Lamentations 1:8 in Oriya 8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।
Other Translations King James Version (KJV) Jerusalem hath grievously sinned; therefore she is removed: all that honoured her despise her, because they have seen her nakedness: yea, she sigheth, and turneth backward.
American Standard Version (ASV) Jerusalem hath grievously sinned; therefore she is become as an unclean thing; All that honored her despise her, because they have seen her nakedness: Yea, she sigheth, and turneth backward.
Bible in Basic English (BBE) Great is the sin of Jerusalem; for this cause she has become an unclean thing: all those who gave her honour are looking down on her, because they have seen her shame: now truly, breathing out grief, she is turned back.
Darby English Bible (DBY) Jerusalem hath grievously sinned; therefore is she removed as an impurity: all that honoured her despise her because they have seen her nakedness; and she sigheth, and turneth backward.
World English Bible (WEB) Jerusalem has grievously sinned; therefore she is become as an unclean thing; All who honored her despise her, because they have seen her nakedness: Yes, she sighs, and turns backward.
Young's Literal Translation (YLT) A sin hath Jerusalem sinned, Therefore impure she hath become, All who honoured her have esteemed her lightly, For they have seen her nakedness, Yea, she herself hath sighed and turneth backward.
Cross Reference 1 Samuel 2:30 in Oriya 30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।
1 Kings 8:46 in Oriya 46 ଯେବେ ସେମାନେ ତୁମ୍ଭ ବିରୁଦ୍ଧରେ ପାପ କରନ୍ତି, କାରଣ ଯେ ପାପ ନ କରେ, ଏପରି କୌଣସି ମନୁଷ୍ୟ ନାହିଁ, ଆଉ ତୁମ୍ଭେ ସେମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ସେମାନଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲେ ଯେବେ ଶତ୍ରୁଗଣ ସେମାନଙ୍କୁ ବନ୍ଦୀ କରି ଦୂରସ୍ଥ ଅବା ନିକଟସ୍ଥ ଶତ୍ରୁଦେଶକୁ ନେଇ ଯା'ନ୍ତି;
1 Kings 9:7 in Oriya 7 ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;
1 Kings 9:9 in Oriya 9 ତହିଁରେ ଲୋକମାନେ ଉତ୍ତର କରିବେ, ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ଯେ ସେମାନଙ୍କ ପିତୃଗଣକୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କୁ ସେମାନେ ତ୍ୟାଗ କଲେ ଓ ଅନ୍ୟ ଦେବଗଣର ଆଶ୍ରୟ ନେଇ ସେମାନଙ୍କୁ ପ୍ରଣାମ ଓ ସେବା କଲେ; ଏହି ହେତୁ ସଦାପ୍ରଭୁ ସେମାନଙ୍କ ଉପରେ ଏହିସବୁ ଅମଙ୍ଗଳ ଘଟାଇଅଛନ୍ତି।”
Isaiah 47:3 in Oriya 3 ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।
Isaiah 59:2 in Oriya 2 ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।
Jeremiah 4:31 in Oriya 31 କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋ' ପ୍ରାଣ ମୂର୍ଚ୍ଛିତ ହେଲା।”
Jeremiah 6:28 in Oriya 28 ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।
Jeremiah 13:22 in Oriya 22 ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋ' ପ୍ରତି ଏପରି ଦଶା କାହିଁକି ଘଟିଲା ? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।
Jeremiah 13:26 in Oriya 26 ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।
Jeremiah 15:4 in Oriya 4 ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।
Jeremiah 24:9 in Oriya 9 ଆମ୍ଭେ ସେମାନଙ୍କର ଅମଙ୍ଗଳ ନିମନ୍ତେ ପୃଥିବୀର ସକଳ ରାଜ୍ୟ ମଧ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷିପ୍ତ ହେବା ପାଇଁ, ପୁଣି ଯେସବୁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେବା, ସେହିସବୁ ସ୍ଥାନରେ ଦୁର୍ନାମ, ପ୍ରବାଦ, ଉପହାସ ଓ ଅଭିଶାପର ପାତ୍ର ହେବା ପାଇଁ ଆମ୍ଭେ ସେମାନଙ୍କୁ ସମର୍ପି ଦେବା।
Jeremiah 34:17 in Oriya 17 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀ ପ୍ରତି ମୁକ୍ତି ଘୋଷଣା କରିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହଁ; ଏଣୁ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ପ୍ରତି, ମହାମାରୀ ପ୍ରତି ଓ ଦୁର୍ଭିକ୍ଷ ପ୍ରତି ମୁକ୍ତି ଘୋଷଣା କରୁଅଛୁ; ଆଉ, ଆମ୍ଭେ ପୃଥିବୀର ସମସ୍ତ ରାଜ୍ୟରେ ଏଣେତେଣେ ବିକ୍ଷିପ୍ତ ହେବା ପାଇଁ ତୁମ୍ଭମାନଙ୍କୁ ସମର୍ପଣ କରିବା।
Lamentations 1:4 in Oriya 4 ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।
Lamentations 1:11 in Oriya 11 ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।
Lamentations 1:20 in Oriya 20 ହେ ସଦାପ୍ରଭୁ, ଦେଖ; କାରଣ ମୁଁ ବିପଦଗ୍ରସ୍ତା; ମୋହର ଅନ୍ତ୍ର ବ୍ୟଥିତ ହେଉଅଛି; ମୋର ହୃଦୟ ମୋ' ଅନ୍ତରରେ ବିକାରପ୍ରାପ୍ତ ହେଉଅଛି; କାରଣ ମୁଁ ଅତ୍ୟନ୍ତ ବିଦ୍ରୋହାଚରଣ କରିଅଛି; ବାହାରେ ଖଡ଼୍ଗ ବଧ କରୁଅଛି, ଗୃହରେ ମୃତ୍ୟୁୁ ଥିଲା ପରି ହେଉଅଛି।
Lamentations 2:10 in Oriya 10 ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଝୋଟର କନା ବାନ୍ଧିଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।
Lamentations 4:15 in Oriya 15 ଲୋକେ ସେମାନଙ୍କୁ ଡାକି କହିଲେ, ହେ ଅଶୁଚି ଲୋକମାନେ, ଦୂର ହୁଅ ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ ! ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।
Lamentations 4:21 in Oriya 21 ହେ ଉଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।
Lamentations 5:12 in Oriya 12 ଅଧିପତିମାନେ ସେମାନଙ୍କ ହସ୍ତ ଦ୍ୱାରା ଟଙ୍ଗା ହୋଇଥିଲେ; ପ୍ରାଚୀନ ଲୋକମାନଙ୍କ ମୁଖ ସମାଦୃତ ନୋହିଲା।
Ezekiel 14:13 in Oriya 13 “ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ ଲଘଂନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;
Ezekiel 16:37 in Oriya 37 ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।
Ezekiel 22:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ବିଚାର କରିବ ? ତୁମ୍ଭେ କି ଏହି ରକ୍ତମୟୀ ନଗରୀର ବିଚାର କରିବ ? ତେବେ ତାହାର ଘୃଣାଯୋଗ୍ୟ କ୍ରିୟାସକଳ ତାହାକୁ ଜ୍ଞାତ କରାଅ।”
Ezekiel 23:29 in Oriya 29 ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା କ୍ରିୟା ପ୍ରକାଶିତ ହେବ।
Ezekiel 23:46 in Oriya 46 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଜନସମାଜ ଆଣିବା, ପୁଣି, ଏଣେତେଣେ ଟଳଟଳ ଓ ଲୁଟିତ ହେବା ପାଇଁ ସେମାନଙ୍କୁ ସମର୍ପଣ କରିବା।
Hosea 2:3 in Oriya 3 ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
Hosea 2:10 in Oriya 10 ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।
Revelation 3:18 in Oriya 18 ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲଗାଇବା ପାଇଁ କଜ୍ୱଳ ଆମ୍ଭ ନିକଟରୁ କିଣ।