Lamentations 1:5 in Oriya 5 ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।
Other Translations King James Version (KJV) Her adversaries are the chief, her enemies prosper; for the LORD hath afflicted her for the multitude of her transgressions: her children are gone into captivity before the enemy.
American Standard Version (ASV) Her adversaries are become the head, her enemies prosper; For Jehovah hath afflicted her for the multitude of her transgressions: Her young children are gone into captivity before the adversary.
Bible in Basic English (BBE) Those who are against her have become the head, everything goes well for her haters; for the Lord has sent sorrow on her because of the great number of her sins: her young children have gone away as prisoners before the attacker.
Darby English Bible (DBY) Her adversaries have become the head, her enemies prosper; for Jehovah hath afflicted her for the multitude of her transgressions: her children are gone into captivity before the adversary.
World English Bible (WEB) Her adversaries are become the head, her enemies prosper; For Yahweh has afflicted her for the multitude of her transgressions: Her young children are gone into captivity before the adversary.
Young's Literal Translation (YLT) Her adversaries have become chief, Her enemies have been at ease, For Jehovah hath afflicted her, For the abundance of her transgressions, Her infants have gone captive before the adversary.
Cross Reference Leviticus 26:15 in Oriya 15 ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,
Deuteronomy 4:25 in Oriya 25 ତୁମ୍ଭେ ସେହି ଦେଶରେ ପୁତ୍ର ପୌତ୍ରଗଣକୁ ଜନ୍ମ ଦେଇ ବହୁ କାଳ ବାସ କଲା ଉତ୍ତାରେ ଯେବେ ତୁମ୍ଭେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରି କୌଣସି ବସ୍ତୁର ପ୍ରତିମୂର୍ତ୍ତି ବିଶିଷ୍ଟ ଖୋଦିତ ପ୍ରତିମା ନିର୍ମାଣ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ କ୍ରୁଦ୍ଧ କରାଇବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ।
Deuteronomy 28:15 in Oriya 15 ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।
Deuteronomy 29:18 in Oriya 18 ଏନିମନ୍ତେ ସାବଧାନ, ସେହି ଦେଶୀୟ ଲୋକମାନଙ୍କ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେବା କରିବା ନିମନ୍ତେ ଆଜି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ ଯାହାର ହୃଦୟ ବିମୁଖ ହୁଏ, ଏପରି କୌଣସି ପୁରୁଷ, କି ସ୍ତ୍ରୀ, କି ପରିବାର, କି ବଂଶ ଯେପରି ତୁମ୍ଭମାନଙ୍କ ମଧ୍ୟରେ ନ ରହେ, ଯେପରି ବିଷ ଓ ନାଗଦଅଣାର ମୂଳ ତୁମ୍ଭମାନଙ୍କ ମଧ୍ୟରେ ନ ରହେ;
Deuteronomy 31:16 in Oriya 16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।”
Deuteronomy 31:29 in Oriya 29 ଯେହେତୁ ମୋ' ମରଣ ଉତ୍ତାରେ ତୁମ୍ଭେମାନେ ନିତାନ୍ତ ଭ୍ରଷ୍ଟ ହୋଇ ମୋହର ଆଜ୍ଞା-ପଥରୁ ବିମୁଖ ହେବ, ଏହା ମୁଁ ଜାଣେ ତୁମ୍ଭେମାନେ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ, ତହିଁ ସକାଶୁ ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ।
Deuteronomy 32:15 in Oriya 15 ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।
2 Chronicles 36:14 in Oriya 14 ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।
Nehemiah 9:33 in Oriya 33 ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Psalm 80:6 in Oriya 6 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି।
Psalm 89:42 in Oriya 42 ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ।
Psalm 90:7 in Oriya 7 କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।
Isaiah 63:18 in Oriya 18 ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି।
Jeremiah 5:3 in Oriya 3 ହେ ସଦାପ୍ରଭୁ, ତୁମ୍ଭର ଚକ୍ଷୁ କ'ଣ ସତ୍ୟତା ପ୍ରତି ଦୃଷ୍ଟି ନ କରେ ? ତୁମ୍ଭେ ସେମାନଙ୍କୁ ପ୍ରହାର କରିଅଛ, ମାତ୍ର ସେମାନେ ଦୁଃଖିତ ହେଲେ ନାହିଁ; ତୁମ୍ଭେ ସେମାନଙ୍କୁ ଜୀର୍ଣ୍ଣ କରିଅଛ, ମାତ୍ର ସେମାନେ ଶାସ୍ତି ଗ୍ରହଣ କରିବାକୁ ଅସ୍ୱୀକାର କରିଅଛନ୍ତି; ସେମାନେ ଆପଣା ଆପଣା ମୁଖ ପାଷାଣ ଅପେକ୍ଷା କଠିନ କରିଅଛନ୍ତି; ସେମାନେ ଫେରି ଆସିବାକୁ ଅସ୍ୱୀକାର କରିଅଛନ୍ତି।
Jeremiah 5:29 in Oriya 29 ସଦାପ୍ରଭୁ କହନ୍ତି, “ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ ?”
Jeremiah 12:7 in Oriya 7 ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।
Jeremiah 23:14 in Oriya 14 ଯିରୂଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”
Jeremiah 30:14 in Oriya 14 ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।
Jeremiah 39:9 in Oriya 9 ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା।
Jeremiah 44:21 in Oriya 21 “ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ତୁମ୍ଭମାନଙ୍କର ରାଜାଗଣ, ଓ ଅଧିପତିଗଣ ଓ ଦେଶସ୍ଥ ଲୋକ ସମସ୍ତେ ଯେଉଁ ଧୂପ ଜ୍ୱଳାଇଲେ, ସଦାପ୍ରଭୁ କି ତାହା ସ୍ମରଣ କଲେ ନାହିଁ ଓ ତାହା କି ତାଙ୍କ ମନରେ ପଡ଼ିଲା ନାହିଁ ?
Jeremiah 52:27 in Oriya 27 ତହିଁରେ ବାବିଲର ରାଜା ହମାତ୍ ଦେଶସ୍ଥ ରିବ୍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା।
Lamentations 1:18 in Oriya 18 ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।
Lamentations 2:17 in Oriya 17 ସଦାପ୍ରଭୁ ଯାହା ସଙ୍କଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।
Lamentations 3:39 in Oriya 39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ ?
Lamentations 3:46 in Oriya 46 ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି।
Ezekiel 8:17 in Oriya 17 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏହି ସ୍ଥାନରେ ଯିହୂଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।
Ezekiel 9:9 in Oriya 9 ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୂଦା- ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।
Ezekiel 22:24 in Oriya 24 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ତାହାକୁ କୁହ, ଯେଉଁ ଦେଶ ପରିଷ୍କୃତ ହୋଇ ନାହିଁ, କିଅବା କ୍ରୋଧର ଦିନରେ ଯହିଁ ଉପରେ ବୃଷ୍ଟି ହୋଇ ନାହିଁ, ତୁମ୍ଭେ ଏପରି ଦେଶ ଅଟ।
Daniel 9:7 in Oriya 7 ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ୱାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର)।
Micah 3:9 in Oriya 9 ହେ ଯାକୁବ ବଂଶର ପ୍ରଧାନବର୍ଗ ଓ ଇସ୍ରାଏଲ ବଂଶର ଶାସନକର୍ତ୍ତାଗଣ, ମୁଁ ନିବେଦନ କରେ, ତୁମ୍ଭେମାନେ ଏହା ଶୁଣ, ତୁମ୍ଭେମାନେ ନ୍ୟାୟ ବିଚାର ଘୃଣା କରୁଅଛ ଓ ଅପକ୍ଷପାତ ବିଚାରସବୁ ଅନ୍ୟଥା କରୁଅଛ।
Micah 7:8 in Oriya 8 ହେ ମୋର ଶତ୍ରୁ, ମୋର ପ୍ରତିକୂଳରେ ଆନନ୍ଦ କର ନାହିଁ; ମୁଁ ପଡ଼ିଲେ ଉଠିବି; ମୁଁ ଅନ୍ଧକାରରେ ବସିଲେ ସଦାପ୍ରଭୁ ମୋର ଦୀପ୍ତିସ୍ୱରୂପ ହେବେ।
Zephaniah 3:1 in Oriya 1 ଯିରୂଶାଲମ ଓ ଗୋଷ୍ଠୀଗଣଙ୍କ ପ୍ରତି ବିଚାର ଉପଦ୍ରବକାରିଣୀ ଯେଉଁ ନଗରୀ ବିଦ୍ରୋହିଣୀ ଓ ଭ୍ରଷ୍ଟା ହୋଇଅଛି, ସେ ସନ୍ତାପର ପାତ୍ରୀ।