Lamentations 2:2 in Oriya 2 ପ୍ରଭୁ ଯାକୁବର ସକଳ ବାସ ସ୍ଥାନ ଗ୍ରାସ କରିଅଛନ୍ତି ଓ ଦୟା କରି ନାହାନ୍ତି, ସେ ଆପଣା କୋପରେ ଯିହୁଦା କନ୍ୟାର ଦୃଢ଼ ଦୁର୍ଗସବୁ ଉତ୍ପାଟନ କରିଅଛନ୍ତି; ସେସବୁକୁ ସେ ଭୂମିସାତ୍ କରିଅଛନ୍ତି ରାଜ୍ୟ ଓ ତହିଁର ଅଧିପତିଗଣକୁ ସେ ଅଶୁଚି କରିଅଛନ୍ତି।
Other Translations King James Version (KJV) The LORD hath swallowed up all the habitations of Jacob, and hath not pitied: he hath thrown down in his wrath the strong holds of the daughter of Judah; he hath brought them down to the ground: he hath polluted the kingdom and the princes thereof.
American Standard Version (ASV) The Lord hath swallowed up all the habitations of Jacob, and hath not pitied: He hath thrown down in his wrath the strongholds of the daughter of Judah; He hath brought them down to the ground; he hath profaned the kingdom and the princes thereof.
Bible in Basic English (BBE) The Lord has given up to destruction all the living-places of Jacob without pity; pulling down in his wrath the strong places of the daughter of Judah, stretching out on the earth the wounded, even her king and her rulers.
Darby English Bible (DBY) The Lord hath swallowed up all the dwellings of Jacob, and hath not spared; he hath thrown down in his wrath the strongholds of the daughter of Judah: he hath brought [them] down to the ground; he hath profaned the kingdom and the princes thereof.
World English Bible (WEB) The Lord has swallowed up all the habitations of Jacob, and has not pitied: He has thrown down in his wrath the strongholds of the daughter of Judah; He has brought them down to the ground; he has profaned the kingdom and the princes of it.
Young's Literal Translation (YLT) Swallowed up hath the Lord, He hath not pitied any of the pleasant places of Jacob, He hath broken down in His wrath The fortresses of the daughter of Judah, He hath caused to come to the earth, He polluted the kingdom and its princes.
Cross Reference Job 2:3 in Oriya 3 ତହୁଁ ସଦାପ୍ରଭୁ ଶୟତାନଙ୍କୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ମନ ଦେଇଅଛ ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏ ପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।”
Psalm 21:9 in Oriya 9 ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟୀ ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।
Psalm 89:39 in Oriya 39 ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ।
Isaiah 23:9 in Oriya 9 ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।
Isaiah 25:12 in Oriya 12 ପୁଣି, ସେ ତୁମ୍ଭର ଉଚ୍ଚ ପ୍ରାଚୀରଯୁକ୍ତ ଦୃଢ଼ ଦୁର୍ଗ ନିପାତ କରି ନତ କରିଅଛନ୍ତି ଓ ତାହା ଭୂମିସାତ୍ କରି ଧୂଳିରେ ମିଶାଇ ଅଛନ୍ତି।
Isaiah 26:5 in Oriya 5 ପୁଣି, ସେ ଉର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।
Isaiah 27:11 in Oriya 11 ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।
Isaiah 43:28 in Oriya 28 ଏନିମନ୍ତେ ଆମ୍ଭେ ପବିତ୍ର ସ୍ଥାନର ଅଧିପତିମାନଙ୍କୁ ଅପବିତ୍ର କରିବା, ଆମ୍ଭେ ଯାକୁବକୁ ଅଭିଶାପ ଓ ଇସ୍ରାଏଲକୁ ନିନ୍ଦାପାତ୍ର କରିବା।”
Isaiah 47:6 in Oriya 6 ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
Jeremiah 5:10 in Oriya 10 ତୁମ୍ଭେମାନେ ତାହାର ପ୍ରାଚୀର ଉପରକୁ ଯାଇ ବିନାଶ କର; ମାତ୍ର ନିଃଶେଷ ରୂପେ ବିନାଶ କର ନାହିଁ; ତାହାର ଶାଖାସବୁ ଦୂର କର; କାରଣ ସେସବୁ ସଦାପ୍ରଭୁଙ୍କର ନୁହେଁ।
Jeremiah 13:14 in Oriya 14 ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ‘ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।'”
Jeremiah 21:7 in Oriya 7 ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।'
Lamentations 2:5 in Oriya 5 ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।
Lamentations 2:17 in Oriya 17 ସଦାପ୍ରଭୁ ଯାହା ସଙ୍କଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।
Lamentations 2:21 in Oriya 21 ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ଼୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।
Lamentations 3:43 in Oriya 43 ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ।
Ezekiel 5:11 in Oriya 11 ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, “ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।”
Ezekiel 7:4 in Oriya 4 ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 7:9 in Oriya 9 ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।
Ezekiel 8:18 in Oriya 18 ଏଥିପାଇଁ ଆମ୍ଭେ ମଧ୍ୟ କୋପରେ ବ୍ୟବହାର କରିବା; ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ; ଆଉ, ଯଦ୍ୟପି ସେମାନେ ଆମ୍ଭ କର୍ଣ୍ଣଗୋଚରରେ ଉଚ୍ଚସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”
Ezekiel 9:10 in Oriya 10 ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”
Micah 5:11 in Oriya 11 ପୁଣି, ଆମ୍ଭେ ତୁମ୍ଭ ଦେଶର ନଗରସବୁ ଉଚ୍ଛିନ୍ନ କରିବା ଓ ତୁମ୍ଭର ଦୃଢ଼ ଦୁର୍ଗସବୁ ଭାଙ୍ଗି ପକାଇବା;
Zechariah 11:5 in Oriya 5 ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।
Malachi 1:4 in Oriya 4 ଇଦୋମ କହୁଅଛି, ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ‘ଦୁଷ୍ଟତାର ଦେଶ' ଓ ‘ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।'”
Matthew 18:33 in Oriya 33 ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହ ଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା ?
2 Corinthians 10:4 in Oriya 4 (ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଇଶ୍ବରଙ୍କ ଦୃଷ୍ଟିରେ ସେହି ସବୁ ଶକ୍ତିଯୁକ୍ତ ଅଟେ);