Lamentations 2:15 in Oriya 15 ପଥିକମାନେ ତୁମ୍ଭ ପ୍ରତି ହାତ ତାଳି ଦିଅନ୍ତି; ସେମାନେ ଶୀସ୍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି ?
Other Translations King James Version (KJV) All that pass by clap their hands at thee; they hiss and wag their head at the daughter of Jerusalem, saying, Is this the city that men call The perfection of beauty, The joy of the whole earth?
American Standard Version (ASV) All that pass by clap their hands at thee; They hiss and wag their head at the daughter of Jerusalem, `saying', Is this the city that men called The perfection of beauty, The joy of the whole earth?
Bible in Basic English (BBE) All who go by make a noise with their hands at you; they make hisses, shaking their heads at the daughter of Jerusalem, and saying, Is this the town which was the crown of everything beautiful, the joy of all the earth?
Darby English Bible (DBY) All that pass by clap [their] hands at thee; they hiss and shake their head at the daughter of Jerusalem: Is this the city which they called, The perfection of beauty, The joy of the whole earth?
World English Bible (WEB) All that pass by clap their hands at you; They hiss and wag their head at the daughter of Jerusalem, [saying], Is this the city that men called The perfection of beauty, The joy of the whole earth?
Young's Literal Translation (YLT) Clapped hands at thee have all passing by the way, They have hissed -- and they shake the head At the daughter of Jerusalem: `Is this the city of which they said: The perfection of beauty, a joy to all the land?'
Cross Reference Deuteronomy 29:22 in Oriya 22 ତହିଁରେ ସଦାପ୍ରଭୁ ସେହି ଦେଶ ପ୍ରତି ଯେଉଁ ଆଘାତ କରିବେ ଓ ଯେଉଁ ରୋଗରେ ତାକୁ ରୋଗଗ୍ରସ୍ତ କରିବେ, ତାହା ଭବିଷ୍ୟତ ପୁରୁଷ, ତୁମ୍ଭ ଉତ୍ତାରେ ଉତ୍ପନ୍ନ ତୁମ୍ଭ ସନ୍ତାନସନ୍ତତି ଓ ଦୂର ଦେଶରୁ ଆଗତ ବିଦେଶୀମାନେ ଦେଖିବେ;
1 Kings 9:7 in Oriya 7 ତେବେ ଆମ୍ଭେ ଇସ୍ରାଏଲକୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନଙ୍କୁ ଉଚ୍ଛିନ୍ନ କରିବା; ପୁଣି, ଆପଣା ନାମ ନିମନ୍ତେ ଏହି ଯେଉଁ ଗୃହ ପବିତ୍ର କଲୁ, ତାହା ଆପଣା ଦୃଷ୍ଟିରୁ ଦୂର କରିବା ଓ ଇସ୍ରାଏଲ ସମୁଦାୟ ଗୋଷ୍ଠୀ ମଧ୍ୟରେ ଗଳ୍ପର ଓ ଉପହାସର ଏକ ବିଷୟ ହେବ;
2 Kings 19:21 in Oriya 21 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି: “ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି, ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି।
2 Chronicles 7:21 in Oriya 21 ଆଉ, ଏହି ଯେ ଗୃହ ଏଡ଼େ ଉଚ୍ଚ ହୋଇଅଛି, ତହିଁ ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ଚମତ୍କୃତ ହୋଇ ପଚାରିବେ, ଏହି ଦେଶ ଓ ଗୃହ ପ୍ରତି ସଦାପ୍ରଭୁ କାହିଁକି ଏପରି କଲେ ?
Job 27:22 in Oriya 22 କାରଣ ପରମେଶ୍ୱର ଦୟା ନ କରି ତାହା ପ୍ରତି ତୀର ନିକ୍ଷେପ କରିବେ; ସେ ତାହାଙ୍କ ହସ୍ତରୁ ପଳାଇବାକୁ ଇଚ୍ଛା କରିବ।
Psalm 22:7 in Oriya 7 ମୋତେ ଦେଖିବା ଲୋକ ସମସ୍ତେ ମୋତେ ପରିହାସ କରନ୍ତି; ସେମାନେ ଓଷ୍ଠ ଲମ୍ବାଇ, ମସ୍ତକ ହଲାଇ କହନ୍ତି,
Psalm 44:14 in Oriya 14 ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।
Psalm 48:2 in Oriya 2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।
Psalm 50:2 in Oriya 2 ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।
Isaiah 37:22 in Oriya 22 ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି।
Isaiah 64:11 in Oriya 11 ଆମ୍ଭମାନଙ୍କର ପିତୃଲୋକମାନେ ଯେଉଁ ସ୍ଥାନରେ ତୁମ୍ଭର ପ୍ରଶଂସା କଲେ, ଆମ୍ଭମାନଙ୍କର ସେହି ପବିତ୍ର ଓ ସୁନ୍ଦର ଗୃହ ଅଗ୍ନିରେ ଦଗ୍ଧ ହୋଇଅଛି ଓ ଆମ୍ଭମାନଙ୍କର ମନୋରମ୍ୟ ବିଷୟସବୁ ଉଚ୍ଛିନ୍ନ ହୋଇଅଛି।
Jeremiah 18:16 in Oriya 16 ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।
Jeremiah 19:8 in Oriya 8 ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍ ଶବ୍ଦ କରିବ।
Jeremiah 25:9 in Oriya 9 ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
Jeremiah 25:18 in Oriya 18 ଅର୍ଥାତ୍, ଆଜିର ତୁଲ୍ୟ ଉତ୍ସନ୍ନ ସ୍ଥାନ ଓ ବିସ୍ମୟର, ଆଉ ଶୀସ୍ ଶବ୍ଦର ଓ ଅଭିଶାପର ବିଷୟ ହେବା ନିମନ୍ତେ ଯିରୂଶାଲମକୁ, ଯିହୁଦାର ନଗରସମୂହକୁ, ଆଉ ତହିଁର ରାଜା ଓ ଅଧିପତିମାନଙ୍କୁ ପାନ କରାଇଲି।
Jeremiah 29:18 in Oriya 18 ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର, ଶୀସ୍ ଶବ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;”
Jeremiah 51:37 in Oriya 37 ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।
Lamentations 1:8 in Oriya 8 ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।
Lamentations 2:6 in Oriya 6 ସେ ଉଦ୍ୟାନସ୍ଥ ତମ୍ବୁ ପରି ଆପଣା ଆବାସ-ତମ୍ବୁ ବଳପୂର୍ବକ ଦୂର କରିଅଛନ୍ତି; ସେ ଆପଣା ସମାଜ-ସ୍ଥାନ ନଷ୍ଟ କରିଅଛନ୍ତି; ସଦାପ୍ରଭୁ ସିୟୋନରେ ମହାସଭା ଓ ବିଶ୍ରାମବାର ବିସ୍ମୃତ କରାଇଅଛନ୍ତି ଓ ଆପଣା କ୍ରୋଧର ପ୍ରଚଣ୍ଡତାରେ ରାଜା ଓ ଯାଜକକୁ ତୁଚ୍ଛଜ୍ଞାନ କରିଅଛନ୍ତି।
Lamentations 2:16 in Oriya 16 ତୁମ୍ଭର ଶତ୍ରୁସକଳ ତୁମ୍ଭ ବିରୁଦ୍ଧରେ ଆପଣା ଆପଣା ମୁଖ ମେଲାଇ ପରିହାସ କରନ୍ତି; ସେମାନେ ଶୀସ୍ ଦିଅନ୍ତି ଓ ଦନ୍ତ କଡ଼ମଡ଼ କରନ୍ତି; ସେମାନେ କହନ୍ତି, ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ; ଆମ୍ଭେମାନେ ଯେଉଁ ଦିନର ଅପେକ୍ଷା କଲୁ, ଏ ଅବଶ୍ୟ ସେହି ଦିନ; ଆମ୍ଭେମାନେ ତାହା ପାଇଅଛୁ, ଆମ୍ଭେମାନେ ତାହା ଦେଖିଅଛୁ।
Ezekiel 25:6 in Oriya 6 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଇସ୍ରାଏଲ ଦେଶ ବିରୁଦ୍ଧରେ କରତାଳି ଦେଇଅଛ, ପଦାଘାତ କରିଅଛ, ପୁଣି, ଆପଣା ପ୍ରାଣର ସମ୍ପୂର୍ଣ୍ଣ ଘୃଣା ଭାବରେ ଆନନ୍ଦ କରିଅଛ।
Micah 6:16 in Oriya 16 କାରଣ ଅମ୍ରିର ବିଧି ଓ ଆହାବ-ବଂଶର କ୍ରିୟାସକଳ ପାଳନ କରାଯାଉଅଛି ଓ ତୁମ୍ଭେମାନେ ସେମାନଙ୍କ ପରାମର୍ଶରେ ଚାଲୁଅଛ; ତହିଁ ସକାଶୁ ଆମ୍ଭେ ତୁମ୍ଭକୁ ଉତ୍ସନ୍ନ (ସ୍ଥାନ) କରିବା ଓ ତହିଁର ନିବାସୀମାନଙ୍କୁ ଶୀସ୍ ଶବ୍ଦର ବିଷୟ କରିବା; ଆଉ ତୁମ୍ଭେମାନେ ଆମ୍ଭ ଲୋକମାନଙ୍କର ଅପମାନର ଭାର ବହିବ।
Nahum 3:19 in Oriya 19 ତୁମ୍ଭ ଆଘାତର ଉପଶମ ନାହିଁ; ତୁମ୍ଭର କ୍ଷତ ବ୍ୟଥାଜନକ; ଯେଉଁମାନେ ତୁମ୍ଭ ବିଷୟକ ସମ୍ବାଦ ଶୁଣନ୍ତି, ସେମାନେ ସମସ୍ତେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; କାରଣ ତୁମ୍ଭର ଦୁଷ୍ଟତା କାହା ଉପରେ ଅବିରତ ବର୍ତ୍ତି ନାହିଁ ?
Zephaniah 2:15 in Oriya 15 ଯେଉଁ ନଗରୀ ନିଶ୍ଚିନ୍ତ ରୂପେ ବାସ କରି ମନେ ମନେ କହିଥିଲା, ମୁଁ ଅଛି, ମୋ' ଛଡ଼ା ଆଉ କେହି ନାହିଁ, ସେହି ଉଲ୍ଲାସକାରିଣୀ ନଗରୀ ଏହି; ସେ କିପରି ଧ୍ୱଂସିତ ଓ ପଶୁମାନଙ୍କର ଶୟନ ସ୍ଥାନ ହୋଇଅଛି ! ଯେକେହି ତହିଁର ନିକଟ ଦେଇ ଯିବ, ସେ ଶୀଷ୍ ଶବ୍ଦ କରି ଆପଣା ହାତ ହଲାଇବ।
Matthew 27:39 in Oriya 39 ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ,
Mark 15:29 in Oriya 29 ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ ! ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ,