Lamentations 2:7 in Oriya 7 ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି।
Other Translations King James Version (KJV) The LORD hath cast off his altar, he hath abhorred his sanctuary, he hath given up into the hand of the enemy the walls of her palaces; they have made a noise in the house of the LORD, as in the day of a solemn feast.
American Standard Version (ASV) The Lord hath cast off his altar, he hath abhorred his sanctuary; He hath given up into the hand of the enemy the walls of her palaces: They have made a noise in the house of Jehovah, as in the day of a solemn assembly.
Bible in Basic English (BBE) The Lord has given up his altar and has been turned in hate from his holy place; he has given up into the hands of the attacker the walls of her great houses: their voices have been loud in the house of the Lord as in the day of a holy meeting.
Darby English Bible (DBY) The Lord hath cast off his altar, he hath rejected his sanctuary; he hath given up into the hand of the enemy the walls of her palaces: they have made a noise in the house of Jehovah, as on the day of a set feast.
World English Bible (WEB) The Lord has cast off his altar, he has abhorred his sanctuary; He has given up into the hand of the enemy the walls of her palaces: They have made a noise in the house of Yahweh, as in the day of a solemn assembly.
Young's Literal Translation (YLT) The Lord hath cast off His altar, He hath rejected His sanctuary, He hath shut up into the hand of the enemy The walls of her palaces, A noise they have made in the house of Jehovah Like a day of appointment.
Cross Reference Leviticus 26:31 in Oriya 31 ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ।
Leviticus 26:44 in Oriya 44 ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ।
2 Chronicles 36:19 in Oriya 19 ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।
Psalm 72:4 in Oriya 4 ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।
Psalm 74:3 in Oriya 3 ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।
Psalm 78:59 in Oriya 59 ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;
Isaiah 64:10 in Oriya 10 ତୁମ୍ଭର ପବିତ୍ର ନଗରସବୁ ପ୍ରାନ୍ତର ହୋଇଅଛି, ସିୟୋନ ପ୍ରାନ୍ତର ହୋଇଅଛି, ଯିରୂଶାଲମ ଧ୍ୱଂସସ୍ଥାନ ହୋଇଅଛି।
Jeremiah 7:12 in Oriya 12 ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ।
Jeremiah 26:6 in Oriya 6 ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।'”
Jeremiah 26:18 in Oriya 18 “ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।'
Jeremiah 32:29 in Oriya 29 ଆଉ, ଯେଉଁ କଲ୍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲେ, ସେହିସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।
Jeremiah 33:3 in Oriya 3 ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।'
Jeremiah 39:8 in Oriya 8 ପୁଣି, କଲ୍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।
Jeremiah 52:13 in Oriya 13 ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
Lamentations 2:1 in Oriya 1 ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି ! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।
Lamentations 2:5 in Oriya 5 ପ୍ରଭୁ ଶତ୍ରୁ ତୁଲ୍ୟ ହୋଇଅଛନ୍ତି, ସେ ଇସ୍ରାଏଲକୁ ଗ୍ରାସ କରିଅଛନ୍ତି; ସେ ତାହାର ଅଟ୍ଟାଳିକାସକଳ ଗ୍ରାସ କରିଅଛନ୍ତି, ସେ ତାହାର ଦୁର୍ଗସବୁ ଧ୍ୱଂସ କରିଅଛନ୍ତି; ଆଉ, ସେ ଯିହୁଦାର କନ୍ୟା ମଧ୍ୟରେ ଶୋକ ଓ ବିଳାପ ବୃଦ୍ଧି କରିଅଛନ୍ତି।
Ezekiel 7:20 in Oriya 20 ସେ ଆପଣାର ଶୋଭାରୂପ ଅଳଙ୍କାର ମହତ୍ତ୍ୱରେ ସ୍ଥାପନ କଲେ; ମାତ୍ର ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କର ଅଶୁଚି ଓ ଘୃଣାଯୋଗ୍ୟ ପ୍ରତିମାଗଣ ନିର୍ମାଣ କଲେ; ଏହେତୁ ଆମ୍ଭେ ତାହା ସେମାନଙ୍କ ପ୍ରତି ଅଶୁଚି ବସ୍ତୁ ସ୍ୱରୂପ କରିଅଛୁ।
Ezekiel 7:24 in Oriya 24 ଏଥିପାଇଁ ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରୁ ଦୁଷ୍ଟତମ ଲୋକଙ୍କୁ ଆଣିବା, ତହିଁରେ ସେମାନେ ଏମାନଙ୍କର ଗୃହସବୁ ଅଧିକାର କରିବେ; ମଧ୍ୟ ଆମ୍ଭେ ବଳବାନମାନଙ୍କର ଦର୍ପ ଚୂର୍ଣ୍ଣ କରିବା; ତହିଁରେ ସେମାନଙ୍କର ପବିତ୍ର ସ୍ଥାନସବୁ ଅପବିତ୍ର ହେବ।
Ezekiel 24:21 in Oriya 21 ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ଼୍ଗରେ ପତିତ ହେବେ।
Amos 2:5 in Oriya 5 ମାତ୍ର ଆମ୍ଭେ ଯିହୁଦା ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ।”
Micah 3:12 in Oriya 12 ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।
Matthew 24:2 in Oriya 2 ତୁମ୍ଭେମାନେ କ'ଣ ଏହି ସମସ୍ତ ଦେଖୁ ନାହଁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।
Acts 6:13 in Oriya 13 ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ,ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,