Leviticus 10:3 in Oriya 3 ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ।
Other Translations King James Version (KJV) Then Moses said unto Aaron, This is it that the LORD spake, saying, I will be sanctified in them that come nigh me, and before all the people I will be glorified. And Aaron held his peace.
American Standard Version (ASV) Then Moses said unto Aaron, This is it that Jehovah spake, saying, I will be sanctified in them that come nigh me, and before all the people I will be glorified. And Aaron held his peace.
Bible in Basic English (BBE) Then Moses said to Aaron, This is what the Lord said, I will be holy in the eyes of all those who come near to me, and I will be honoured before all the people. And Aaron said nothing.
Darby English Bible (DBY) And Moses said to Aaron, This is what Jehovah spoke, saying, I will be hallowed in them that come near me, and before all the people I will be glorified. And Aaron was silent.
Webster's Bible (WBT) Then Moses said to Aaron, This is what the LORD spoke, saying, I will be sanctified in them that come nigh me, and before all the people I will be glorified. And Aaron held his peace.
World English Bible (WEB) Then Moses said to Aaron, "This is what Yahweh spoke of, saying, "'I will show myself holy to those who come near me, And before all the people I will be glorified.'" Aaron held his peace.
Young's Literal Translation (YLT) And Moses saith unto Aaron, `It `is' that which Jehovah hath spoken, saying, By those drawing near to Me I am sanctified, and in the face of all the people I am honoured;' and Aaron is silent.
Cross Reference Genesis 18:25 in Oriya 25 ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟ ବିଚାର କରିବେ ନାହିଁ ?”
Exodus 14:4 in Oriya 4 ଆଉ, ଆମ୍ଭେ ଫାରୋର ହୃଦୟ କଠିନ କରିବା, ତହିଁରେ ସେ ସେମାନଙ୍କ ପଛେ ପଛେ ଦୌଡ଼ିବ; ପୁଣି, ଆମ୍ଭେ ଫାରୋ ଓ ତାହାର ସକଳ ସୈନ୍ୟ ଦ୍ୱାରା ସମ୍ଭ୍ରମ ପାଇବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ମିସ୍ରୀୟ ଲୋକମାନେ ଜାଣିବେ।” ତହୁଁ ସେମାନେ ସେହିପରି କଲେ।
Exodus 19:22 in Oriya 22 ଆଉ ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ହୋଇଥା'ନ୍ତି, ସେମାନେ ମଧ୍ୟ ଆପଣାମାନଙ୍କୁ ପବିତ୍ର କରନ୍ତୁ, ନୋହିଲେ ସେ ସେମାନଙ୍କୁ ଆକ୍ରମଣ କରିବେ।”
Exodus 29:43 in Oriya 43 ଆଉ ସେହି ସ୍ଥାନରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ସହିତ ସାକ୍ଷାତ କରିବା; ପୁଣି, ଆମ୍ଭ ପ୍ରତାପରେ (ତମ୍ବୁ) ପବିତ୍ରୀକୃତ ହେବ।
Leviticus 8:35 in Oriya 35 ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”
Leviticus 21:6 in Oriya 6 ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।
Leviticus 21:8 in Oriya 8 ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।
Leviticus 21:15 in Oriya 15 ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”
Leviticus 21:17 in Oriya 17 “ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟଦ୍ରବ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।
Leviticus 21:21 in Oriya 21 ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ।
Leviticus 22:9 in Oriya 9 ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।
Numbers 20:12 in Oriya 12 ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଇସ୍ରାଏଲ-ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ୱାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ଡଳୀକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ।”
Deuteronomy 32:51 in Oriya 51 ଯେହେତୁ ସୀନ୍ ପ୍ରାନ୍ତରରେ କାଦେଶସ୍ଥ ମିରୀବାଃ ଝରଣା ନିକଟରେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭ ବିରୁଦ୍ଧରେ ସତ୍ୟଲଙ୍ଘନ କଲ; ପୁଣି ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭଙ୍କୁ ପବିତ୍ର ବୋଲି ମାନ୍ୟ କଲ ନାହିଁ।
1 Samuel 2:30 in Oriya 30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।
1 Samuel 3:18 in Oriya 18 ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।
1 Samuel 6:20 in Oriya 20 ଆହୁରି ବୈଥ୍-ଶେମଶୀୟ ଲୋକମାନେ କହିଲେ, ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ ?
1 Chronicles 15:12 in Oriya 12 “ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”
Job 1:20 in Oriya 20 ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ପ୍ରଣାମ କଲା;
Job 2:10 in Oriya 10 ସେ ତାହାକୁ କହିଲା, “ତୁମ୍ଭେ ଏକ ମୂଢ଼ା ସ୍ତ୍ରୀ ପରି କଥା କହୁଅଛ, ଆମ୍ଭେମାନେ କି ପରମେଶ୍ୱରଙ୍କ ହସ୍ତରୁ ମଙ୍ଗଳ ଗ୍ରହଣ କରିବା ଆଉ, ଅମଙ୍ଗଳ କ'ଣ ଗ୍ରହଣ କରିବା ନାହିଁ ?” ଏହିସବୁରେ ଆୟୁବ ଆପଣା ଓଷ୍ଠରେ ପାପ କଲା ନାହିଁ।
Psalm 39:9 in Oriya 9 ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।
Psalm 46:10 in Oriya 10 କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।
Psalm 89:7 in Oriya 7 ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି ?
Psalm 119:120 in Oriya 120 ତୁମ୍ଭ ଭୟ ସକାଶୁ ମୋ' ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ।
Isaiah 39:8 in Oriya 8 ସେତେବେଳେ ହିଜକୀୟ ଯିଶାଇୟଙ୍କୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ କହିଅଛ, ତାହା ଉତ୍ତମ।” ସେ ଆହୁରି କହିଲା, “କାରଣ ମୋ' ସମୟରେ ଶାନ୍ତି ଓ ସତ୍ୟତା ବିରାଜିତ ହେବ।”
Isaiah 49:3 in Oriya 3 ପୁଣି, ସେ ମୋତେ କହିଲେ, “ତୁମ୍ଭେ ଆମ୍ଭର ଦାସ; ତୁମ୍ଭେ ଇସ୍ରାଏଲ, ତୁମ୍ଭ ଦ୍ୱାରା ଆମ୍ଭେ ମହିମାନ୍ୱିତ ହେବା।”
Isaiah 52:11 in Oriya 11 ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର, ସେହି ସ୍ଥାନରୁ ବାହାରି ଯାଅ, କୌଣସି ଅଶୁଚି ବସ୍ତୁ ଛୁଅଁ ନାହିଁ; ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ; ହେ ସଦାପ୍ରଭୁଙ୍କର ପାତ୍ରବାହକଗଣ, ତୁମ୍ଭେମାନେ ଶୁଚି ହୁଅ।
Ezekiel 20:41 in Oriya 41 ଯେଉଁ ସମୟରେ ଆମ୍ଭେ ଗୋଷ୍ଠୀଗଣ ମଧ୍ୟରୁ ତୁମ୍ଭମାନଙ୍କୁ ବାହାର କରି ଆଣିବା ଓ ଯେଉଁ ଯେଉଁ ଦେଶରେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ରହିଅଛ, ସେହିସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ସେହି ସମୟରେ ଆମ୍ଭେ ତୁମ୍ଭମାନଙ୍କୁ ସୁଗନ୍ଧିଯୁକ୍ତ ଆଘ୍ରାଣାର୍ଥକ ଦ୍ରବ୍ୟ ତୁଲ୍ୟ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କଠାରେ ଗୋଷ୍ଠୀଗଣର ସାକ୍ଷାତରେ ପବିତ୍ରୀକୃତ ହେବା।
Ezekiel 28:22 in Oriya 22 ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୀଦୋନ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ଗୌରବାନ୍ୱିତ ହେବା; ପୁଣି, ଆମ୍ଭେ ଯେତେବେଳେ ନଗର ମଧ୍ୟରେ ଦଣ୍ଡାଜ୍ଞା ସଫଳ କରିବା ଓ ତହିଁ ମଧ୍ୟରେ ପବିତ୍ର ରୂପେ ପ୍ରତିଷ୍ଠିତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଲୋକମାନେ ଜାଣିବେ।
Ezekiel 42:13 in Oriya 13 ତହୁଁ ସେ ମୋତେ କହିଲେ, “ପୃଥକ୍ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରୀମାନ ଅଛି, ସେହି ସବୁ ପବିତ୍ର କୋଠରୀ, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।
Matthew 10:37 in Oriya 37 ଯେ ପିତା କି ମାତାକୁ ମୋଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ।
John 12:28 in Oriya 28 ପିତଃ, ଆପଣା ନାମ ମହିମାନ୍ୱିତ କର। ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ।
John 13:31 in Oriya 31 ସେ ବାହାରିଗଲା ଉତ୍ତାରେ ଯୀଶୁ କହିଲେ, ଏବେ ମନୁଷ୍ୟପୁତ୍ର ମହିମାନ୍ୱିତ ହେଲେ ଓ ତାହାଙ୍କଠାରେ ଈଶ୍ୱର ମହିମାନ୍ୱିତ ହେଲେ।
John 14:13 in Oriya 13 ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ମୋ' ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।
Acts 5:11 in Oriya 11 ସେଥିରେ ସମୁଦାୟ ମଣ୍ଡଳୀ ଓ ଯେତେ ଲୋକ ଏହି ସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟଭୀତ ହେଲେ।
2 Thessalonians 1:10 in Oriya 10 ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ପାଖରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।
Hebrews 12:28 in Oriya 28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଇଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
1 Peter 4:17 in Oriya 17 କାରଣ ଇଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଇଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ !