Leviticus 10:1 in Oriya 1 ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୁ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ।
Other Translations King James Version (KJV) And Nadab and Abihu, the sons of Aaron, took either of them his censer, and put fire therein, and put incense thereon, and offered strange fire before the LORD, which he commanded them not.
American Standard Version (ASV) And Nadab and Abihu, the sons of Aaron, took each of them his censer, and put fire therein, and laid incense thereon, and offered strange fire before Jehovah, which he had not commanded them.
Bible in Basic English (BBE) And Nadab and Abihu, the sons of Aaron, took their vessels and put fire in them and perfume, burning strange fire before the Lord, which he had not given them orders to do.
Darby English Bible (DBY) And the sons of Aaron, Nadab and Abihu, took each of them his censer, and put fire in it, and put incense on it, and presented strange fire before Jehovah, which he had not commanded them.
Webster's Bible (WBT) And Nadab and Abihu, the sons of Aaron, took each of them his censer, and put fire in it, and put incense on it, and offered strange fire before the LORD, which he commanded them not.
World English Bible (WEB) Nadab and Abihu, the sons of Aaron, each took his censer, and put fire in it, and laid incense on it, and offered strange fire before Yahweh, which he had not commanded them.
Young's Literal Translation (YLT) And the sons of Aaron, Nadab and Abihu, take each his censer, and put in them fire, and put on it perfume, and bring near before Jehovah strange fire, which He hath not commanded them;
Cross Reference Exodus 6:23 in Oriya 23 ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା।
Exodus 24:1 in Oriya 1 ଏଥିଉତ୍ତାରେ ସେ ମୋଶାଙ୍କୁ କହିଲେ, “ତୁମ୍ଭେ, ହାରୋଣ, ନାଦବ୍, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଆରୋହଣ କରି ଆସି ଦୂରରେ ରହି ତାହାଙ୍କର ଭଜନା କର।
Exodus 24:9 in Oriya 9 ତେବେ ମୋଶା, ହାରୋଣ, ନାବ୍ଦ, ଅବୀହୂ ଓ ଇସ୍ରାଏଲର ପ୍ରାଚୀନବର୍ଗର ସତୁରି ଜଣ ଆରୋହଣ କଲେ; ଆଉ ସେମାନେ ଇସ୍ରାଏଲର ପରମେଶ୍ୱରଙ୍କୁ ଦର୍ଶନ କଲେ।
Exodus 27:3 in Oriya 3 ଆଉ ତହିଁରୁ ଭସ୍ମ କାଢ଼ି ନେବା ପାଇଁ ଭସ୍ମଧାନୀ କରିବ, ତହିଁର କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ କରିବ; ତହିଁର ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କରିବ।
Exodus 28:1 in Oriya 1 ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍, ହାରୋଣ, ନାଦବ୍ ଓ ଅବୀହୂ, ଇଲୀୟାଜର ଓ ଈଥାମରକୁ ଆପଣା ନିକଟକୁ ଆଣିବ।
Exodus 30:1 in Oriya 1 ଆଉ ତୁମ୍ଭେ ଧୂପ ଜଳାଇବା ପାଇଁ ଶିଟୀମ୍ କାଷ୍ଠର ଏକ ବେଦି ନିର୍ମାଣ କରିବ।
Exodus 30:34 in Oriya 34 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର।
Exodus 31:11 in Oriya 11 ପୁଣି, ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଇଅଛୁ, ତଦନୁସାରେ ସେମାନେ କରିବେ।”
Exodus 37:29 in Oriya 29 ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧ-ବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।
Exodus 38:3 in Oriya 3 ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।
Exodus 40:27 in Oriya 27 ଓ ତହିଁ ଉପରେ ସୁଗନ୍ଧି ଧୂପ ଜାଳିଲେ।
Leviticus 9:24 in Oriya 24 ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ୱନି କରି ମୁହଁ ମାଡ଼ି ହୋଇ ପଡ଼ିଲେ।
Leviticus 16:1 in Oriya 1 ଆଉ, ହାରୋଣଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କ ନିକଟବର୍ତ୍ତୀ ହୋଇ ମଲା ଉତ୍ତାରେ, ସଦାପ୍ରଭୁ ମୋଶାଙ୍କୁ କହିଲେ;
Leviticus 16:12 in Oriya 12 ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।
Leviticus 22:9 in Oriya 9 ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।
Numbers 3:2 in Oriya 2 ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର।
Numbers 16:6 in Oriya 6 ତେବେ ଏହା କର, ତୁମ୍ଭେମାନେ ଅଙ୍ଗାରଧାନୀ ନିଅ, କୋରହ ଓ ତାହାର ଦଳସ୍ଥ ସମସ୍ତେ;
Numbers 16:16 in Oriya 16 ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;
Numbers 16:46 in Oriya 46 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”
Numbers 26:61 in Oriya 61 ମାତ୍ର ନାଦବ୍ ଓ ଅବୀହୂ ସଦାପ୍ରଭୁଙ୍କ ସମ୍ମୁଖରେ ଇତର ଅଗ୍ନି ଉତ୍ସର୍ଗ କରନ୍ତେ ମଲେ।
Deuteronomy 4:2 in Oriya 2 ମୁଁ ତୁମ୍ଭମାନଙ୍କୁ ଯାହା ଆଜ୍ଞା କରୁଅଛି, ସେହି ବାକ୍ୟରେ ତୁମ୍ଭେମାନେ କିଛି ମିଶାଇବ ନାହିଁ, କିଅବା ତହିଁରୁ କିଛି ଊଣା କରିବ ନାହିଁ, ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁଅଛି, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେହିସବୁ ଆଜ୍ଞା ପାଳନ କର।
Deuteronomy 12:32 in Oriya 32 ମୁଁ ଯାହା ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ; ତୁମ୍ଭେ ତହିଁରେ ଯୋଗ କରିବ ନାହିଁ କି ତହିଁରୁ ଊଣା କରିବ ନାହିଁ।
Deuteronomy 17:3 in Oriya 3 ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ;
1 Kings 13:1 in Oriya 1 ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବୈଥେଲରେ ଉପସ୍ଥିତ ହେଲା।
2 Chronicles 26:16 in Oriya 16 ମାତ୍ର ସେ ବଳବାନ୍ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।
Psalm 141:2 in Oriya 2 ସୁଗନ୍ଧି ଧୂପ ପରି ମୋ' ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର କୃତାଞ୍ଜଳି ତୁମ୍ଭ ଛାମୁରେ ଉପସ୍ଥିତ ହେଉ।
Jeremiah 7:31 in Oriya 31 ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।'
Jeremiah 19:5 in Oriya 5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।'”
Jeremiah 32:35 in Oriya 35 ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍, ଯିହୁଦାକୁ ପାପ କରାଇବା ପାଇଁ ମୋଲକର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
Jeremiah 44:8 in Oriya 8 ତୁମ୍ଭେମାନେ ଏହି ଯେ ମିସର ଦେଶରେ ପ୍ରବାସ କରିବା ପାଇଁ ଆସିଅଛ, ଏହି ସ୍ଥାନରେ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ କାହିଁକି ଆପଣାମାନଙ୍କର ହସ୍ତକୃତ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରୁଅଛ ? ତୁମ୍ଭେମାନେ ଉଚ୍ଛିନ୍ନ ହେବ ଓ ପୃଥିବୀସ୍ଥ ଯାବତୀୟ ଗୋଷ୍ଠୀ ମଧ୍ୟରେ ଶ୍ରାପ ଓ ନିନ୍ଦାର ପାତ୍ର ହେବ।
Jeremiah 44:15 in Oriya 15 ସେତେବେଳେ ଯେଉଁମାନେ, ଆପଣା ସ୍ତ୍ରୀମାନେ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାନ୍ତି ବୋଲି ଜାଣିଲେ, ସେମାନେ ଓ ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନଙ୍କର ମହାସମାଜ, ଅର୍ଥାତ୍, ମିସରର ପଥ୍ରୋଷ ପ୍ରଦେଶରେ ବାସକାରୀ ସମସ୍ତ ଲୋକ ଯିରିମୀୟଙ୍କୁ ଉତ୍ତର ଦେଇ କହିଲେ,
Jeremiah 44:19 in Oriya 19 ପୁଣି, ଆମ୍ଭେମାନେ ଯେଉଁ ସମୟରେ ଆକାଶ ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲୁ ?”
Luke 1:9 in Oriya 9 ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,
Hebrews 9:4 in Oriya 4 ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମସିନ୍ଦୁକ ଥିଲା। ସେହି ନିୟମସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,
Revelation 8:3 in Oriya 3 ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।