezekiel 7:15 in Oriya 15 ବାହାରେ ଖଡ଼୍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ଼୍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ।
Hosea 11:8 in Oriya 8 ହେ ଇଫ୍ରୟିମ, ଆମ୍ଭେ କିପରି ତୁମ୍ଭକୁ ତ୍ୟାଗ କରିବା ? ହେ ଇସ୍ରାଏଲ, ଆମ୍ଭେ କିପରି ତୁମ୍ଭକୁ ସମର୍ପି ଦେବା ? ଆମ୍ଭେ କିପରି ତୁମ୍ଭକୁ ଅଦ୍ମାର ନଗରୀ ତୁଲ୍ୟ କରିବା ? ଆମ୍ଭେ କିପରି ତୁମ୍ଭକୁ ସବୋୟିମର ନଗରୀ ତୁଲ୍ୟ ରଖିବା ? ଆମ୍ଭ ହୃଦୟ ଆମ୍ଭ ଅନ୍ତରରେ ବ୍ୟାକୁଳ ହେଉଅଛି, ଆମ୍ଭର ବିବିଧ ସ୍ନେହ ଏକତ୍ର ପ୍ରଜ୍ୱଳିତ ହେଉଅଛି।
Habakkuk 3:16 in Oriya 16 ମୁଁ ଶୁଣିଲି ଓ ମୋ' ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋ' ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।
Luke 15:18 in Oriya 18 ମୁଁ ଉଠି ମୋର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଇଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି;
Luke 18:13 in Oriya 13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ।