Lamentations 2:4 in Oriya 4 ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି।
Other Translations King James Version (KJV) He hath bent his bow like an enemy: he stood with his right hand as an adversary, and slew all that were pleasant to the eye in the tabernacle of the daughter of Zion: he poured out his fury like fire.
American Standard Version (ASV) He hath bent his bow like an enemy, he hath stood with his right hand as an adversary, And hath slain all that were pleasant to the eye: In the tent of the daughter of Zion he hath poured out his wrath like fire.
Bible in Basic English (BBE) His bow has been bent for the attack, he has taken his place with his hand ready, in his hate he has put to death all who were pleasing to the eye: on the tent of the daughter of Zion he has let loose his passion like fire.
Darby English Bible (DBY) He hath bent his bow like an enemy; he stood with his right hand as an adversary, and hath slain all that was pleasant to the eye: in the tent of the daughter of Zion, he hath poured out his fury like fire.
World English Bible (WEB) He has bent his bow like an enemy, he has stood with his right hand as an adversary, Has killed all that were pleasant to the eye: In the tent of the daughter of Zion he has poured out his wrath like fire.
Young's Literal Translation (YLT) He hath trodden His bow as an enemy, Stood hath His right hand as an adversary, And He slayeth all the desirable ones of the eye, In the tent of the daughter of Zion, He hath poured out as fire His fury.
Cross Reference 2 Chronicles 34:21 in Oriya 21 ତୁମ୍ଭେମାନେ ଯାଇ ମୋ' ନିମନ୍ତେ, ପୁଣି ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଅବଶିଷ୍ଟ ଲୋକଙ୍କ ନିମନ୍ତେ ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ସଦାପ୍ରଭୁଙ୍କୁ ପଚାର; କାରଣ ଆମ୍ଭମାନଙ୍କ ପିତୃଲୋକମାନେ ଏହି ପୁସ୍ତକର ସକଳ ଲିଖନାନୁସାରେ କର୍ମ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟ ପାଳନ ନ କରିବାରୁ ଆମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ମହାକୋପ ବର୍ଷିଅଛି।
2 Chronicles 34:25 in Oriya 25 କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ।
Job 6:4 in Oriya 4 କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ୱରଙ୍କ ଭୟରୂପ ସୈନ୍ୟ ମୋ' ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି।
Job 16:12 in Oriya 12 ମୁଁ ଆରାମରେ ଥିଲି, ସେ ମୋତେ ଭଗ୍ନ କଲେ; ହଁ, ମୋ' ବେକ ଧରି ମୋତେ କଚାଡ଼ି ଖଣ୍ଡ ଖଣ୍ଡ କରିଅଛନ୍ତି; ମଧ୍ୟ ସେ ମୋତେ ଆପଣାର ଲକ୍ଷ୍ୟ ରୂପେ ସ୍ଥାପନ କରିଅଛନ୍ତି।
Isaiah 42:25 in Oriya 25 ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳି ଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ।
Isaiah 51:17 in Oriya 17 ହେ ଯିରୂଶାଲମ, ଜାଗ, ଜାଗ, ଠିଆ ହୁଅ, ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରୁ ତାହାଙ୍କ କୋପରୂପ ପାନ ପାତ୍ର ନେଇ ପାନ କରିଅଛ; ତୁମ୍ଭେ ମତ୍ତତାଜନକ ବୃହତ ପାତ୍ରରୁ ପାନ କରି ତାହା ଶେଷ କରିଅଛ।
Isaiah 63:6 in Oriya 6 ପୁଣି, ଆମ୍ଭେ ଆପଣା କ୍ରୋଧରେ ଲୋକମାନଙ୍କୁ ଦଳି ପକାଇଲୁ ଓ ଆମ୍ଭ କୋପରେ ସେମାନଙ୍କୁ ମତ୍ତ କରାଇଲୁ, ପୁଣି ଭୂମିରେ ସେମାନଙ୍କ ପ୍ରାଣରକ୍ତ ଢାଳି ପକାଇଲୁ।
Isaiah 63:10 in Oriya 10 ମାତ୍ର ସେମାନେ ବିଦ୍ରୋହୀ ହେଲେ ଓ ତାହାଙ୍କର ପବିତ୍ର ଆତ୍ମାଙ୍କୁ ଶୋକାକୁଳ କଲେ; ଏନିମନ୍ତେ ସେ ଫେରି ସେମାନଙ୍କର ଶତ୍ରୁ ହେଲେ ଓ ଆପେ ସେମାନଙ୍କର ବିପକ୍ଷରେ ଯୁଦ୍ଧ କଲେ।
Jeremiah 4:4 in Oriya 4 ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।
Jeremiah 7:20 in Oriya 20 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।'
Jeremiah 21:5 in Oriya 5 ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।
Jeremiah 21:12 in Oriya 12 ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।”
Jeremiah 30:14 in Oriya 14 ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।
Jeremiah 36:7 in Oriya 7 ହୋଇପାରେ, ସେମାନେ ସଦାପ୍ରଭୁଙ୍କ ସାକ୍ଷାତରେ ଆପଣା ଆପଣାର ନିବେଦନ ଜଣାଇବେ ଓ ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; କାରଣ ସଦାପ୍ରଭୁ ଏହି ଲୋକମାନଙ୍କ ବିରୁଦ୍ଧରେ ମହାକ୍ରୋଧ ଓ ପ୍ରଚଣ୍ଡ କୋପର କଥା କହିଅଛନ୍ତି।”
Lamentations 2:5 in Oriya 5 ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।
Lamentations 3:3 in Oriya 3 ସେ ନିଶ୍ଚୟ ମୋ' ବିରୁଦ୍ଧରେ ଆପଣା ହସ୍ତ ପୁନଃ ପୁନଃ ଫେରାଉ ଅଛନ୍ତି।
Lamentations 3:12 in Oriya 12 ସେ ଆପଣା ଧନୁରେ ଗୁଣ ଦେଇଅଛନ୍ତି ଓ ମୋତେ ତୀର ଲକ୍ଷ୍ୟ କରି ରଖିଅଛନ୍ତି।
Lamentations 4:1 in Oriya 1 ହାୟ, ସୁବର୍ଣ୍ଣ କିପରି ମଳିନ ହୋଇଅଛି ! ଅତ୍ୟନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହୋଇଅଛି ! ପବିତ୍ର ସ୍ଥାନର ପ୍ରସ୍ତରସବୁ ପ୍ରତ୍ୟେକ ଦାଣ୍ଡର ମୁଣ୍ଡରେ ନିକ୍ଷିପ୍ତ ହୋଇଅଛି।
Ezekiel 5:13 in Oriya 13 ଏହି ପ୍ରକାରେ ଆମ୍ଭର କ୍ରୋଧ ସଫଳ ହେବ ଓ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସାଧି ଶାନ୍ତ ହେବା; ତହିଁରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସଫଳ କଲା ଉତ୍ତାରେ ଆମ୍ଭେ ସଦାପ୍ରଭୁ, ଆପଣା ଅନ୍ତର୍ଜ୍ୱାଳାରେ ଯେ ଏ କଥା କହିଅଛୁ, ଏହା ସେମାନେ ଜାଣିବେ।
Ezekiel 6:12 in Oriya 12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ଼୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।
Ezekiel 22:22 in Oriya 22 ଯେପରି ରୂପା ଉହ୍ମେଇ ମଧ୍ୟରେ ତରଳା ଯାଏ, ସେହିପରି ତୁମ୍ଭେମାନେ ତହିଁ ମଧ୍ୟରେ ତରଳା ଯିବ; ତହିଁରେ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଯେ ଆପଣା କୋପ ଢାଳିଅଛୁ, ଏହା ତୁମ୍ଭେମାନେ ଜାଣିବ।”
Ezekiel 24:25 in Oriya 25 “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଯେଉଁ ଦିନ ସେମାନଙ୍କର ବଳ, ସେମାନଙ୍କର ଗୌରବଜନକ ଆନନ୍ଦ, ସେମାନଙ୍କର ନୟନର ପ୍ରୀତିପାତ୍ର ଓ ଯହିଁରେ ସେମାନେ ଆପଣା ଚିତ୍ତ ଆସକ୍ତ କରନ୍ତି, ସେମାନଙ୍କର ପୁତ୍ର ଓ କନ୍ୟାଗଣ ସେମାନଙ୍କଠାରୁ ହରଣ କରିବା,
Ezekiel 36:18 in Oriya 18 ଏନିମନ୍ତେ ସେମାନେ ଦେଶରେ ରକ୍ତ ଢାଳିବା ସକାଶୁ ଓ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା ତାହା ଅଶୁଚି କରିବା ସକାଶୁ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ଢାଳିଲୁ,
Nahum 1:2 in Oriya 2 ସଦାପ୍ରଭୁ (ସ୍ୱଗୌରବ ରକ୍ଷଣେ) ଉଦ୍ଯୋଗୀ ପରମେଶ୍ୱର ଓ ପ୍ରତିଫଳଦାତା ଅଟନ୍ତି; ସଦାପ୍ରଭୁ ପ୍ରତିଫଳଦାତା ଓ କ୍ରୋଧପୂର୍ଣ୍ଣ ଅଟନ୍ତି; ସଦାପ୍ରଭୁ ଆପଣା ବିପକ୍ଷଗଣକୁ ପ୍ରତିଫଳ ଦିଅନ୍ତି ଓ ଆପଣା ଶତ୍ରୁଗଣ ନିମନ୍ତେ କୋପ ସଞ୍ଚୟ କରନ୍ତି।
Nahum 1:6 in Oriya 6 ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।