Lamentations 2:14 in Oriya 14 ତୁମ୍ଭର ଭବିଷ୍ୟଦ୍ବକ୍ତାମାନେ ତୁମ୍ଭ ନିମନ୍ତେ ଅସାରତା ଓ ମୂର୍ଖତାର ଦର୍ଶନ ପାଇଅଛନ୍ତି; ଆଉ, ତୁମ୍ଭର ବନ୍ଦୀତ୍ୱର ମୋଚନ ନିମନ୍ତେ ସେମାନେ ତୁମ୍ଭର ଅଧର୍ମ ପ୍ରକାଶ କରି ନାହାନ୍ତି, ମାତ୍ର ଅସାର ଦର୍ଶନ ଓ ତୁମ୍ଭ ନିର୍ବାସିତ ହେବାର କାରଣ ଦେଖି ପ୍ରଚାର କରିଅଛନ୍ତି।
Other Translations King James Version (KJV) Thy prophets have seen vain and foolish things for thee: and they have not discovered thine iniquity, to turn away thy captivity; but have seen for thee false burdens and causes of banishment.
American Standard Version (ASV) Thy prophets have seen for thee false and foolish visions; And they have not uncovered thine iniquity, to bring back thy captivity, But have seen for thee false oracles and causes of banishment.
Bible in Basic English (BBE) The visions which your prophets have seen for you are false and foolish; they have not made clear to you your sin so that your fate might be changed: but they have seen for you false words, driving you away.
Darby English Bible (DBY) Thy prophets have seen vanity and folly for thee; and they have not revealed thine iniquity, to turn away thy captivity; but have seen for thee burdens of falsehood and causes of expulsion.
World English Bible (WEB) Your prophets have seen for you false and foolish visions; They have not uncovered your iniquity, to bring back your captivity, But have seen for you false oracles and causes of banishment.
Young's Literal Translation (YLT) Thy prophets have seen for thee a false and insipid thing, And have not revealed concerning thine iniquity, To turn back thy captivity, And they see for thee false burdens and causes of expulsion.
Cross Reference Isaiah 9:15 in Oriya 15 ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୁଳ,
Isaiah 58:1 in Oriya 1 ମୁକ୍ତ କଣ୍ଠରେ ଘୋଷଣା କର, ସ୍ୱର ଊଣା କର ନାହିଁ, ତୂରୀ ପରି ଆପଣା ରବ ଉଠାଅ, ଆମ୍ଭ ଲୋକମାନଙ୍କୁ ସେମାନଙ୍କ ଅଧର୍ମ ଓ ଯାକୁବ ବଂଶକୁ ସେମାନଙ୍କ ପାପସବୁ ଜଣାଅ।
Jeremiah 2:8 in Oriya 8 “ସଦାପ୍ରଭୁ କାହାନ୍ତି,” ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥାହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ।
Jeremiah 5:31 in Oriya 31 ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?
Jeremiah 6:13 in Oriya 13 ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।
Jeremiah 8:10 in Oriya 10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।
Jeremiah 14:13 in Oriya 13 ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ ! ଦେଖ, ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।”
Jeremiah 23:11 in Oriya 11 କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।
Jeremiah 23:22 in Oriya 22 ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥା'ନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥା'ନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥା'ନ୍ତେ।
Jeremiah 23:25 in Oriya 25 ‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି' ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।
Jeremiah 23:31 in Oriya 31 ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି' ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ।”
Jeremiah 23:36 in Oriya 36 ପୁଣି, “ସଦାପ୍ରଭୁଙ୍କର ପ୍ରତ୍ୟାଦେଶ” ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ପ୍ରତ୍ୟାଦେଶ ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟସକଳ ବିପରୀତ କରିଅଛ।
Jeremiah 27:9 in Oriya 9 ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ' ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;
Jeremiah 27:14 in Oriya 14 ପୁଣି, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
Jeremiah 28:15 in Oriya 15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ।
Jeremiah 29:8 in Oriya 8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।
Jeremiah 37:19 in Oriya 19 ଆପଣମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, ‘ବାବିଲର ରାଜା ଆପଣମାନଙ୍କ ବିରୁଦ୍ଧରେ ଓ ଏହି ଦେଶ ବିରୁଦ୍ଧରେ ଆସିବ ନାହିଁ,' ସେମାନେ ଏବେ କାହାନ୍ତି ?
Ezekiel 13:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲର ଯେଉଁ ଭବିଷ୍ୟଦ୍-ବକ୍ତାମାନେ ଭବିଷ୍ୟଦ୍ ବାକ୍ୟ ପ୍ରଚାର କରନ୍ତି, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ ବାକ୍ୟ ପ୍ରଚାର କର; ଆଉ, ଯେଉଁମାନେ ନିଜ ହୃଦୟରୁ ଭବିଷ୍ୟଦ୍ ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Ezekiel 13:22 in Oriya 22 ଆମ୍ଭେ ଯେଉଁ ଧାର୍ମିକ ଲୋକକୁ ବିଷର୍ଣ୍ଣ କରି ନାହୁଁ, ତୁମ୍ଭେମାନେ ମିଥ୍ୟା କଥା ଦ୍ୱାରା ତାହାର ଅନ୍ତଃକରଣକୁ ଦୁଃଖାର୍ତ୍ତ କରିଅଛ, ପୁଣି, ଦୁଷ୍ଟ ଲୋକ ବଞ୍ଚିବା ନିମନ୍ତେ ଯେପରି ଆପଣା କୁପଥରୁ ଫେରିବ ନାହିଁ, ଏଥିପାଇଁ ତାହାର ହସ୍ତ ସବଳ କରିଅଛ;
Ezekiel 22:25 in Oriya 25 ତାହାର ଭବିଷ୍ୟଦ୍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।
Ezekiel 22:28 in Oriya 28 ପୁଣି, ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି।”
Micah 2:11 in Oriya 11 ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ।
Micah 3:5 in Oriya 5 ଯେଉଁ ଭବିଷ୍ୟଦ୍ବକ୍ତାଗଣ ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି; ଯେଉଁମାନେ ଦାନ୍ତରେ କାମୁଡ଼ୁ କାମୁଡ଼ୁ, ଶାନ୍ତି ଶାନ୍ତି ବୋଲି କହନ୍ତି ଓ କୌଣସି ଲୋକ ସେମାନଙ୍କ ମୁଖରେ କିଛି ନ ଦେଲେ, ତାହା ବିରୁଦ୍ଧରେ ଯେଉଁମାନେ ଯୁଦ୍ଧ ନିରୂପଣ କରନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି:
Zephaniah 3:4 in Oriya 4 ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଓ ବିଶ୍ୱାସଘାତକ ଅଟନ୍ତି; ତାହାର ଯାଜକଗଣ ପବିତ୍ର ବିଷୟକୁ ଅପବିତ୍ର କରିଅଛନ୍ତି, ସେମାନେ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି।
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।