Lamentations 1:6 in Oriya 6 ସିୟୋନ କନ୍ୟାର ଦୀପ୍ତି ତାହାଠାରୁ ଯାଇଅଛି। ତାହାର ଅଧିପତିଗଣ ଚରାଣି ସ୍ଥାନ ନ ପାଇବା ହରିଣୀମାନଙ୍କ ପରି ହୋଇଅଛନ୍ତି, ପୁଣି ସେମାନେ ପଛେ ଗୋଡ଼ାଇବା ଲୋକର ଆଗେ ଆଗେ ଶକ୍ତିହୀନ ହୋଇ ଗମନ କରିଅଛନ୍ତି।
Other Translations King James Version (KJV) And from the daughter of Zion all her beauty is departed: her princes are become like harts that find no pasture, and they are gone without strength before the pursuer.
American Standard Version (ASV) And from the daughter of Zion all her majesty is departed: Her princes are become like harts that find no pasture, And they are gone without strength before the pursuer.
Bible in Basic English (BBE) And all her glory has gone from the daughter of Zion: her rulers have become like harts with no place for food, and they have gone in flight without strength before the attacker.
Darby English Bible (DBY) And from the daughter of Zion all her splendour is departed: her princes are become like harts that find no pasture; and they are gone without strength before the pursuer.
World English Bible (WEB) From the daughter of Zion all her majesty is departed: Her princes are become like harts that find no pasture, They are gone without strength before the pursuer.
Young's Literal Translation (YLT) And go out from the daughter of Zion doth all her honour, Her princes have been as harts -- They have not found pasture, And they go powerless before a pursuer.
Cross Reference Leviticus 26:36 in Oriya 36 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ଭୀରୁତା ପଠାଇବା ଯଦ୍ଦ୍ୱାରା (ବାୟୁରେ) ଚାଳିତ ପତ୍ରର ଶବ୍ଦ ମଧ୍ୟ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ।
Deuteronomy 28:25 in Oriya 25 ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।
Deuteronomy 32:30 in Oriya 30 ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥା'ନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରି ଦେଇ ନ ଥା'ନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ ?
Joshua 7:12 in Oriya 12 ଏଥିଲାଗି ଇସ୍ରାଏଲ-ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ।
2 Samuel 4:11 in Oriya 11 ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି ?”
2 Kings 19:21 in Oriya 21 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: “ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି।
Psalm 44:9 in Oriya 9 ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ।
Psalm 48:2 in Oriya 2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।
Psalm 50:2 in Oriya 2 ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।
Psalm 96:9 in Oriya 9 ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ।
Psalm 132:12 in Oriya 12 ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”
Isaiah 1:21 in Oriya 21 ବିଶ୍ଵସ୍ତ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
Isaiah 4:5 in Oriya 5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।
Isaiah 12:6 in Oriya 6 ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”
Jeremiah 13:18 in Oriya 18 ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍, ଗୌରବ ମୁକୁଟ ତଳେ ପଡ଼ିଅଛି।
Jeremiah 14:5 in Oriya 5 ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ।
Jeremiah 29:4 in Oriya 4 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି;
Jeremiah 47:3 in Oriya 3 ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ;
Jeremiah 48:41 in Oriya 41 କରୀୟୋଥ୍ ହସ୍ତଗତ ହେଲା, ଦୃଢ଼ ଦୁର୍ଗସବୁ ଅକସ୍ମାତ୍ ଆକ୍ରାନ୍ତ ହେଲା, ଆଉ ସେହି ଦିନରେ ମୋୟାବର ବୀରମାନଙ୍କ ଅନ୍ତଃକରଣ ପ୍ରସବ ବେଦନାଗ୍ରସ୍ତା ସ୍ତ୍ରୀର ଅନ୍ତଃକରଣ ତୁଲ୍ୟ ହେବ।
Jeremiah 51:30 in Oriya 30 ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି।
Jeremiah 52:7 in Oriya 7 ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା ପଥ ଦେଇ ଚାଲିଗଲେ।
Jeremiah 52:11 in Oriya 11 ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା।
Jeremiah 52:13 in Oriya 13 ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
Lamentations 2:1 in Oriya 1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି ! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।
Ezekiel 7:20 in Oriya 20 ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ।
Ezekiel 11:22 in Oriya 22 ଏଥିଉତ୍ତାରେ କିରୂବଗଣ ଆପଣା ଆପଣା ପକ୍ଷଗୁଡିକ ଉଠାଇଲେ, ଆଉ ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଥିଲା; ଆଉ, ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତାପ ସେମାନଙ୍କ ଉର୍ଦ୍ଧ୍ୱରେ ବିଦ୍ୟମାନ ଥିଲା।
Ezekiel 24:21 in Oriya 21 ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ଼୍ଗରେ ପତିତ ହେବେ।
Ezekiel 24:25 in Oriya 25 “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଯେଉଁ ଦିନ ସେମାନଙ୍କର ବଳ, ସେମାନଙ୍କର ଗୌରବଜନକ ଆନନ୍ଦ, ସେମାନଙ୍କର ନୟନର ପ୍ରୀତିପାତ୍ର ଓ ଯହିଁରେ ସେମାନେ ଆପଣା ଚିତ୍ତ ଆସକ୍ତ କରନ୍ତି, ସେମାନଙ୍କର ପୁତ୍ର ଓ କନ୍ୟାଗଣ ସେମାନଙ୍କଠାରୁ ହରଣ କରିବା,
Zephaniah 3:14 in Oriya 14 ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର।